• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
June 5, 2025
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ତହସିଲଦାରମାନେ ହେଉଛନ୍ତି ତୃଣମୂଳ ସ୍ତରରେ ରାଜ୍ୟ ପ୍ରଶାସନର ମେରୁଦଣ୍ଡ

ରାଜସ୍ୱ ବିଭାଗ ହେଉଛି ସ୍ଵଚ୍ଛ ଏବଂ ଉତ୍ତମ ସରକାରର ଦର୍ପଣ

ଓଡିଶାରେ କେହି ବି ଭୂମିହୀନ ରହିବେ ନାହିଁ

ବାତ୍ୟା “ଦାନା’’ର ସଫଳ ମୁକାବିଲା ଆମର ଏକ ପ୍ରମୁଖ ସଫଳତା

କୌଣସି ପରିସ୍ଥିତିରେ ଦୁର୍ନୀତିକୁ ବରଦାସ୍ତ କରାଯିବ ନହିଁ, ଦୁର୍ନୀତି କ୍ଷେତ୍ରରେ ଆମ ନୀତି ହେଉଛି ‘ଶୂନ୍ୟ ସହନଶୀଳତା’

ପ୍ରତିଷ୍ଠା ନୁହେଁ, ଜନସେବାରେ ସମର୍ପଣ ହେଉ ଆପଣମାନଙ୍କ ମାନଦଣ୍ଡ- ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ (ଓଡ଼ିଶା ତାଜା ନ୍ୟୁଜ୍) :- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟ ବରାଦରେ, ବାଜି ରାଉତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ୧୧୨ କୋଟି ଟଙ୍କାର ୧୨ ଟି ପ୍ରକଳ୍ପର ଶୁଭଉଦ୍ଘାଟନ ହୋଇଥିବା ବେଳେ ୭୬ କୋଟି ଟଙ୍କାର ୧୦ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଆଜି କରାଗଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଢେଙ୍କାନାଳ ଠାରେ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବ୍ୟୟବରାଦରେ ହେବାକୁ ଥିବା ଶିଳ୍ପ ପ୍ରକଳ୍ପ ଆଜି ଓଡିଶାର ବିକାଶର ଧାରାରେ ଆଉ ଏକ ସ୍ରୋତ ଯୋଡି ଦେଇଛି । ଆଜି ଯେଉଁ ନୂତନ ଶିଳ୍ପର ଶୁଭାରମ୍ଭ ହେଲା, ଏଥିରୁ ୩୦ ହଜାର କୋଟି ଟଙ୍କାର ଵ୍ୟୟ କେବଳ ସୋଲାର ଶକ୍ତି ଶିଳ୍ପ ସମ୍ବଳିତ ପ୍ରକଳ୍ପ। ଏଣୁ, ଢେଙ୍କାନାଳ ଜିଲ୍ଲାକୁ ଓଡିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା ଓ ରାଜ୍ୟର ଅଗ୍ରଣୀ ଜିଲ୍ଲା ଭାବେ ପରିଗଣିତ କରିବା ହେଉଛି ଆମର ଲକ୍ଷ୍ୟ ।

ସୋଲାର ଏନର୍ଜୀକୁ ଆମେ କେବଳ ଆମ ରାଜ୍ୟର ନୁହେଁ ବରଂ ସମଗ୍ର ଦେଶର ପ୍ରମୁଖ ଶକ୍ତି ଭାବେ ବ୍ୟବହାର କରିବା । ଆଜି ଏଠାରେ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଯୋଗୁଁ ପ୍ରାୟ ୨୬ ହଜାର ୪୦୦ଟି ପ୍ରତ୍ୟକ୍ଷ ଏବଂ ପରୋକ୍ଷ ନିଯୁକ୍ତି ସୁଯୋଗର ସମ୍ଭାବନା ରହିଛି। ଆଉ ଆଜିର ଏହି ଶିଳ୍ପ, ଆମର ଉତ୍କର୍ଷ ଓଡିଶା- ମେକ ଇନ ଓଡିଶା କନକ୍ଳେଭ କାର୍ଯ୍ୟକ୍ରମର ସଫଳତା। ଆମ ସରକାରକୁ ୩୬୫ ଦିନ ମଧ୍ୟ ପୂରିନି କିନ୍ତୁ ଦେଖନ୍ତୁ, ଆମେ ଦେଇଥିବା ପ୍ରତିଶ୍ରୁତି କିଭଳି ଆମେ ପୂରଣ କଲୁ। କାରଣ ଆମ ସରକାର, ଯେଉଁ ବିଶ୍ୱାସର ସହ ଲୋକଙ୍କ ପାଖକୁ ଆସିଛି ସେ ବିଶ୍ୱାସ ଆମେ କେବେ ହେଲେ ଭାଙ୍ଗିବୁନି ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ।

