• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ : ସୁଭଦ୍ରା ଓ ଲକ୍ଷପତି ଦିଦି ଯୋଜନରେ ସଫଳତା ଦେଖି ଖୁସି ହେଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
June 9, 2025
in ଓଡ଼ିଶା, କେନ୍ଦ୍ରାପଡା, ରାଜନୀତି, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ : ସୁଭଦ୍ରା ଓ ଲକ୍ଷପତି ଦିଦି ଯୋଜନରେ ସଫଳତା ଦେଖି ଖୁସି ହେଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଜିଲ୍ଲାର ଉନ୍ନୟନ କାର୍ଯ୍ୟକ୍ରମ ସମୀକ୍ଷା କଲେ

ଜିଲ୍ଲାରେ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପ୍ରକଳ୍ପ ଗୁଡ଼ିକୁ ତ୍ୱରାନ୍ୱିତ କରିବାକୁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ାରେ ମେଡିକାଲ କଲେଜ ସ୍ଥାପନ ଓ ମହାପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ ବିଷୟରେ ହେଲା ଆଲୋଚନା

ଆଉ ଥରେ କେନ୍ଦ୍ରାପଡ଼ା ଆସିବି, ସରକାରଙ୍କ ଦ୍ଵିତୀୟ ବର୍ଷର ଉନ୍ନୟନ କାମର ଶୁଭାରମ୍ଭ କେନ୍ଦ୍ରାପଡ଼ାରୁ ହେବ – ମୁଖ୍ୟମନ୍ତ୍ରୀ

ବିରୋଧୀ ଦଳର ସମସ୍ତ ବିଧାୟକ ସମୀକ୍ଷା ବୈଠକରେ ଅଂଶ ଗ୍ରହଣ ଦେଖି ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ହେନ୍ତାଳ ଜଙ୍ଗଲକୁ ଆହୁରି ବ୍ୟାପକ କରାଯିବା ସହ ଇକୋ ଟୁରିଜିମକୁ ଆହୁରି ତ୍ୱରାନ୍ୱିତ କରାଯିବ

ଜନପ୍ରତିନିଧିଙ୍କ ସମସ୍ତ ଦାବିକୁ ଜନସ୍ୱାର୍ଥ ଦୃଷ୍ଟିରେ ରଖି କାର୍ଯ୍ୟ କରାଯିବ- ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା ଜିଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍) କେନ୍ଦ୍ରାପଡ଼ା :- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରିଛନ୍ତି ଓ ଘୋଷଣା କରିଛନ୍ତିଯେ ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷର ଆରମ୍ଭ କେନ୍ଦ୍ରାପଡ଼ା ଜିଲ୍ଲାରେ ବିକାଶମୂଳକ କାର୍ଯ୍ୟ ଆରମ୍ଭରୁ ହିଁ ହେବ।

ସମୀକ୍ଷାରୁ ଜଣା ଯାଇଛି ଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଜଳ ସମ୍ପଦର ବିକାଶ ହେବା ପାଇଁ ଏବଂ ଏହି ଜିଲାରେ ଶିଳ୍ପର ବିକାଶ ପାଇଁ ଖୁବ ଶୀଘ୍ର ପଦକ୍ଷେପ ନିଆଯିବ। କେନ୍ଦ୍ରାପଡ଼ା ଅଂଚଳରେ ଥିବା ହେନ୍ତାଳ ଜଙ୍ଗଲକୁ ଆହୁରି ବ୍ୟାପକ କରିବା ପାଇଁ ଏବଂ ଭିତରକନିକା ଓ ଗହୀରମଥା ଅଂଚଳରେ ଇକୋ ଟୁରିଜିମକୁ ଆହୁରି ତ୍ୱରାନ୍ୱିତ କରାଯିବ। ଖୁବ୍ ଶୀଘ୍ର ବିଭିନ୍ନ ନୂତନ ପ୍ରକଳ୍ପ ଗୁଡ଼ିକ ଏହି ଜିଲ୍ଲାରେ ଉଦ୍‍ଘାଟନ ହେବା ପାଇଁ ଯାଉଛି ଏବଂ କେନ୍ଦ୍ରାପଡ଼ା ଠାରେ ମେଡିକାଲ କଲେଜ ସ୍ଥାପନ ଓ ମହାପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ ବିଷୟରେ ବିଧାୟକଗଣ ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ହୋଇଛି ବୋଲି ବୈଠକରୁ ଜଣାଯାଇଛି ।

ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ବିଭାଗୀୟ କାର୍ଯ୍ୟ ଗୁଡିକ ସମ୍ବନ୍ଧରେ ଜିଲ୍ଲାପାଳ ଓ ସମ୍ପୃକ୍ତ ଅଧିକାରୀଙ୍କ ଠାରୁ ତଥ୍ୟ ନେବା ସହିତ କାର୍ଯ୍ୟର ଅଗ୍ରଗତି ସମ୍ବନ୍ଧରେ ପ୍ରଶ୍ନ କରିଥିଲେ ଏବଂ ଯେଉଁ କାର୍ଯ୍ୟ ଗୁଡିକ ମନ୍ଥର ଗତିରେ କାର୍ଯ୍ୟକାରୀ ହେଉଛନ୍ତି ତାହାର କାରଣ ବୁଝି ଏଥିପାଇଁ ଯାଥୋଚିତ ପଦକ୍ଷେପ ନେବାପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀ, ଜଙ୍ଗଲ ସୁରକ୍ଷା, ପର୍ଯ୍ୟଟନ, ଗ୍ରାମ୍ୟ ଉନ୍ନୟନ, ସଡ଼କ, ପରିବହନ, ସ୍ୱାସ୍ଥ୍ୟ, ଶିକ୍ଷା, ଜଳସେଚନ, ମହିଳା ସଶକ୍ତିକରଣ, କୃଷି ସମେତ ଶିଳ୍ପ ସମ୍ବନ୍ଧ ରେ ବିଶଦ ଭାବେ ଜିଲ୍ଲାପାଳ ଓ ଅଧିକାରୀଙ୍କ ସହ କଥା ହୋଇଥିଲେ। କେନ୍ଦ୍ରାପଡ଼ା ଜିଲ୍ଲାରେ ଏହି ସବୁ କାର୍ଯ୍ୟର ଉପଯୁକ୍ତ କାର୍ଯ୍ୟନ୍ୱୟନ ଏବଂ ଏହାର କାର୍ଯ୍ୟକାରୀ ହାର ଦେଖି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଏହାର ଆହୁରି ପ୍ରଗତି ପାଇଁ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଅନେକ ବିକାଶମୂଳକ ପ୍ରକଳ୍ପ ଯଥା କେନାଲ, ରାସ୍ତା ନିର୍ମାଣ, ପାନୀୟ ଜଳ ଯୋଗାଣ, ଶିକ୍ଷା ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହା ସହିତ ଜନ ଶୁଣାଣୀ, ଭତ୍ତା ବଣ୍ଟନ  , ବରିଷ୍ଠ ଅଧିକାରୀ ଓ ମାନ୍ୟବର ମନ୍ତ୍ରୀ ଙ୍କ ପରିଦର୍ଶନ, ମଧ୍ୟାହ୍ନ ଭୋଜନ ଯୋଜନା, ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦୟ ଯୋଜନା, ମିଶନ ଶକ୍ତି ଇତ୍ୟାଦି ରେ ଉଲ୍ଲେଖନିୟ ସଫଳତା ପାଇଁ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଁ ଅଭିନନ୍ଦନ ଜଣାଉଛି। ଏହି କାର୍ଯ୍ୟଗୁଡ଼ିକ ଜନସାଧାରଣଙ୍କ ଜୀବନଧାରାକୁ ଉନ୍ନତ କରୁଛି।

ସୁଭଦ୍ରା ଯୋଜନାରେ ଓ ଲକ୍ଷପତି ଦିଦି ଯୋଜନାରେ କେନ୍ଦ୍ରାପଡ଼ା ଜିଲ୍ଲା ଓଡ଼ିଶାରେ ଦ୍ଵିତୀୟ ସ୍ଥାନରେ ରହି ବିଶେଷ ଅଗ୍ରଗତି କରୁଥିବାରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ସାଧୁବାଦ ଦେଇଛନ୍ତି। ଜିଲ୍ଲାରେ ବାଂଲାଦେଶୀ ଅନୁପ୍ରବେଶକାରୀ ମାନଙ୍କ ବିରୁଦ୍ଧରେ ଶକ୍ତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ଚୋରା ବାଲି ଚାଲାଣ, ଆଇନ ଶୃଙ୍ଖଳା ଓ ସରକାରୀ କର୍ମଚାରୀ ଅଭାବ ଭଳି ଚ୍ୟାଲେଞ୍ଜଗୁଡ଼ିକ ସମ୍ପର୍କରେ ତଥ୍ୟ ଗ୍ରହଣ କରି ଏଥି ନିମନ୍ତେ ମୁଖ୍ୟମନ୍ତ୍ରୀ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।  

