• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ ବୈଠକରେ ;ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଙ୍କ ଅଭିଭାଷଣ

Proprietor Abhimanyu Maharana by Proprietor Abhimanyu Maharana
September 5, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରାଜ୍ୟ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ ବୈଠକରେ  ;ରାଷ୍ଟ୍ରୀୟ ସଭାପତି  ଜେ.ପି.ନଡ୍ଡା ଙ୍କ ଅଭିଭାଷଣ
Share on FacebookShare on TwitterWhatsapp

ଆଗାମୀ ନିର୍ବାଚନରେ ୫୦ ପ୍ରତିଶତ ଭୋଟରେ ଓଡିଶାରେ ବିଜେପି ସରକାର ଗଠନ କରିବା ପାଇଁ କାର୍ଯ୍ୟକର୍ତାଙ୍କୁ ଆହ୍ୱାନ ଦେଲେ ରାଷ୍ଟ୍ରୀୟ ସଭାପତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ‘ଲକଡାଉନ ଓ ଜନତା କର୍ଫ୍ୟୁ’ ଜରିଆ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ସମଗ୍ର ବିଶ୍ୱ ଓ ୟୁନିସେଫ ଭୁୟସୀ ପ୍ରଶଂସା କରିଛନ୍ତି ବିଜେପି କାର୍ଯ୍ୟକର୍ତମାନେ ଆତ୍ମନିର୍ଭର ପ୍ୟାକେଜ, ଭିତିଭୂମି ପାଣ୍ଠି, ପ୍ରବାସୀ ଶ୍ରମିକମାନଙ୍କୁ ରୋଜଗାର ଦେବା ଆଦି କାର୍ଯ୍ୟରେ ନିଜକୁୁ ନିୟୋଜିତ କରି ଲୋକଙ୍କୁ ଏସଂପର୍କରେ ଅବଗତ କରାଇବା ପାଇଁ ଶ୍ରୀ ନଡ୍ଡା କାର୍ଯ୍ୟକର୍ତାମାନଙ୍କୁ କହିଛନ୍ତି ଜାତୀୟ ଶିକ୍ଷାନୀତି -୨୦୨୦ ଭାରତର ଭାଗ୍ୟ ବଦଳାଇଦେବ କାର୍ଯ୍ୟକର୍ତାମାନେ ‘ଭୋକାଲ ଫର୍ ଲୋକାଲ’ ହୁଅନ୍ତୁ କେନ୍ଦ୍ରିୟ ଯୋଜନାକୁ ନିଜ ନାମରେ ନାମିତ କରି ଭ୍ରମ ଧାରଣା ସୃଷ୍ଟି କରିବାରୁ ନିବୃତ ହୁଅନ୍ତୁ ନବୀନ ସରକାର ରାଜ୍ୟବାସୀଙ୍କ ହିତ ପାଇଁ ଆୟୁଷ୍ମାନ ଭାରତ ଯୋଜନାକୁ କାର୍ଯ୍ୟକାରୀ କରାନ୍ତୁ ନବୀନ ସରକାର

ଓଡିଶା ତାଜା ନ୍ୟୁଜ୍ (୫ ସେପ୍ଟେମ୍ବର ଶନିବାର) ଭୁବନେଶ୍ୱର :- କରୋନା ସଙ୍କଟ ସମୟରେ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭରଶୀଳ ଭାରତ ଯୋଜନାରେ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଗରିବ କଲ୍ୟାଣ ଯୋଜନାରେ ୮୦ କୋଟି ଗରିବ ଲୋକଙ୍କୁ ମାର୍ଚ୍ଚ ମାସରୁ ନଭେମ୍ବର ମାସ ପର୍ଯ୍ୟନ୍ତ ୫ କିଲୋ ଚାଉଳ କିମ୍ବା ଗହମ ଏବଂ ପ୍ରତି ପରିବାରକୁ ୧ କିଲୋ ଡାଲି ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି । ୮ କୋଟି ମହିଳାଙ୍କୁ ମାଗଣା ଗ୍ୟାସ ଯୋଗାଇ ଦିଆଯାଇଛି । ୨୦ କୋଟି ଲୋକଙ୍କୁ ଧନ ଜନ ଯୋଜନାରେ ଡିବିଟି ମାଧ୍ୟମରେ୧୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି । ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏଁ ଆର୍ଥୀକ ସହାୟତା ପ୍ରଦାନ କରାଯାଇଛି । ପ୍ରଧାନମନ୍ତ୍ରୀ କୃଷି ସମ୍ମାନ ନିଧୀ ଯୋଜନାରେ ୮ କୋଟି ୭୪ ଲକ୍ଷ ଚାଷୀଙ୍କୁ ୧୭ ହଜାର କୋଟି ଦିଆଯାଇଛି । ପ୍ରଧାନମନ୍ତ୍ରୀ କୃଷି ଭିତିଭୂମି ପାଣ୍ଠି ଅଧୀନରେ ବିଭିନ୍ନ କୃଷି ଭିତିକ ଭିତିଭୂମି ସୃଷ୍ଟି ପାଇଁ ଏକ ଲକ୍ଷ କୋଟି ଟଙ୍କା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି । ଏହା ଦ୍ୱାରା କୃଷି ଏବଂ କୃଷି ଆନୁସଙ୍ଗିକ କାର୍ଯ୍ୟ କ୍ଷେତ୍ର ଉପରେ ନିର୍ଭର କରୁଥିବା ବ୍ୟକ୍ତିମାନେ ଲାଭବାନ ହେବେ । ଓଡିଶାର ଚାଷୀ ଭାଇଭଉଣୀମାନେ ମଧ୍ୟ ଏହି ଯୋଜନାରେ ଲାଭାନ୍ୱିତ ହେବା ଆବଶ୍ୟକ । ଉଠା ଦୋକାନୀମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ୧୦ ହଜାର ଟଙ୍କାର ଋଣ ବ୍ୟବସ୍ଥା କରିଛନ୍ତି । ଓଡିଶାର ଗଂଜାମ, ବାଲେଶ୍ୱର ବଲାଙ୍ଗିର, ଭଦ୍ରକ ଆଦି ଜିଲ୍ଲାରେ ପ୍ରଧାନମନ୍ତ୍ରୀ ରୋଜଗାର ଅଭିଯାନ ଚାଲୁ ରହିଛି । ଆଗାମୀ ଦିନରେ ଡିଜିଟାଲ ସ୍ୱାସ୍ଥ୍ୟ ମିସନ ସାରା ଦେଶରେ ଲାଗୁ କରାଯିବ । ଏହା ଦ୍ୱାରା ଗୋଟିଏ କାର୍ଡରେ ସମସ୍ତ ଜନସାଧାରଣ ନିଜ ନିଜର ସ୍ୱାସ୍ଥ୍ୟ ସଂପର୍କିତ ତଥ୍ୟ ରଖିପାରିବେ । ବିଜେପି କାର୍ଯ୍ୟକର୍ତମାନେ ଆତ୍ମନିର୍ଭର ପ୍ୟାକେଜ, ଭିତିଭୂମି ପାଣ୍ଠି, ପ୍ରବାସୀ ଶ୍ରମିକମାନଙ୍କୁ ରୋଜଗାର ଦେବା ଆଦି କାର୍ଯ୍ୟରେ ନିଜକୁୁ ନିୟୋଜିତ କରି ଲୋକଙ୍କୁ ଏସଂପର୍କରେ ଅବଗତ କରାଇବା ପାଇଁ ଶ୍ରୀ ନଡ୍ଡା କାର୍ଯ୍ୟକର୍ତାମାନଙ୍କୁ କହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ କାର୍ଯ୍ୟକର୍ତାମାନେ ‘ଭୋକାଲ ଫର୍ ଲୋକାଲ’ ହୁଅନ୍ତୁ । ପିପିଲିର ଚାନ୍ଦୁଆ, ରାଘୁରାଜପୁର ପଟ୍ଟଚିତ୍ର ଓ ବୟନଶିଳ୍ପକୁ ଗ୍ଲୋବାଲ କରିବା ଦରକର । ଆଗାମୀ ଦିନେର ୬ ଲକ୍ଷ ଗାଁକୁ ଅପଟିକାଲ ଫାଇବାର ସଂଯୋଗୀ କରଣ କରି ଡିଜିଟାଲ ଗାଁ ନିର୍ମାଣ ହେବ । କରୋନା ସଙ୍କଟ ସମୟରେ ରାଜ୍ୟ ବିଜେପି କାର୍ଯ୍ୟକର୍ତାମାନେ ୬ ଲକ୍ଷ ୯୦ ହଜାର ରାସନ କିଟ, ୭ଲକ୍ଷ ସାନିଟାଇଜର ଏବଂ ସାଢେ ୫ ଲକ୍ଷ ମାସ୍କ ବଂଟନ କରିବା କାର୍ଯ୍ୟକୁ ଶ୍ରୀ ନଡ୍ଡା ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ୪୫୧ କି.