No Result
View All Result
କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) :- ନାବାଳିକାଙ୍କ ଅଶ୍ଳୀଳ ଫଟୋ ରଖି ବ୍ଲାକମେଲିଂ କରିବା ଅଭିଯୋଗରେ ଫୁଲବାଣୀ ପୋକସୋ ଅଦାଲତ ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ଦୋଷୀକୁ ୨୫ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଅଧିକ ୧୦ ମାସ ଜେଲ ଭୋଗିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି ବିଚାରପତି । ଅଭିଯୁକ୍ତ ଜଣକ ହେଲେ ଛତିଶଗଡ ରାଜ୍ୟ ପୁଞ୍ଜିପଥର ଥାନା ଅର୍ନ୍ତଗତ ଉଜଲପୁର ଗ୍ରାମର ଭାଗିରଥି ଦୀପ ।
ଘଟଣା ଅନୁଯାୟୀ, ଅଭିଯୁକ୍ତ ଭାଗିରଥି ଖଜୁରୀପଡା ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କ ଅଶ୍ଳୀଳ ଫଟୋ ରଖି ଧମକ ଦେବା ସହ ବିଭିନ୍ନ ପ୍ରକାର ବ୍ଲାକମେଲିଂ କରୁଥିଲେ । ଏ ନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ଖଜୁରୀପଡା ଥାନାରେ ଏତଲା ଦିଆଯାଇଥିଲା ଓ ଅଭିଯୋଗ ଆଧାରରେ ଖଜୁରୀପଡା ପୁଲିସ ୪୦/୨୩ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା । ଏହି ମାମଲାର ଶୁଣାଣି କରି ଫୁଲବାଣୀ ସ୍ବତନ୍ତ୍ର ପୋକସୋ କୋର୍ଟ ବିଚାରପତି ସାକ୍ଷ୍ୟ ପ୍ରମାଣ ଆଧାରରେ ଉପରୋକ୍ତ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ ।
No Result
View All Result