ସେ କହିଥିଲେଯେ, ଏହି ଜିଲ୍ଲାର ଚିର ସ୍ମରଣୀୟ ବରପୁତ୍ର ତଥା ଶହୀଦ ବାଜି ରାଉତଙ୍କ ସ୍ମୃତିରେ ଆଜି ବନମାଳିପ୍ରସାଦ ଅଂଚଳରେ ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟବରାଦରେ ବାଜି ରାଉତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେଲା। ଏଥିରେ ଫୁଟବଲ ପଡିଆ, ସିନ୍ଥେଟିକ ଆଥେଲେଟିକ ଟ୍ରାକ୍, ହକି ଟ୍ରେନିଂ ସେଣ୍ଟର, ଇଣ୍ଡୋର ଷ୍ଟାଡିଅମ, ସୁଇମିଂପୁଲ୍, ୧୦୦ ଶଯ୍ୟା ବିଶିଷ୍ଟ କ୍ରୀଡା ଛାତ୍ରାବାସ ଇତ୍ୟାଦି ବିକଶିତ କରାଯିବ।

ସେ ପୁଣି କହିଥିଲେଯେ, ଏହି ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଆମ ଯୁବ ପିଢିଙ୍କ କ୍ରୀଡା ପ୍ରତି ଥିବା ଉଚ୍ଚ ଆଶାକୁ ଆହୁରି ଆଗକୁ ନେଇଯିବ। ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ଉନ୍ନତି ଅର୍ଥାତ ଯୁବଶକ୍ତିର ଉତ୍ଥାନ। ଯୁବ ସମାଜ ହେଉଛନ୍ତି ଆଗମୀ ପିଢୀର ନିର୍ମାତା। ସେମାନଙ୍କ ସବୁଠାରୁ ବଡ ସମସ୍ୟା ହେଉଛି ରୋଜଗାର। ତେଣୁ ସରକାର ଏଥିପାଇଁ ଚିନ୍ତିତ ଅଛନ୍ତି ଏବଂ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଆମେ ପ୍ରଥମ ବର୍ଷରେ ୨୭ ହଜାର ଖାଲିଥିବା ସରକାରୀ ପଦ ପୂରଣ କରିଛୁ। ଚଳିତ ବର୍ଷ ୪୦ ହଜାର ପଦ ପୂରଣ କରିବାପାଇଁ ମୁଁ ନିର୍ଦ୍ଦେଶ ଦେଇ ସାରିଛି। ଗତ କ୍ୟାବିନେଟ ବୈଠକରେ ରାଜ୍ୟର ଚାକିରି ଆଶାୟୀଙ୍କ ଏକ ଦୀର୍ଘ ଦିନର ଦାବିକୁ ପୂରଣ କରିଛୁ।

