• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ,କନେଷ୍ଟବଳ,ହାବିଲଦାର ଓ ସିପାହୀ ମାନଙ୍କ “ଏକ୍‌ଷ୍ଟ୍ରା ଡ୍ୟୁଟି ପ୍ରୋତ୍ସାହନ ରାଶି” ରେ ମଧ୍ୟ ବୃଦ୍ଧି

Proprietor Abhimanyu Maharana by Proprietor Abhimanyu Maharana
April 25, 2025
in ଓଡ଼ିଶା, କଟକ, ଖୋର୍ଦ୍ଧା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ,କନେଷ୍ଟବଳ,ହାବିଲଦାର ଓ ସିପାହୀ ମାନଙ୍କ “ଏକ୍‌ଷ୍ଟ୍ରା ଡ୍ୟୁଟି ପ୍ରୋତ୍ସାହନ ରାଶି” ରେ ମଧ୍ୟ ବୃଦ୍ଧି
Share on FacebookShare on TwitterWhatsapp

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ପ୍ରକାଶ କଲେ କନେଷ୍ଟବଳ, ହାବିଲଦାର ଓ ସିପାହୀ ସଂଘ

ଓଡିଶାକୁ ଶାନ୍ତି ଶୃଙ୍ଖଳା କ୍ଷେତ୍ରରେ ଏକ ଆଦର୍ଶ ରାଜ୍ୟ ଭାବେ ଗଢି ତୋଳିବା ଆମର ଲକ୍ଷ୍ୟ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନଷ୍ଟେବଳ ଠାରୁ ଇନ୍‌ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ ହୋଇଛି । ଇନ୍ସପେକ୍ଟର ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୩୦୦ ରୁ ୮୬୦୦ ଟଙ୍କା, ସବ୍‌ଇନ୍ସପେକ୍ଟର ଓ ଏ.ଏସ୍‌.ଆଇ ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୨୦୦ ଟଙ୍କାରୁ ୮୪୦୦ ଟଙ୍କା, ହାବିଲଦାର, କନେଷ୍ଟବଳ ଓ ସିପାହୀ ମାନଙ୍କ ପାଇଁ ୫୦୦୦ ରୁ ୧୦,୦୦୦ ଟଙ୍କା ଏବଂ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍‌ସ ଆର୍ମି କର୍ମଚାରୀ ମାନଙ୍କ ପାଇଁ ପୋଷାକ ଭତ୍ତାର ପରିମାଣ ବାର୍ଷିକ ୫୯୦୦ ଟଙ୍କାରୁ ୧୧,୮୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ଏହି ପଦବୀର ସମାନ ର‍୍ୟାଙ୍କର କର୍ମଚାରୀ ଓ ଅଧିକାରୀ ମାନଙ୍କୁ ମଧ୍ୟ ଏହି ପରିମାଣରେ ଭତ୍ତା ମିଳିବ। ସେହିପରି କନେଷ୍ଟବଳ, ସିପାହୀ ଓ ସମାନ ର‍୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍‌ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ (Extra Duty Incentive) ସର୍ବାଧିକ ୨୫,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହାସହିତ ହାବିଲଦାର ଓ ସମାନ ର‍୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍‌ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ ସର୍ବାଧିକ ୩୦,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

ଏହି ଭତ୍ତା ଓ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଯୋଗୁ ଆଜି କନେଷ୍ଟବଳ, ହବିଲଦାର ଓ ସିପାହୀ ସଂଘର କର୍ମକର୍ତ୍ତା ମାନେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କୁ ଭେଟି କୃତଜ୍ଞତା ପ୍ରକାଶ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂଘର କର୍ମକର୍ତ୍ତା ମାନଙ୍କୁ ଦକ୍ଷତାର ସହ ଆଗାମୀ ଦିନ ଗୁଡିକରେ କାର୍ଯ୍ୟ କରିବାକୁ ଏବଂ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିର ଉନ୍ନତି ପାଇଁ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଏକ ବୈଠକରେ ଉପସ୍ଥିତ ସମସ୍ତ ପୋଲିସ ସେବା କର୍ମଚାରୀ ମାନଙ୍କୁ ରାଜ୍ୟବାସୀଙ୍କ ଆଶା ଓ ଭରସାର ମାନ ରଖି ଓଡିଶାକୁ ଶାନ୍ତି ଶୃଙ୍ଖଳା କ୍ଷେତ୍ରରେ ଏକ ଆଦର୍ଶ ରାଜ୍ୟ ଭାବେ ଗଢି ତୋଳିବାରେ ନିଜର ଯୋଗଦାନ ରଖିବାକୁ ପରାମର୍ଶ ଦେଇଥିଲେ । ବିଶେଷକରି, ଅସହାୟ ମାନେ କିଭଳି ଯଥା ଶୀଘ୍ର ସହାୟତା ପାଇବେ, ଅସୁରକ୍ଷିତ ଲୋକେ କିଭଳି ତୁରନ୍ତ ସୁରକ୍ଷା ପାଇବେ ସେଥିପ୍ରତି ଧ୍ୟାନ ଦେବା ଓ ସମସ୍ତ ପୋଲିସ ଷ୍ଟେସନରେ FIR ତୁରନ୍ତ ଗ୍ରହଣ ଏବଂ ସେହି FIR ଉପରେ କିଭଳି ଠିକ୍‌ ସମୟରେ ତଦନ୍ତ କରାଯିବ, ସେଥିପ୍ରତି ଯତ୍ନଵାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ପୋଲିସ ବାହିନୀକୁ ଦକ୍ଷ ଓ ଶୃଙ୍ଖଳିତ କରି ଗଢିତୋଳିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ବର୍ତ୍ତମାନ ରାଜ୍ୟ ପୋଲିସ ବାହିନୀରେ ପ୍ରାୟ ୧୬ ହଜାର ପଦବୀ ଖାଲି ଥିବାବେଳେ, ଆହୁରି ୧୬, ୦୫୯ଟି ନୂଆ ପଦବୀ ସୃଷ୍ଟି କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏସବୁ ପଦବୀ ପୂରଣ ହେବା ପରେ ରାଜ୍ୟର ଜନସଂଖ୍ୟା ଅନୁପାତରେ ପୋଲିସର ନିୟୋଜନ ଯଥେଷ୍ଟ ବୃଦ୍ଧି ପାଇବ। ଏହାସହିତ ପୋଲିସ ବାହିନୀକୁ ଅଧିକ ଦକ୍ଷ କରିବା ପାଇଁ ଅଧିକାରୀ ମାନେ ଅନ୍ୟ ରାଜ୍ୟକୁ ଯାଇ, ସେଠାକାର ପରିଚାଳନା ପଦ୍ଧତିକୁ ଅନୁସରଣ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ ।

ବୈଠକ ଆରମ୍ଭରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ. ବି. ଖୁରାନିଆ ସ୍ୱାଗତଭାଷଣ ଦେବା ସହିତ ନିକଟରେ ପୋଲିସ ବାହିନୀର ବିଭିନ୍ନ ବିଭାଗକୁ ସଶକ୍ତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ । କନେଷ୍ଟବଳ, ହାବିଲଦାର ଓ ସିପାହୀ ମହାସଂଘର ସଭାପତି ଶ୍ରୀ ଅନିଲ କୁମାର ଷଣ୍ଢ ଧନ୍ୟବାଦ ଅର୍ପଣ କରିଥିଲେ । ସଂଘର ସଂପାଦକ ଶ୍ରୀ କିଶୋର କୁମାର ମହାନ୍ତି ଓ ଅନ୍ୟ ସଦସ୍ୟ ମାନେ ମଧ୍ୟ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version