ସେ ପୁଣି କହିଥିଲେଯେ, ଆଗାମୀ ଦିନରେ କେନ୍ଦ୍ରାପଡ଼ା ଜିଲ୍ଲାକୁ ଏକ ଆଦର୍ଶ ଜିଲ୍ଲା ଭାବେ ଗଢ଼ି ତୋଳିବା ଆମର ଲକ୍ଷ୍ୟ। ଏଥିପାଇଁ ନୂଆ ପ୍ରକଳ୍ପ ଯଥା ଶିଳ୍ପ ସ୍ଥାପନ, ପର୍ଯ୍ୟଟନ ବିକାଶ ଓ ନବୀକରଣୀୟ ଶକ୍ତି ଉପରେ ଧ୍ୟାନ ଦିଆଯାଉ। ଏହା ସମ୍ପର୍କରେ ଏକ ବିସ୍ତୃତ ଯୋଜନା ଆଗାମୀ ଏକ ମାସ ମଧ୍ୟରେ ପ୍ରସ୍ତୁତ କରନ୍ତୁ। ଯେଉଁ ସ୍ଥାନରେ ପାନୀୟଜଳର ଅସୁବିଧା ହେଉଛି ସେଠାରେ ଅଧିକାରୀ ମାନେ ଯଥାଶୀଘ୍ର ପଦକ୍ଷେପ ନେଇ କାର୍ଯ୍ୟ ସମାପ୍ତ କରନ୍ତୁ। ସ୍ୱାସ୍ଥ୍ୟ ସେବାରେ ଯେପରି କୌଣସି ଅସୁବିଧା ନହୁଏ ସେଥିପାଇଁ ମଧ୍ଯ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ସମୀକ୍ଷା ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ମାଉସୀ ମାଆ ମନ୍ଦିର ଠାରୁ ଶ୍ରୀ ବଳଦେବଜୀଉ ମନ୍ଦିର ପର୍ଯ୍ୟନ୍ତ ଏକ ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତ୍ୟେକ ମାଆ ଓ ଭଉଣୀ ମାନଙ୍କର ସିନ୍ଦୁରର ସୁରକ୍ଷା ପାଇଁ ମାନନୀୟ ପ୍ରଧାନମନ୍ତ୍ରୀ ନେଇଥିବା ପ୍ରତିଜ୍ଞା ଆଜି ସାରା ବିଶ୍ୱରେ ଗୁଞ୍ଜରିତ ହେଉଛି। ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବା ପରେ ଜିଲ୍ଲା କୃଷି ରଥ ଓ ରାଜସ୍ବ ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

ଉକ୍ତ ସମୀକ୍ଷା ବୈଠକରେ, ଆଳି ବିଧାୟକ ଶ୍ରୀଯୁକ୍ତ ପ୍ରତାପ କେଶରୀ ଦେବ, କେନ୍ଦ୍ରାପଡ଼ା ବିଧାୟକ ଶ୍ରୀଯୁକ୍ତ ଗଣେଶ୍ୱର ବେହେରା, ମହାକାଳପଡ଼ା ବିଧାୟକ , ଡକ୍ଟର ଦୁର୍ଗା ପ୍ରସନ୍ନ ନାୟକ, ରାଜନଗର ବିଧାୟକ , ଶ୍ରୀଯୁକ୍ତ ଧ୍ରୁବ ଚରଣ ସାହୁ ପାଟକୁରା ବିଧାୟକ , ଶ୍ରୀଯୁକ୍ତ ଅରବିନ୍ଦ ମହାପାତ୍ର, ଜିଲ୍ଲାପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସଙ୍କ ସମେତ ଜିଲ୍ଲାପାଳ ଶ୍ରୀ ସ୍ମୃତିରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ଶ୍ରୀ ସିଦ୍ଧାର୍ଥ କଟାରିଆ ଓ ଜିଲ୍ଲାର ସମସ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

March 6, 2026
ନିଆଳି ମହାବିଦ୍ୟାଳୟରେ ପ୍ରାଣୀବିଜ୍ଞାନ ବିଭାଗର ବାର୍ଷିକ ସେମିନାର ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ପ୍ରାଣୀବିଜ୍ଞାନ ବିଭାଗର ବାର୍ଷିକ ସେମିନାର ଅନୁଷ୍ଠିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version