• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶ୍ଵ ପ୍ରସିଦ୍ଧ ରଥଯାତ୍ରାକୁ ତ୍ରୁଟିପୂର୍ଣ୍ଣ ଓ ଶୃଙ୍ଖଳିତ କରିବା ପାଇଁ ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆଙ୍କ ଗୁରୁତ୍ଵ ପୁର୍ଣ୍ଣ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 15, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଶ୍ଵ ପ୍ରସିଦ୍ଧ ରଥଯାତ୍ରାକୁ ତ୍ରୁଟିପୂର୍ଣ୍ଣ ଓ ଶୃଙ୍ଖଳିତ କରିବା ପାଇଁ ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆଙ୍କ ଗୁରୁତ୍ଵ ପୁର୍ଣ୍ଣ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ଭୁବନେଶ୍ଵର (ଓଡ଼ିଶା ତାଜା ନ୍ୟୁଜ୍) :- ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ,ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟIଳୟ ଠା ରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସଦା ସର୍ବଦା ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେI ମହାପ୍ରଭୁଙ୍କ ନବ ଯୌବନ ଦର୍ଶନ, ରଥଯାତ୍ରା, ବାହୁଡା଼ ଯାତ୍ରା, ସୁନା ବେଶ ଆଦି ନୀତି କାନ୍ତି ସମୟରେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ । ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା I

 

ଆଜି ସନ୍ଧ୍ୟା ଠାରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଅପରାଧ ନିୟନ୍ତ୍ରଣ ପାଇଁ ସମସ୍ତ ଥାନା ଅଞ୍ଚଳରେ ସ୍ଵତନ୍ତ୍ର ଡ୍ରାଇଭ ଆରମ୍ଭ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ହୋଟେଲ,ଲଜ, ମଠ,ମନ୍ଦିର,ବସ ଷ୍ଟାଣ୍ଡ,ରେଳ ଷ୍ଟେସନ, ଶ୍ରମିକଙ୍କ ରହଣି ସ୍ଥଳ,ଧର୍ମଶାଳା ଆଦି ସ୍ଥାନ ଗୁଡିକରେ ତନ୍ନ ତନ୍ନ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଥମ ଥର ପାଇଁ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍ ଟାଉନ ଥାନାରେ ସ୍ଥାପନ କରାଯିବ।ଏହା ସହ Artificial Intelligence କ୍ୟାମେରା ସହରର ବିଭିନ୍ନ ସ୍ଥାନରେ ଲଗାଇବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଉତ୍ତରା ଛକରୁ ଆରମ୍ଭ କରି ପୁରୀ,ପୁରୀ -କୋଣାର୍କ ରୋଡ ସହିତ ସହରର ବିଭିନ୍ନ ଛକରେ ମଧ୍ୟ କ୍ୟାମେରା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ଯାହା ଫଳରେ ଭକ୍ତଙ୍କୁ ଟ୍ରାଫିକ ପରିଚାଳନାରେ ସହଯୋଗ ଓ ସୁବିଧା ମିଳିପାରିବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି ।

ଜନସାଧାରଣଙ୍କ ଯାତାୟାତର ସୁବିଧା ନିମନ୍ତେ ଏକ ବିଶେଷ ମୋବାଇଲ ଆପ ପ୍ରସ୍ତୁତ କରାଯାଇଛି ଯାହା କି ଟ୍ରାଫିକ ଉପଦେଶ,ପାର୍କିଂ ସ୍ଥାନ,ଟ୍ରାଫିକ ଜାମ ଓ ବିକଳ୍ପ ରାସ୍ତା ସମ୍ବନ୍ଧରେ ତ୍ୱରିତ ସୂଚନା ପ୍ରଦାନ କରିବ। ଏହା ସହ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣର ମୁକାବିଲା ନିମନ୍ତେ ସମୁଦ୍ର ମଧ୍ୟରେ ଭାରତୀୟ ନୌସେନା, ଭାରତୀୟ ତଟରକ୍ଷୀ ଓ ଓଡ଼ିଶା ପୋଲିସ ସାମୁଦ୍ରିକ ଥାନାର ମିଳିତ ପାଟ୍ରୋଲିଂ ବ୍ୟବସ୍ଥା ସହ ଜାହାଜରେ QRT ମୁତୟନ, ଆକାଶ ମାର୍ଗରୁ ଆକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଡ୍ରୋନ ଏଵଂ Anti Drone System ର ବ୍ୟବସ୍ଥା କରାଯାଇଛି। ଯେକୌଣସି ପ୍ରତିକୂଳ ପରିସ୍ଥିତିର ମୁକାବିଲା ନିମନ୍ତେ Anti Terrorist Squad ସହ ଏକ ରକ୍ଷକ ବାହନ ମଧ୍ୟ ପୁରୀ ସହରରେ ମୃତୟନ କରାଯିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି।ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ବିଗତ ବର୍ଷ ଅପେକ୍ଷା ଅଧିକ ଫୋର୍ସ ନିୟୋଜିତ କରାଯିବା ଉପରେ ଡିଜିପି ସୂଚନା ଦେଇଛନ୍ତି।ଏହା ସହ ରଥଯାତ୍ରା ସମୟରେ ସମ୍ଭାବ୍ୟ ଦଳା ଚକଟା ପରିସ୍ଥିତି ଏବଂ ଏହାର ନିରାକରଣ ଉପରେ ସଦା ସର୍ବଦା ପ୍ରସ୍ତୁତ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।

