ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବିରୋଧରେ ଜନସଚେତନତା ସୃଷ୍ଟି କରିବା ପାଇଁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ସଚେତନତା ରଥ ଶୁଭାରମ୍ଭ କରାଯାଇଛି । ‘ଆମ ସଂକଳ୍ପ ନିଶା ନୁହେଁ ଜୀବନ’ ଅଭିଯାନକୁ ପ୍ରତ୍ୟେକ ଲୋକଙ୍କ ନିକଟରେ ପହଁଚାଇବା ପାଇଁ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଏହି ଅଭିଯାନର ଶୁଭାରମ୍ଭ କରାଯାଇଛି ।















