ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ରହିଥିଲା ରାଜ୍ୟ ବିଭିନ୍ନ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ବେଳେ ବନ୍ୟା, ବାତ୍ୟା, ଭୂସ୍ଖଳନ, ଅଗ୍ନିକାଣ୍ଡ ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନସାଧରଣଙ୍କ ଧନ ଜୀବନକୁ କିପରି ରକ୍ଷା କରାଯାଇ ପାରିବ ସେ ନେଇ ଆଲୋଚନା ସହ ପ୍ରତ୍ୟକ୍ଷ ଭାବେ କୌଶଳ ଗୁଡ଼ିକ ପ୍ରଦର୍ଶନ କରାଯାଇଥିଲା। ଗଜପତି ଜିଲ୍ଲାକୁ ବିପର୍ଯୟ ପରିଚାଳନା ନିମନ୍ତେ ବ୍ଲକ ସ୍ତରୀୟ ଅଞ୍ଚଳରେ କାର୍ଯ୍ୟ କରୁଥିବା ଅଧିକାରୀ ମାନଙ୍କର କାର୍ଯ୍ୟଦକ୍ଷତା ସଠିକ ଭାବେ କାର୍ଯ୍ୟକ୍ରମ କରାଇବା ଏହି କର୍ମଶାଳା ର ମୁଖ୍ୟ ଉଦ୍ଦେଶ୍ୟ ଥିଲା l
ବ୍ଲକ ର ସମସ୍ତ ବିଭାଗୀୟ ଅଧିକାରୀ ସମ୍ଭାବ୍ୟ ବିପର୍ଯ୍ୟୟକୁ ସମ୍ମୁଖୀନ ହେବା ପୂର୍ବରୁ ଏହାର ମୁକାବିଲା କରିବା, ଏହା ସହ ମୁକାବିଲା ପୂର୍ବରୁ ବ୍ୟାପକ ସଜାଗ ରହିବା ପାଇଁ ପାଇଁ ପରାମର୍ଶ ଦିଆଯାଇଥିଲା। ବିପର୍ଯ୍ୟୟ ସମୟରେ ବ୍ଲକ ର ସମସ୍ତ ବିଭାଗୀୟ ଅଧିକାରୀ ଗୋଟିଏ ଟିମ୍ ହୋଇ କାର୍ଯ୍ୟ କରିବା ସହିତ ପ୍ରଭାବିତ ଜନସାଧରଣଙ୍କୁ ଖାଦ୍ୟ, ଔଷଧ,ପାନୀୟ ଜଳ, ଚୁଡ଼ା, ଗୁଡ଼ ମହଜୁଦ ରଖିବା ସଙ୍ଗେ ଦୁର୍ବଳ ସ୍ଥିତିରେ ଥିବା ନଦୀ ଓ କେନାଲ ବନ୍ଧ ନିର୍ମାଣ ପାଇଁ ଗୁରୁତ୍ଵ ଦେବା ସହିତ ବିପର୍ଯ୍ୟୟ ପରେ ଥଇଥାନ କୁ ସଠିକ ଭାବରେ ପରିଚାଳନା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବିଶେଷ କରି ବ୍ଲକ ରେ ସାଧାରଣତଃ ସ୍ବାସ୍ଥ୍ୟ, ପ୍ରାଣୀ ଚିକିତ୍ସା, ପାନୀୟ ଜଳ ପରିମଳ ବିଭାଗ ,
କୃଷି, ଯୋଗାଣ ବିଭାଗ, ଅଗ୍ନିଶମ ବିଭାଗ,ଓ ବିଦ୍ୟୁତ ବିଭାଗର ଅଧିକାରୀଙ୍କ ସମେତ ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀଙ୍କ ସହିତ ଫୁଙ୍ଖାନୁଫୁଙ୍ଖ ଆଲୋଚନା କରାଯାଇଥିଲା। ଏହା ସବୁ ବିଭାଗର ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଅନ୍ୟ ପଦସ୍ଥ ଅଧିକାରୀ ମାନେ କିପରି ନିଜ ନିଜ ବିଭାଗ ଦ୍ଵାରା ଏହାକୁ ପରିଚାଳନା କରିବେ ସେ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା।
ଏହି ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଟେବୁଲ ଟପ୍ ଏକ୍ସରସାଇଜ ବୈଠକରେ ସ୍ବାସ୍ଥ୍ୟ ଟିମ୍ ,ଅଗ୍ନିଶମ ଟିମ୍ , ଶିଶୁ ବିଭାଗ, ଶିକ୍ଷା ବିଭାଗ ସମେତ ସମସ୍ତ ଙ୍କ ସମେତ ବ୍ଲକର ଅତିରିକ୍ତ ଗୋଷ୍ଟି ଉନ୍ନୟନ ଅଧିକାରୀ, ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଇଂ.ପ୍ରସାଦ ପଣ୍ଡା, ସହକାରୀ ଯନ୍ତ୍ରୀ ପ୍ରଦ୍ୟୁମ୍ନ ନାୟକ ଙ୍କ ସମେତ ବ୍ଲକ ସ୍ତରୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ।

© 2023 Odisha Taza News.