• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭୩ ତମ ଜିଲ୍ଲା ପରିଷଦ ସାଧାରଣ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
April 27, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
୭୩ ତମ ଜିଲ୍ଲା ପରିଷଦ ସାଧାରଣ ବୈଠକ
Share on FacebookShare on TwitterWhatsapp

ମାଲକାନଗିରି  (ଓଡ଼ିଶା ତାଜା ନ୍ୟୁଜ୍) :- ପୂର୍ବାହ୍ନରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁଙ୍କ ଅଧ୍ୟକ୍ଷତାରେ ୭୩ ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପତିତ ପାବନ ବୈଦ୍ୟ, ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଆଶିଷ ଈଶ୍ୱର ପାଟିଲ , ଜିଲ୍ଲା ପରିଷଦର ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ନରେଶ ଚନ୍ଦ୍ର ଶବର, ସାଂସଦ ପ୍ରତିନିଧି ସଞ୍ଜୟ ସରକାର, ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ଗୋବିନ୍ଦ ପାତ୍ର ମଞ୍ଚାସୀନ ଥିଲେ ।

ଏହି ସଭାରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା । ପୂର୍ବ ବୈଠକରେ ହୋଇଥିବା ଆଲୋଚନା ତଥା ଜନଜାତି ଉନ୍ନୟନ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଏବଂ ପରିମଳ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, କୃଷି, ପ୍ରାଥମିକ ଶିକ୍ଷା ଓ ଗଣ ଶିକ୍ଷା, ଜଳସେଚନ , ଗ୍ରାମ୍ୟ ଉନ୍ନୟନ, ଜାତୀୟ ରାଜପଥ, ଯୋଗାଣ ବିଭାଗ , ସମାଜ ମଙ୍ଗଳ ବିଭାଗ ଆଦି ବିଷୟରେ ଗୃହକୁ ଶ୍ରୀ ଶବର ସୂଚନା ଦେଇଥିଲେ । ପରିଷଦର ସମସ୍ତ ପ୍ରତିନିଧିଙ୍କର ପଚାରିଥିବା ପ୍ରଶ୍ନର ଉତ୍ତର ରଖିଥିଲେ ବିଭାଗୀୟ କର୍ତ୍ତୃପକ୍ଷ । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ସମସ୍ତ ରାସ୍ତା ଓ ସେତୁ ନିର୍ମାଣ କାର୍ଯ୍ୟର ଗୁଣବତ୍ତା ଉପରେ ଧ୍ୟାନ ଦେଇ ବର୍ଷା ଋତୁ ଆରମ୍ଭ ହେବା ପୂର୍ବରୁ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ବିଧାୟକ ଶ୍ରୀ ମାଡ଼କାମୀ ନିର୍ଦ୍ଦେଶ ଦେଇଛନ୍ତି।

ପାନୀୟ ଜଳ ସମ୍ବନ୍ଧରେ ଆସିଥିବା ଅଭିଯୋଗ ଗୁଡିକର ସମାଧାନ ତଥା ନୂଆ ପ୍ରକଳ୍ପ ବିଷୟରେ ଆଲୋଚନା କରାଯାଇଥିଲା। ସେହିପରି କ୍ଷେତ୍ର ସ୍ତରୀୟ କର୍ମଚାରୀ ଓ ଅଧିକାରୀଙ୍କ ସହ ଉତ୍ତମ ସମନ୍ଵୟ ରକ୍ଷା କରି କାର୍ଯ୍ୟ କରିବାକୁ ଶ୍ରୀମତି ତାଙ୍ଗୁଲୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ରାଧିକାର ଭିତ୍ତିରେ ଘାଟି ଅଞ୍ଚଳରେ ନଳକୂପ ଖନନ କରିବା ପାଇଁ ମଧ୍ଯ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି। ଅନିୟମିତ ବିଜୁଳି ଶୁଳ୍କ ଉପରେ ପ୍ରତିକ୍ରିୟା ରଖି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ଯେ ବିଦ୍ୟୁତ୍ ବିଭାଗ କର୍ମଚାରୀ ଉପଭୋକ୍ତା ନିକଟକୁ ଯାଇ ଏକକାଳୀନ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଏବଂ ପାରାମେଡ଼ିକାଲ ଷ୍ଟାଫ ଅଭାବ, ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଆବାସିକ ଗୃହ ପାଇଁ ଉପୁଜିଥିବା ଅସୁବିଧା ବାବଦରେ ବୈଠକରେ ଆଲୋଚନା କରାଯାଇଥିଲା । ସେହିପରି ଜିଲ୍ଲାପାଳଙ୍କ ବିଭିନ୍ନ ଜନଶୁଣାଣୀ ସମୟରେ ସମ୍ପୃକ୍ତ ଅଞ୍ଚଳକୁ ବୁଲି ସେ ଅଞ୍ଚଳରେ ପୂର୍ବରୁ ଥିବା ଅଭିଯୋଗ ଗୁଡିକର ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ ଗୃହରେ ପ୍ରସ୍ତାବ ଦିଆଯାଇଛି । ଚିତ୍ରକୋଣ୍ଡା ଓ ବଣ୍ଡାଘାଟି ଅଞ୍ଚଳରେ ହିତାଧିକାରୀଙ୍କୁ ଚିହ୍ନଟ କରି କୃତ୍ରିମ ଅଙ୍ଗ ରୋପଣ କରାଇବା ନିମନ୍ତେ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଜିଲ୍ଲାର ଆବଶ୍ୟକତା ଥିବା ଅଞ୍ଚଳରେ ନୂତନ ସବ୍ ସେଣ୍ଟର ସ୍ଥାପନ ସହ ଯୋଗାଣ ସହାୟକ ନିଯୁକ୍ତ କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଜିଲ୍ଲାରେ କେନ୍ଦୁପତ୍ର ବିକ୍ରି ନେଇ ପତ୍ର ତୋଳାଳୀଙ୍କ ଉପୁଜୁଥିବା ସମସ୍ୟାର ସମାଧାନ କରିବା ନିମନ୍ତେ କେନ୍ଦୁପତ୍ର ବିଭାଗକୁ ଏଠାରେ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲାରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ କ୍ଷେତ୍ର ସ୍ତରରେ ଅଚାନକ ବିଦ୍ୟାଳୟ ପରିଦର୍ଶନ କରିବାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଉ ବୋଲି ବୈଠକରେ ପ୍ରସ୍ତାବ ଦିଆଯାଇଛି। ଏହି ବୈଠକରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ଅଧ୍ୟକ୍ଷା ଏବଂ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version