ଏତଦ ବ୍ୟତୀତ ସହରରେ ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା, ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥାର ପରିଚାଳନା ଆଦି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ସମୁଦ୍ର କୂଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଏଥି ସହିତ ରେଳବାଇ ପୋଲିସ ପକ୍ଷରୁ ବିଭିନ୍ନ ରେଳ ଷ୍ଟେସନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଆରପିଏଫ ସହ ଉପଯୁକ୍ତ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ। ସେହିପରି ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼, ପୋଲିସ ଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ର ସୁବିଧା,ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା,ଜିଲ୍ଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ଆଶୁ ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ସୁବିଧା ଇତ୍ୟାଦି ସମ୍ପର୍କରେ ଡିଜିପି ବିସ୍ତୃତ ଭାବେ ଆଲୋଚନା କରିଥିଲେ।

ଏହାସହ ବୈଠକରେ ଆପାତ କାଳୀନ ପରିସ୍ଥିତିର ମୁକାବିଲା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ରଥ ଯାତ୍ରାକୁ ଶୃଙ୍ଖଳିତ ତଥା ତୃଟିଶୁନ୍ୟ ଭାବେ ସମାପନ କରିବା ପାଇଁ ଡିଜିପି ଶ୍ରୀ ଖୁରାନିଆ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି। ଏହି ବୈଠକରେ ନିର୍ଦ୍ଦେଶକ (ଗୁଇନ୍ଦା)ଶ୍ରୀ ଆର.ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ)ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା)ଶ୍ରୀ ସଞ୍ଜୟ କୁମାର, ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର,ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମ୍ଯୁନିକେସନ) ଶ୍ରୀ ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି)ଶ୍ରୀ ରାଜେଶ କୁମାର, ଆଇଜି (କେନ୍ଦ୍ରାଞ୍ଚଳ)ଶ୍ରୀ ଏସ.ପ୍ରବୀଣ କୁମାର,ଆଇଜି (ଅପରେସନ)ଡ. ଦୀପକ କୁମାର, ଆଇଜି (ବିପିଏସପିଏ) ଶ୍ରୀ ଅନୁପ ସାହୁ, ଡିଆଇଜି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା,ଡିଆଇଜି (ଏସଆଇଡବ୍ଲୁ) ଡ.କନୱାର ବିଶାଳ ସିଂ,ଡିଆଇଜି (ଏସଟିଏଫ)ଶ୍ରୀ ପିନାକ ମିଶ୍ର, ଡିଆଇଜି(କ୍ରାଇମବ୍ରାଞ୍ଚ)ଶ୍ରୀ ବି. ଗଙ୍ଗାଧର, ଡିଆଇଜି(କାର୍ମିକ)ଶ୍ରୀ ଯୁଗଳ କିଶୋର ବନୋଥ,ଏସପି (ରେଲୱେ)ଶ୍ରୀ ବିବେକାନନ୍ଦ ଶର୍ମା,ଏସପି (ପୁରୀ)ଶ୍ରୀ ଭିନୀତ ଅଗ୍ରୱାଲଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ I

 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026

Recent News

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version