• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କୁ ଶ୍ରଦ୍ଧାଞ୍ଜଳି ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଭୂମିକା ଅବିସ୍ମରଣୀୟ : ଅତିଥି

Proprietor Abhimanyu Maharana by Proprietor Abhimanyu Maharana
April 27, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କୁ ଶ୍ରଦ୍ଧାଞ୍ଜଳି ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଭୂମିକା ଅବିସ୍ମରଣୀୟ : ଅତିଥି
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଉତ୍କଳମାତାର ଜଣେ ସୁଯୋଗ୍ୟ ସନ୍ତାନ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଥିଲେ ଏକାଧାରରେ ଆଦର୍ଶ ସୁଶାସକ, ପ୍ରଜାବତ୍ସଳ ଓ ଦୂରଦ୍ରଷ୍ଟା ରାଜା, ବିଚକ୍ଷଣ ରାଜନୀତିଜ୍ଞ, ଦେଶଭକ୍ତ, ଶିକ୍ଷାନୁରାଗୀ ଏବଂ ସାହିତ୍ୟାନୁରାଗୀ । ଓଡ଼ିଆଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ସେ ଥିଲେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଏବଂ ତାଙ୍କର ଦୁଇଥର ପ୍ରଧାନମନ୍ତ୍ରୀତ୍ୱ କାଳରେ ସେ ଓଡ଼ିଶାରେ ଅନେକ ଜନହିତକର ଏବଂ ଉନ୍ନୟନମୂଳକ କାର୍ଯ୍ୟ କରିଯାଇଛନ୍ତି ବୋଲି ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଭୁବନେଶ୍ୱରସ୍ଥ ପାରଳା ଗଜପତି ବିକାଶ ମଞ୍ଚ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ ନବଉତ୍କଳର ନିର୍ମାତା, ବିଚ୍ଛିନ୍ନ ଉତ୍କଳ ଏକତ୍ରୀକରଣର କର୍ଣ୍ଣଧାର, ସାହିତ୍ୟାନୁରାଗୀ, ସୁଶାସକ ତଥା ପ୍ରଜାବତ୍ସଳ ଭାବରେ ସର୍ବଜନବିଦିତ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଏକାଧାରରେ ଜଣେ ସୁଯୋଗ୍ୟ ଶାସକ, ଜାତିପ୍ରାଣ, ଦକ୍ଷ ପ୍ରଶାସକ ଓ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନନ୍ୟ ବିନ୍ଧାଣି ଥିଲେ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିବାରେ ତାଙ୍କର ଭୂମିକା ଥିଲା ଉଲ୍ଲେଖନୀୟ ।

ବିଖଣ୍ଡିତ ଓଡ଼ିଶା ଏବଂ ଲୁପ୍ତପ୍ରାୟ ଓଡ଼ିଆ ଭାଷାର ପୁନରୁଦ୍ଧାର କରି ଓଡ଼ିଆ ଭାଷାଭାଷୀ ଅଞ୍ଚଳମାନଙ୍କୁ ଏକ ଶାସନାଧୀନ କରିବା ପାଇଁ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଆପ୍ରାଣ ଉଦ୍ୟମ କରିଥିଲେ । ଞ୍ଜଫଞ୍ଚଟ୍ଟ;ପ୍ରଜା ପାଇଁ ରାଜାର ଜନ୍ମି୩୯; -ସତ୍ୟକୁ ଆଧାର କରି ପ୍ରଜାନୁରଞ୍ଜନ ନିମନ୍ତେ ସେ ଜୀବନ ଉତ୍ସର୍ଗ କରିଥିଲେ । ସେ ସମୟରେ ଓଡ଼ିଆ ଭାଷାଭାଷୀ ଅଞ୍ଚଳ ବିଭିନ୍ନ ପ୍ରଶାସନର ଅଧୀନରେ ରହିଥିଲା । ସମସ୍ତ ଓଡ଼ିଆ ଭାଷାଭାଷୀ ଲୋକେ ଗୋଟିଏ ଅଞ୍ଚଳରେ ରହିଲେ, ଉନ୍ନତି ସମ୍ଭବ ବୋଲି କୃଷ୍ଣଚନ୍ଦ୍ର ଦେବ ହୃଦୟଙ୍ଗମ କରିପାରିଥିଲେ । ଓଡ଼ିଶାର ସର୍ବାଙ୍ଗୀନ ଉନ୍ନତି ଏବଂ ଓଡ଼ିଆ ଜାତି ତଥା ଭାଷାସାହିତ୍ୟର ଅଭିବୃଦ୍ଧି ପାଇଁ ନିଷ୍ଠାପର ଭାବରେ ବହୁ ଜନହିତକର ଓ ଉନ୍ନୟନମୂଳକ କାର୍ଯ୍ୟ କରିଥିଲେ ା

ପରେ ସେ ରାଜନୀତିରୁ ଅପସରି ଯାଇ କୃଷି ଓ ଶିଳ୍ପର ଉନ୍ନତି କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ମହାରାଜାଙ୍କର ମହିମାମୟ ବ୍ୟକ୍ତିତ୍ୱ ସହିତ ସ୍ୱାଭିମାନ, ଓଡ଼ିଆ ଅସ୍ମିତା ଏବଂ ଜାତୀୟତା ଭାବ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ ବୋଲି ସେ ପ୍ରକାଶ କରିଥିଲେ । ଚଳିତ ବର୍ଷ ଠାରୁ ସରକାରୀ ଭାବେ ଓଡ଼ିଶାର ସମସ୍ତ ୩୦ ଗୋଟି ଜିଲ୍ଳାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ମହାରାଜାଙ୍କର ଜନ୍ମ ଜୟନ୍ତୀ ପାଳନ କରାଯାଉଛି ବୋଲି ବାଚସ୍ପତି ଶ୍ରୀମତୀ ପାଢ଼ୀ ପ୍ରକାଶ କରିଥିଲେ ।

ଗଜପତିଙ୍କ ସ୍ୱପ୍ନର ଓଡ଼ିଶାକୁ ସାକାର କରିବା ପାଇଁ ବିକାଶର ନୂତନ ଦିଗ୍‌ବଳୟ ସ୍ପର୍ଶ କରିବା ପାଇଁ ଓଡ଼ିଶାବାସୀ ଭାଇଭଉଣୀ ସମର୍ପିତ ମନୋଭାବ ନେଇ ତତ୍ପର ହେବେ ଏବଂ ଏକ ସମୃଦ୍ଧ ଓଡିଶା ଗଠନ ଦିଗରେ ଏକମନ ଏକପ୍ରାଣ ନେଇ ସମସ୍ତେ କାର୍ଯ୍ୟ କରିବେ ବୋଲି ବାଚସ୍ପତି ଶ୍ରୀମତୀ ପାଢ଼ୀ ଆଶାବ୍ୟକ୍ତ କରିଛନ୍ତି । ମୁଖ୍ୟବକ୍ତା ଭାବେ ଯୋଗଦେଇ ଅବସରପ୍ରାପ୍ତ ପ୍ରଶାସକ ତଥା ସୁବକ୍ତା ଶ୍ରୀ ସରୋଜ କୁମାର ସାମଲ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୀବନୀ, କୃତି ଓ କୀର୍ତ୍ତି ଉପରେ ନିଜର ସାରଗର୍ଭକ ବକ୍ତବ୍ୟ ରଖି କହିଲେ ଯେ ରାଜା, ପ୍ରଜା, ଜାତି, ଓ ଦେଶ ପାଇଁ ସେ ମହାରାଜା ।

