• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦେବସ୍ନାନ ପୂର୍ଣ୍ଣିମା

Proprietor Abhimanyu Maharana by Proprietor Abhimanyu Maharana
June 11, 2025
in ଓଡ଼ିଶା, ଖୋର୍ଦ୍ଧା, ପୁରୀ, ମନୋରଞ୍ଜନ, ମହାନଗର, ହୋମ୍
0
ଦେବସ୍ନାନ ପୂର୍ଣ୍ଣିମା
Share on FacebookShare on TwitterWhatsapp

ଦକ୍ଷିଣାଭିମୁଖେ ଵିଷ୍ଣୌ ସ୍ନାନକାଳେ ନୃପୋତ୍ତମ ।
ବିଷ୍ଣୋର୍ନିରାଜନବିଧିଂ ଯେ ପଶ୍ୟନ୍ତି ଚ ଭକ୍ତିତଃ। ।
ପଦେ ପଦେऽଶ୍ବମେଧାନାଂ ଫଳଂ ତେଷାଂ ଭବେତ୍ ଧୃବମ୍ ।
ମନୋରଥସ୍ୟ ସଂସିଦ୍ଧିସ୍ତେଷାଂ ଭବତି ତତ୍-କ୍ଷଣାତ୍ ।
ଅନ୍ତେ ବୈକୁଣ୍ଠଭବନଂ ତେ ଚ ଗଚ୍ଛନ୍ତି ମାନବାଃ । 
( ସ୍କନ୍ଦ ପୁରାଣ, ଉତ୍କଳ ଖଣ୍ଡ )

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍)  :-  ସ୍ନାନମଣ୍ଡପରେ ଦକ୍ଷିଣାଭିମୁଖି ଶ୍ରୀଜଗନ୍ନାଥାଦିଙ୍କୁ ଯେଉଁମାନେ ଦର୍ଶନ କରନ୍ତି ବା ଆରତୀକୁ ଭକ୍ତି ସହକାରେ ଦର୍ଶନ କରନ୍ତି ସେମାନେ ଅଶ୍ୱମେଧ ଯଜ୍ଞର ଫଳଲାଭ କରନ୍ତି । ସେମାନଙ୍କର ସକଳ ମନୋରଥ ପୂରଣ ହୋଇଥାଏ । ଅନ୍ତ କାଳରେ ସେମାନେ ବୈକୁଣ୍ଠ ପୁରକୁ ଗମନ କରନ୍ତି। ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା । ଏହାହିଁ ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ ।

ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି । ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା ।

ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି । ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି । ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟୋଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ ।
ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ସାଧାରଣ ଦିନପରି ଶ୍ରୀମନ୍ଦିରରେ କବାଟଫିଟା, ପାହାନ୍ତିଆ ଅବକାଶ, ଗୋପାଳବଲ୍ଲଭ,ସକାଳଧୂପ, ଦ୍ଵିପ୍ରହରଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ଵଳ୍ପସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ । ଏହିଦିନ କୋଠ ସିଆଁସିଆ ମନ୍ଦିରରେ ପ୍ରବେଶ କରନ୍ତି ଓ ପହଣ୍ଡି ପାଇଁ ଚାରମାଳ ବାନ୍ଧନ୍ତି l ପ୍ରଭୁଙ୍କର ସେନାପଟା ଓ ବାହୁଟିନାଗି ହୁଏ । ରତ୍ନ ସିଂହାସନ ଉପରେ ମଙ୍ଗଳାର୍ପଣ କରାଯାଏ । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ (ବ୍ରାହ୍ମଣ ଗୋଷ୍ଠୀର ସେବକ) ବିଜେ କରାଇଥାନ୍ତି । ପହଣ୍ଡି ବିଜେ ସମୟରେ ସାତ ପାହଚ ଉପରେ ଠାକୁରମାନେ ଚୂଳ ଓ ଟାହିଆ ଲାଗି ହୁଅନ୍ତି ।

ଏହି ସାତପାହଚ ଉପରେ ଟାହ୍ୟାନାଗି ହେବାପରେ ଦ୍ଵିତୀୟ ମଙ୍ଗଳାର୍ପଣ ହୁଏ । ତା ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ନାଗି କରାଯାଏ । ତା ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦିକୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତି l ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି l ଗରାବଡୁ ସୁବର୍ଣ୍ଣକଳସ ଧରି ଶିତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ଵର୍ଣ୍ଣକୂପରୁ ଜଳ ଆଣନ୍ତି । ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ ।

ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ଵାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ ।

ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟଗନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ମଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ l ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ ।ଏହାକୁ “ପ୍ରତ୍ୟକ୍ଷ ଅବକାଶ” କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ ।

ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳତୀର୍ଥ ମଠଦ୍ଵାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ସୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ । ତାପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଓ ପଟିମୂର୍ତି ସ୍ଥାପନା କରାଯାଏ । ତାପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମା ଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦିର୍ଘ ୧୫ ଦିନ ଧରି ଜ୍ଵରରେ ପଡ଼ନ୍ତି । ଏହାକୁ ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version