ବର୍ତ୍ତମାନ ଚାକିରି ପାଇଁ ଆବେଦନ କରିବାର ସର୍ବୋଚ୍ଚ ବୟସ ସୀମାକୁ ୪୨ ବର୍ଷ କରିଛୁ। ଏହା ଯୁବବର୍ଗଙ୍କୁ ସରକାରୀ ଚାକିରିରେ ପ୍ରତିଯୋଗୀତା କରିବାକୁ ଅଧିକ ସୁଯୋଗ ଦେବ।ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆମେ ୨୦୩୬ ସୁଦ୍ଧା ଓଡିଶାକୁ ସମୃଦ୍ଧ ଓଡିଶାରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛୁ ଏବଂ ଏଥିପାଇଁ ମୂଳଦୁଆ ଗତ ଜୁନ ୧୨ ତାରିଖରେ ପଡି ସାରିଛି। ଏବେ ଏହି ଭିତ୍ତିଭୂମି ଉପରେ ନିର୍ମାଣ ହେଉଛି ନୂତନ ଓଡିଶା, ସମୃଦ୍ଧ ଓଡିଶା। ଏଥିପାଇଁ ପ୍ରତି ଜିଲ୍ଲାକୁ ବି ସମୃଦ୍ଧ ହେବାକୁ ପଡିବ। ଆଜିର ପ୍ରକଳ୍ପ ସବୁ ଢେଙ୍କାନାଳ ଜିଲ୍ଲାକୁ ସମୃଦ୍ଧ କରିବାକୁ ଉଦ୍ଦିଷ୍ଟ। ଆସନ୍ତୁ, ଗଢିବା ଏକ ସମୃଦ୍ଧ ଢେଙ୍କାନାଳ ଏବଂ ସମୃଦ୍ଧ ଓଡିଶା।

ଏହି ଅବସରରେ ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଥିଲେ ଯେ ସାରା ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ପ୍ରଚେଷ୍ଟା ୬ ମାସ ମଧ୍ୟରେ ଆଜି ଆମେ ମାନେ ଦେଖି ପାରୁଛେ । ଆଗକୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆମେ ଶିଳ୍ପ ମାଧ୍ୟମରେ ରୋଜଗାର ବଢାଇବୁ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଅଶେଷ ଧନ୍ୟବାଦ। ଉକ୍ତ କାର୍ଯ୍ୟକ୍ରମରେ, ଖାଦ୍ୟ ଯୋଗାଣ ମନ୍ତ୍ରୀ,ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଥିଲେଯେ, ଗଣତନ୍ତ୍ରରେ ସବୁଠାରୁ ବଡ କଥା ହେଉଛି ‘ଲୋକଙ୍କ ଭରଷାକୁ ଅକ୍ଷୁର୍ଣ୍ଣ ରଖିବା’ ଏହି ଭାବନାକୁ ମନରେ ରଖି ପ୍ରଥମ ଦିନରୁ ହିଁ ରାଜ୍ୟବାସୀଙ୍କୁ ଦେଇଥିବା ପ୍ରତିଶୃତିକୁ ପୂରଣ କରିବା ପାଇଁ ପଦକ୍ଷେପ ନେଇଥିଲୁ ।

ପ୍ରତ୍ୟେକ ମୁହୂର୍ତ୍ତ ଲୋକଙ୍କ ପାଇଁ ସମର୍ପିତ ଆମ ସରକାର, ଲୋକଙ୍କ ହିତରେ ହିଁ କାର୍ଯ୍ୟରତ ଆଉ ଆଜି ବର୍ଷେ ମଧ୍ୟ ପୂରିନି କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ବିକାଶର ଧାରା ବହି ଚାଲିଛି । ଉକ୍ତ କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ, ଶ୍ରୀ ରୁଦ୍ରନାରାୟଣ ପାଣି, କାମାକ୍ଷାନଗର ବିଧାୟକ, ଶ୍ରୀ ଶତ୍ରୁଘନ ଜେନା , ପରଜଙ୍ଗ ବିଧାୟକ, ଶ୍ରୀ ବିଭୁତି ଭୂଷଣ ପ୍ରଧାନ, ହିନ୍ଦୋଳ ବିଧାୟିକା, ଶ୍ରୀମତୀ ସିମାରାଣୀ ନାୟକ ଓ ପାଲଲହଡା ବିଧାୟକ ଶ୍ରୀ ଅଶୋକ ମହାନ୍ତି ପ୍ରମୁଖ ପାଞ୍ଚାସିନ ଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପାଧ୍ୟାୟ ସ୍ଵାଗତ ଭାଷଣ ଦେଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ କୁମାର ସେଠୀ ଧନ୍ୟବାଦ ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

March 6, 2026
ନିଆଳି ମହାବିଦ୍ୟାଳୟରେ ପ୍ରାଣୀବିଜ୍ଞାନ ବିଭାଗର ବାର୍ଷିକ ସେମିନାର ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ପ୍ରାଣୀବିଜ୍ଞାନ ବିଭାଗର ବାର୍ଷିକ ସେମିନାର ଅନୁଷ୍ଠିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version