ସେ ଯେତେବେଳେ ସିଂହାସନ ଆରୋହଣ କରିଥିଲେ ସେତିକିବେଳେ ସେ ପ୍ରତିଜ୍ଞା କରିଥିଲେ ଯେ ପିତାଙ୍କ ସଂରକ୍ଷିତ ରାଜକୋଷକୁ ନିଜ ସୁଖ ସ୍ୱାଚ୍ଛନ୍ଦ୍ୟ ନିମନ୍ତେ କିଛି ବି ଖର୍ଚ୍ଚ କରିବେ ନାହିଁ ବରଂ ସେହି ଗଚ୍ଛିତ ଧନ କେବଳ ଦେଶୋପକାରରେ ଲଗାଇବେ । ପୂର୍ବପୁରୁଷଙ୍କ ଦ୍ୱାରା ନିର୍ମିତ କୀର୍ତ୍ତିମାଳାର ଉନ୍ନତି ସାଧନ କରିବେ ଓ ପ୍ରଜାମଙ୍ଗଳ ନିମନ୍ତେ ଲୋକହିତକର କାର୍ଯ୍ୟ କରିବେ । ଓଡ଼ିଆଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ୧୯୧୪ ମସିହା ଡିସେମ୍ବର ମାସରେ ପାରଳାଖେମୁଣ୍ଡିଠାରେ ଅନୁଷ୍ଠିତ ‘ଉତ୍କଳ ସମ୍ମିଳନୀ’ ର ଅଧିବେଶନରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଉତ୍କଳର ଏକତ୍ରୀକରଣ ତଥା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ଦାବି କରି ଯେଉଁ ଓଜଃସ୍ୱିନୀ ବକ୍ତବ୍ୟ ଦେଇଥିଲେ ତାହା ଅନ୍ୟମାନଙ୍କୁ ଉଦ୍‌ବୁଦ୍ଧ ତଥା ଅନୁପ୍ରେରିତ କରିବା ସହିତ ସ୍ୱତନ୍ତ୍ର ପ୍ରଦେଶ ଗଠନର ମୂଳଦୂଆ ରଖିଥିଲା ।

ଜଣେ ପ୍ରଜାନୁରଞ୍ଜନ ଶାସକ ଭାବେ ଏବଂ ଶିକ୍ଷା, ଭିତ୍ତିଭୂମି, ଶିଳ୍ପ ବିକାଶ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ସେ ଓଡ଼ିଶାବାସୀଙ୍କ ହୃଦୟରେ ଚିର ଅମର ହୋଇ ରହିବେ । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଦେବପ୍ରସାଦ ଦାଶ କାର୍ଯ୍ୟକ୍ରମରେ ସଭାପତିତ୍ୱ କରି କହିଲେ ଯେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର କର୍ଣ୍ଣଧାରମାନେ ସମସ୍ତେ ଉପାନ୍ତ ଅଂଚଳର । ଉତ୍କଳ ଦିବସ ପାଳନ ଅବସରରେ ଯେଉଁ ଚିରସ୍ମରଣୀୟ ବ୍ୟକ୍ତିତ୍ୱ ଆମ ସାମ୍ନାକୁ ଆସନ୍ତି ସେମାନଙ୍କ ମଧ୍ୟରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଥିଲେ ଅନନ୍ୟ ଓ ଅନ୍ୟତମ ବ୍ୟକ୍ତି । ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଜଣେ ପ୍ରଜାନୁରଞ୍ଜନ ଶାସକ ଥିଲେ । ଭାଷା, ସାହିତ୍ୟ, ସଂସ୍କୃତି ସହିତ ଏକ ଉନ୍ନତ ସ୍ୱତନ୍ତ୍ର ପ୍ରଦେଶ ଗଠନ ନିମନ୍ତେ ସେ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିଥିଲେ ।

ଜଣେ ବିଚକ୍ଷଣ ରାଜନୀତିଜ୍ଞ, ଦେଶଭକ୍ତ, ଶିକ୍ଷାନୁରାଗୀ ତଥା ସୁଶାସକ ଭାବେ ତାଙ୍କର ନାମ ଚିରଦିନ ପାଇଁ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ । ପାରଳା ଗଜପତି ବିକାଶ ମଞ୍ଚ, ଭୁବନେଶ୍ୱରର ସଭାପତି ଶ୍ରୀ ଦିଗ୍‌ବିଜୟ ନାଥ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାରମ୍ଭରେ ଅତିଥିମାନେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଭକ୍ତିସଂଗୀତ ସଂସଦ, ପାରଳାଖେମୁଣ୍ଡି କଳାକାରମାନଙ୍କ ଦ୍ୱାରା ଭକ୍ତି ସଂଗୀତ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ରୋଜାଲିନ୍‌ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉପନିର୍ଦ୍ଦେଶକ ଦୀପ୍ତିମୟୀ ମହାପାତ୍ର, ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ, ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ ଓ ଗଣମାଧ୍ୟମର ପ୍ରତିନିଧି ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version