ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଜ୍ଞାନ ପ୍ରକାଶର ନବମ ବାର୍ଷିକ ଉତ୍ସବ ଓ ନେସନାଲ୍ କନଫରେନ୍ସ -2025 ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜ୍ଞାନ ପ୍ରକାଶ ପତ୍ରିକା ଉନ୍ମୋଚନ ସହ ଆଦର୍ଶ ଶିକ୍ଷକ,ଲେଖକ ଓ କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କର ପ୍ରଥମ କବିତା ସଂଙ୍କଳନ ଅଲଭ୍ୟ ପୁସ୍ତକ ଉନ୍ମୋଚନ ହୋଇଯାଇଛି ।















