ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅର୍ନ୍ତଗତ ରୁତୁଙ୍ଗିଆ ପଞ୍ଚାୟତର ସିରିସପାଙ୍ଗା ଗ୍ରାମର ବାପା ହେମ କହଁର ଓ ପୁଅ ନିଳମଣି କହଁର ଖମନ ଖୋଲ ଅଞ୍ଚଳକୁ କାମ କରିବାକୁ ଯାଇଥିଲେ । ରବିବାର ଉଭୟ ବାପା ପୁଅ ନିଜ ମଟର ସାଇକେଲରେ ଘରକୁ ଫେରିବା ସମୟରେ ସୁଡ୍ରା ପଞ୍ଚାୟତର ଗାଲିଗୁରା ଗାଁ ନିକଟରେ ଏକ ପଣସ ବୋଝେଇ ପିକଅପ୍ ଭ୍ୟାନ ସହ ମଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଥିଲା ।

ଫଳରେ ବାପା ପୁଅ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ପିକଅପ୍ ଭ୍ୟାନକୁ ଅଟକ ରଖିବା ସହ ପୁଲିସକୁ ଜଣାଇଥିଲେ । ଉଭୟ ଗୁରୁତରଙ୍କୁ ବାଲିଗୁଡ଼ା ମେଡିକାଲକୁ ଚିକିତ୍ସା ପାଇଁ ପଠାଇଥିଲେ । ବାପା ହେମ କହଁରକୁ ଡାକ୍ତର ମୃତ ଘୋଷଣା କରିଥିଲେ ଓ ପୁଅ ନୀଳମଣିକୁ ଅଧିକ ଚିକିତ୍ସା ଲାଗି ଫୁଲବାଣୀ ମେଡିକାଲକୁ ପଠାଇଥିଲେ । କିନ୍ତୁ, ଅଧା ବାଟରେ ନୀଳମଣିଙ୍କର ମୃତ୍ୟୁ ହୋଇଥିଲା ।

ଏ ଘଟଣାର ପ୍ରତିବାଦରେ ସୋମବାର ବାଲିଗୁଡ଼ା ଉପଖଣ୍ଡ ମେଡିକାଲ ସମ୍ମୁଖରେ ମୃତକଙ୍କ ସମ୍ପର୍କୀୟ ୫ ଲକ୍ଷ ଦାବି କରି ରାସ୍ତା ଅବରୋଧ କରିଥିଲେ । ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ବୁଝାସୁଝା କରିବା ପରେ ଏକ ଘଣ୍ଟା ଧରି ଚାଲିଥିବା ରାସ୍ତା ରୋକରୁ ସମ୍ପର୍କୀୟଙ୍କୁ ହଟାଇବା ସହ ଦାବି ଅନୁଯାୟୀ କ୍ଷତି ପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ।