• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
June 3, 2025
in ଓଡ଼ିଶା, କଟକ, ମହାନଗର, ହୋମ୍
0
ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍)  :- ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି I ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟIଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା I ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ I

ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ I ଶ୍ରୀଜୀଉଙ୍କ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତି ମଧ୍ୟରେ ଜୁନ ୧୧ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା, ଜୁନ ୨୬ ତାରିଖରେ ନବଯୌବନ ଦର୍ଶନ, ଜୁନ ୨୭ ତାରିଖରେ ରଥଯାତ୍ରା,ଜୁଲାଇ ୦୧ ତାରିଖରେ ହେରା ପଞ୍ଚମୀ, ଜୁଲାଇ ୦୪ରେ ସନ୍ଧ୍ଯା ଦର୍ଶନ, ଜୁଲାଇ ୦୫ ରେ ବାହୁଡା ଯାତ୍ରା, ଜୁଲାଇ ୦୬ ତାରିଖରେ ସୁନାବେଶ, ଜୁଲାଇ ୦୭ ରେ ଅଧରପଣା ଓ ଜୁଲାଇ ୮ ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ I ଏହି ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ।
ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା I ରଥଯାତ୍ରା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ I ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡିକରେ ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା, ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥାର ପରିଚାଳନା ଆଦି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ସମୁଦ୍ର କୂଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା ।

ଏହାବ୍ଯତୀତ ରେଳବାଇ ପୋଲିସ ପକ୍ଷରୁ ପୁରୀ, ଭୁବନେଶ୍ବର, ଖୋର୍ଦ୍ଧା, ଜଟଣୀ ଆଦି ରେଳ ଷ୍ଟେସନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଆରପିଏଫ ସହ ଉପଯୁକ୍ତ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ। ଏହା ସହ ପୁରୀ ସହରରେ ଅପରାଧ ନିୟନ୍ତ୍ରଣ ପାଇଁ ସମସ୍ତ ଥାନା ଅଞ୍ଚଳରେ ଅପରାଧୀଙ୍କ ବିରୋଧରେ ସ୍ଵତନ୍ତ୍ର ଡ୍ରାଇଭ, ହୋଟେଲ ଏବଂ ଲଜ ଗୁଡିକରେ ନିୟମିତ ଯାଞ୍ଚ, ରକ୍ଷକ ଯାନ ମୁତୟନ, K-9 ସ୍କ୍ବାର୍ଡ ମୁତୟନ, ଦଳା ଚକଟା ଭଳି ପରିସ୍ଥିତିକୁ ଏଡାଇବା ନିମନ୍ତେ ସଜାଗ ତଥା ସ୍ୱତନ୍ତ୍ର ବ୍ୟବସ୍ଥା, ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼,

ପୋଲିସ ଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ଆଶୁ ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ସୁବିଧା ଇତ୍ୟାଦି ସମ୍ପର୍କରେ ଡିଜିପି ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଏହାସହ ବୈଠକରେ ଆପାତକାଳୀନ ପରିସ୍ଥିତିର ମୁକାବିଲା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏହି ବୈଠକରେ ଆଭାସୀ ମାଧ୍ୟମରେ ନିର୍ଦ୍ଦେଶକ (ଗୁଇନ୍ଦା) ଶ୍ରୀ ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ରେଳ ଏବଂ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ ବୋଥ୍ରା,

ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମ୍ଯୁନିକେସନ) ଶ୍ରୀ ଦୟାଲ ଗଙ୍ଗୱାର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ଶ୍ରୀ ରାଜେଶ କୁମାର, ଆଇଜି (କେନ୍ଦ୍ରାଞ୍ଚଳ) ଶ୍ରୀ ଏସ. ପ୍ରବୀଣ କୁମାର, ଆଇଜି (ଅପରେସନ) ଡ. ଦୀପକ କୁମାର, ଆଇଜି (ବିପିଏସପିଏ) ଶ୍ରୀ ଅନୁପ ସାହୁ, ଆଇଜି (କ୍ରାଇମବ୍ରାଞ୍ଚ) ଡ. ସାର୍ଥକ ଷଡଙ୍ଗୀ, ଡିଆଇଜି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜି (ଏସଆଇଡବ୍ଲୁ) ଡ. କନୱାର ବିଶାଳ ସିଂ ,ଡିଆଇଜି (ଏସଟିଏଫ) ଶ୍ରୀ ପିନାକ ମିଶ୍ର, ଏସପି (ରେଲୱେ) ଶ୍ରୀ ବିବେକାନନ୍ଦ ଶର୍ମା, ଏସପି (ପୁରୀ) ଶ୍ରୀ ଭିନୀତ ଅଗ୍ରୱାଲଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version