ମି ଦୀର୍ଘ ବିଶିଷ୍ଟ ଦୀଘା-ଗୋପାଳପୁର ଉପକୂଳ ସଡକ ପଥ ନିର୍ମାଣ ପାଇଁ ୯ ହଜାର କୋଟି, ୨୯୦ କି.ମି. ଦୀର୍ଘ ବିଶିଷ୍ଟ ଖୋର୍ଦ୍ଧା-ବଲାଙ୍ଗୀର ରେଳ ଲାଇନ ପାଇଁ ୩୭୫୧ କୋଟି, କଟକ- ଅନୁଗୁଳ-ସମ୍ବଲପୁର ଜାତୀୟ ରାଜରାସ୍ତା-୫୫ ପାଇଁ କୋଟି ଟଙ୍କାର ଅନୁଦାନ ପ୍ରଦାନ କରିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶାସନ କାଳରେ ଭୁବନେଶ୍ୱରରେ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ହେବା କାରଣରୁ ସାଧାରଣ ଲୋକ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପାଇପାରୁଛନ୍ତି ବୋଲି ଶ୍ରୀ ନଡ୍ଡା କହିଛନ୍ତି । କେନ୍ଦ୍ର ସରକାରଙ୍କ ଯୋଜନାକୁ ରାଜ୍ୟସରକାର ନିଜ ନାଁରେ ନାମିତ କରି ଓଡିଶା ଲୋକଙ୍କୁ ଭୂଆଁ ବୁଲାଉଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଗରିବ କଲ୍ୟାଣ ଯୋଜନା, ଆତ୍ନନିର୍ଭର ଭାରତ ଯୋଜନାରେ ନିଜ ନାଁ ଲଗାଇ ପ୍ରଚାର କରିବା ଅତ୍ୟନ୍ତ ନିନ୍ଦନୀୟ । କେନ୍ଦ୍ର ସରକାର ଯୋଜନାରେ ରାଜ୍ୟସରକାର ଓ ବିଜେଡି ନେତାମାନେ ଦୂର୍ନୀତି ଓ ଭ୍ରଷ୍ଟାଚାର କରୁଛନ୍ତି । ଗରିବ ଲୋକଙ୍କୁ ସେମାନଙ୍କ ଅଧିକାରରୁ ବଂଚିତ ରଖୁଛନ୍ତି ରାଜ୍ୟସରକାର । ଆୟୁଷ୍ମାନ ଭାରତ ଯୋଜନା ଓଡିଶାରେ ଲାଗୁ କଲେ ରାଜ୍ୟର ୨ କୋଟି ୪୦ ଲକ୍ଷ ଗରିବ ଲୋକ ଉପକୃତ ହେବେ ବୋଲି ଶ୍ରୀ ନଡ୍ଡା କହିଛନ୍ତି ।

ନିଜ ଉପରେ ଏବଂ ନିଜ କର୍ତବ୍ୟ, ଯୋଗ୍ୟତା ଉପରେ ବିଶ୍ୱାସ ରଖି କାର୍ଯ୍ୟକର୍ତାମାନେ ନିଜକୁ ପରିପକ୍ୱ କରିବା ଆବଶ୍ୟକ । ଆଗାମୀ ସାଧାରଣ ନିର୍ବାଚନ ପାଇଁ ଋଣନୀତି ପ୍ରସ୍ତୁତ କରି କାର୍ଯ୍ୟ କରିବାକୁ ଶ୍ରୀ ନଡ୍ଡା ଉପସ୍ଥିତ ସମସ୍ତ କାର୍ଯ୍ୟକର୍ତାଙ୍କୁ ପରାମର୍ଶ ଦେଇଛନ୍ତି । ଏହି ବୈଠକରେ ଦିଲ୍ଲୀରୁ ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ସୈାଦାନ ସିଂହ, ରାଷ୍ଟ୍ରୀୟ ସାଧାରଣ ସଂପାଦକ ଓ ଓଡିଶା ପ୍ରଭାରୀ ଶ୍ରୀ ଅରୁଣ ସିଂ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ୍ ପାତ୍ର, ଭୂବନେଶ୍ୱରରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ପ୍ରମୁଖ ଉପସ୍ଥିତ ଥିଲେ । ଓଡିଶାରେ ଦୀର୍ଘ ସମୟ ରାଜନୈତିକ ଲଢେଇ ପରେ ବିଜେପିକୁ ମୁଖ୍ୟ ବିରୋଧୀ ଦଳର ମାନ୍ୟତା ମିଳିଛି । ଗତ ୨୦୧୯ ଲୋକସଭା ନିର୍ବାଚନରେ ପାଖାପାଖି ୧ କୋଟି ଭୋଟ ବିଜେପି ସପକ୍ଷରେ ପଡିଛି । ୩୩ ଟି ଅନୁସୂଚିତ ଜାତି ଜନଜାତିର ବିଧାନସଭା ଆସନରୁ ୧୧ ଜଣ ବିଧାୟକ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ସେହିପରି ୨୦୧୪ ଲୋକସଭା ନିର୍ବାଚନରେ ବିଜେପିକୁ ୨୧ ପ୍ରତିଶତ ଭୋଟ ମିଳିଥିବାବେଳେ ୨୦୧୯ରେ ଏହା ବୃଦ୍ଧି ହୋଇ ୩୮ ପ୍ରତିଶତ ଏବଂ ୨୦୧୪ ବିଧାନସଭା ନିର୍ବାଚନରେ ବିଜେପିକୁ ୧୮ ପ୍ରତିଶତ ଭୋଟ ମିଳିଥିବାବେଳେ ୨୦୧୯ ରେ ଏହା ୩୨ ପ୍ରତିଶତକୁ ବୃଦ୍ଧି ପାଇଛି । ଆଗାମୀ ଦିନରେ ଆମେ ୫୦ ପ୍ରତିଶତ ଭୋଟ ହାସଲ କରି ଓଡିଶାରେ ବିଜେପି ସରକାର ଗଠନ କରିବାର ସଂକଳ୍ପ ନେବା ବୋଲି ବିଜେପିର ପ୍ରଥମ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଦିଲ୍ଲୀରୁ ଭିଡିଓ କନଫରେନ୍ସ ମାଧ୍ୟମରେ ଯୋଗ ଦେଇ କାର୍ଯ୍ୟକର୍ତାଙ୍କୁ ଆହ୍ୱାନ ଦେଇଛନ୍ତି ରାଷ୍ଟ୍ରୀୟ ସଭାପତି ଡ. ଜଗତ ପ୍ରକାଶ ନଡ୍ଡା । କୋଭିଡ ସଙ୍କଟ ସମୟରେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ‘ଲକଡାଉନ ଓ ଜନତା କର୍ଫ୍ୟୁ’ ଜରିଆ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ସମଗ୍ର ବିଶ୍ୱ ଓ ୟୁନିସେଫ ଭୁୟସୀ ପ୍ରଶଂସା କରିଛନ୍ତି । କୋଭିଡ ଟେଷ୍ଟିଂ ସଂଖ୍ୟା ପ୍ରତିଦିନ ୧୫୦୦ରୁ ୧୦ଲକ୍ଷ୧୦ ହଜାରକୁ ବୃଦ୍ଧି, ଦେଶରେ ୧୫୦୦ରୁ ଉର୍ଦ୍ଧ୍ୱ କୋଭିଡ ହସ୍‌ପିଟାଲ ସହ ୨ ଲକ୍ଷ ଶଯ୍ୟା କରୋନା ରୋଗୀଙ୍କ ପାଇଁ ପ୍ରସ୍ତୁତ ହୋଇପାରିଛି । ସ୍ୱାସ୍ଥ୍ୟ ସେବା ପାଇଁ ପିପିଇ କିଟ୍ ଭାରତରେ ଉତ୍ପାଦନ ହେଉନଥିବା ବେଳେ ବର୍ତମାନ ପ୍ରତିଦିନ ୪ ଲକ୍ଷ ୫୦ ହଜାର ପିପିଇ କିଟ୍ ପ୍ରସ୍ତୁତ ହେଉଛି । କରୋନାରୁ ଏବେ ଦେଶରେ ୭୪. ୩୦ ପ୍ରତିଶତ ରୋଗୀ ସୁସ୍ଥ ହେଉଛନ୍ତି । ଏହା ନିଶ୍ଚିତ ଭାବେ ଆଶ୍ୱସ୍ତ ପ୍ରଦାନ କରିଛି ବୋଲି ଶ୍ରୀ ନଡ୍ଡା କହିଛନ୍ତି । ଜାତୀୟ ଶିକ୍ଷାନୀତି -୨୦୨୦ ଭାରତର ଭାଗ୍ୟ ବଦଳାଇଦେବ । ପ୍ରଥମ ଶ୍ରେଣୀରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ମାତୃଭାଷାରେ ପାଠ ପଢିବା ଏବଂ ନିଜ ଇଚ୍ଛା ଅନୁସାରେ ବିଷୟ ଚୟନ କରିବାର ଅଧିକାର ନୂଆ ଶିକ୍ଷା ନୀତିରେ ବ୍ୟବସ୍ଥା ହୋଇଛି । କେହି ବି ଜଣେ ଶିକ୍ଷାରୁ ବଂଚିତ ନହେବେ ସେ ନେଇ ବ୍ୟବସ୍ଥା କରାଯାଇଛି । ଓଡିଶା ସରକାର ଏକ ଟାକ୍ସଫୋର୍ସ ଗଠନ କରି କାର୍ଯ୍ୟ କରନ୍ତୁ । ବିଜେପି କାର୍ଯ୍ୟକର୍ତାମାନେ ଏସଂପର୍କରେ ସାଧାରଣ ଜନତାଙ୍କୁ ଅବଗତ କରାଇବେ । ଡାକ୍ତରୀ ପ୍ରବେଶିକା ପରୀକ୍ଷା ପାଇଁ ନିଟ୍ ର ପ୍ରଶ୍ନପତ୍ର ୯ ଟି ଭାଷାରେ କରାଯାଉଛି । ଏହା ଦ୍ୱାରା ଗ୍ରାମାଂଚଳର ମେଧାବୀ ଛାତ୍ର ଡାକ୍ତିରୀ ଶିକ୍ଷା ପଢିବାରେ ଯୋଗ୍ୟ ହୋଇପାରୁଛି ।

କରୋନା ସଙ୍କଟ ସମୟରେ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭରଶୀଳ ଭାରତ ଯୋଜନାରେ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଗରିବ କଲ୍ୟାଣ ଯୋଜନାରେ ୮୦ କୋଟି ଗରିବ ଲୋକଙ୍କୁ ମାର୍ଚ୍ଚ ମାସରୁ ନଭେମ୍ବର ମାସ ପର୍ଯ୍ୟନ୍ତ ୫ କିଲୋ ଚାଉଳ କିମ୍ବା ଗହମ ଏବଂ ପ୍ରତି ପରିବାରକୁ ୧ କିଲୋ ଡାଲି ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି । ୮ କୋଟି ମହିଳାଙ୍କୁ ମାଗଣା ଗ୍ୟାସ ଯୋଗାଇ ଦିଆଯାଇଛି । ୨୦ କୋଟି ଲୋକଙ୍କୁ ଧନ ଜନ ଯୋଜନାରେ ଡିବିଟି ମାଧ୍ୟମରେ୧୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି । ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏଁ ଆର୍ଥୀକ ସହାୟତା ପ୍ରଦାନ କରାଯାଇଛି । ପ୍ରଧାନମନ୍ତ୍ରୀ କୃଷି ସମ୍ମାନ ନିଧୀ ଯୋଜନାରେ ୮ କୋଟି ୭୪ ଲକ୍ଷ ଚାଷୀଙ୍କୁ ୧୭ ହଜାର କୋଟି ଦିଆଯାଇଛି । ପ୍ରଧାନମନ୍ତ୍ରୀ କୃଷି ଭିତିଭୂମି ପାଣ୍ଠି ଅଧୀନରେ ବିଭିନ୍ନ କୃଷି ଭିତିକ ଭିତିଭୂମି ସୃଷ୍ଟି ପାଇଁ ଏକ ଲକ୍ଷ କୋଟି ଟଙ୍କା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି । ଏହା ଦ୍ୱାରା କୃଷି ଏବଂ କୃଷି ଆନୁସଙ୍ଗିକ କାର୍ଯ୍ୟ କ୍ଷେତ୍ର ଉପରେ ନିର୍ଭର କରୁଥିବା ବ୍ୟକ୍ତିମାନେ ଲାଭବାନ ହେବେ । ଓଡିଶାର ଚାଷୀ ଭାଇଭଉଣୀମାନେ ମଧ୍ୟ ଏହି ଯୋଜନାରେ ଲାଭାନ୍ୱିତ ହେବା ଆବଶ୍ୟକ । ଉଠା ଦୋକାନୀମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ୧୦ ହଜାର ଟଙ୍କାର ଋଣ ବ୍ୟବସ୍ଥା କରିଛନ୍ତି । ଓଡିଶାର ଗଂଜାମ, ବାଲେଶ୍ୱର ବଲାଙ୍ଗିର, ଭଦ୍ରକ ଆଦି ଜିଲ୍ଲାରେ ପ୍ରଧାନମନ୍ତ୍ରୀ ରୋଜଗାର ଅଭିଯାନ ଚାଲୁ ରହିଛି । ଆଗାମୀ ଦିନରେ ଡିଜିଟାଲ ସ୍ୱାସ୍ଥ୍ୟ ମିସନ ସାରା ଦେଶରେ ଲାଗୁ କରାଯିବ । ଏହା ଦ୍ୱାରା ଗୋଟିଏ କାର୍ଡରେ ସମସ୍ତ ଜନସାଧାରଣ ନିଜ ନିଜର ସ୍ୱାସ୍ଥ୍ୟ ସଂପର୍କିତ ତଥ୍ୟ ରଖିପାରିବେ । ବିଜେପି କାର୍ଯ୍ୟକର୍ତମାନେ ଆତ୍ମନିର୍ଭର ପ୍ୟାକେଜ, ଭିତିଭୂମି ପାଣ୍ଠି, ପ୍ରବାସୀ ଶ୍ରମିକମାନଙ୍କୁ ରୋଜଗାର ଦେବା ଆଦି କାର୍ଯ୍ୟରେ ନିଜକୁୁ ନିୟୋଜିତ କରି ଲୋକଙ୍କୁ ଏସଂପର୍କରେ ଅବଗତ କରାଇବା ପାଇଁ ଶ୍ରୀ ନଡ୍ଡା କାର୍ଯ୍ୟକର୍ତାମାନଙ୍କୁ କହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ କାର୍ଯ୍ୟକର୍ତାମାନେ ‘ଭୋକାଲ ଫର୍ ଲୋକାଲ’ ହୁଅନ୍ତୁ । ପିପିଲିର ଚାନ୍ଦୁଆ, ରାଘୁରାଜପୁର ପଟ୍ଟଚିତ୍ର ଓ ବୟନଶିଳ୍ପକୁ ଗ୍ଲୋବାଲ କରିବା ଦରକର । ଆଗାମୀ ଦିନେର ୬ ଲକ୍ଷ ଗାଁକୁ ଅପଟିକାଲ ଫାଇବାର ସଂଯୋଗୀ କରଣ କରି ଡିଜିଟାଲ ଗାଁ ନିର୍ମାଣ ହେବ । କରୋନା ସଙ୍କଟ ସମୟରେ ରାଜ୍ୟ ବିଜେପି କାର୍ଯ୍ୟକର୍ତାମାନେ ୬ ଲକ୍ଷ ୯୦ ହଜାର ରାସନ କିଟ, ୭ଲକ୍ଷ ସାନିଟାଇଜର ଏବଂ ସାଢେ ୫ ଲକ୍ଷ ମାସ୍କ ବଂଟନ କରିବା କାର୍ଯ୍ୟକୁ ଶ୍ରୀ ନଡ୍ଡା ପ୍ରଶଂସା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ୪୫୧ କି.ମି ଦୀର୍ଘ ବିଶିଷ୍ଟ ଦୀଘା-ଗୋପାଳପୁର ଉପକୂଳ ସଡକ ପଥ ନିର୍ମାଣ ପାଇଁ ୯ ହଜାର କୋଟି, ୨୯୦ କି.ମି. ଦୀର୍ଘ ବିଶିଷ୍ଟ ଖୋର୍ଦ୍ଧା-ବଲାଙ୍ଗୀର ରେଳ ଲାଇନ ପାଇଁ ୩୭୫୧ କୋଟି, କଟକ- ଅନୁଗୁଳ-ସମ୍ବଲପୁର ଜାତୀୟ ରାଜରାସ୍ତା-୫୫ ପାଇଁ କୋଟି ଟଙ୍କାର ଅନୁଦାନ ପ୍ରଦାନ କରିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶାସନ କାଳରେ ଭୁବନେଶ୍ୱରରେ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ହେବା କାରଣରୁ ସାଧାରଣ ଲୋକ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପାଇପାରୁଛନ୍ତି ବୋଲି ଶ୍ରୀ ନଡ୍ଡା କହିଛନ୍ତି ।
କେନ୍ଦ୍ର ସରକାରଙ୍କ ଯୋଜନାକୁ ରାଜ୍ୟସରକାର ନିଜ ନାଁରେ ନାମିତ କରି ଓଡିଶା ଲୋକଙ୍କୁ ଭୂଆଁ ବୁଲାଉଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଗରିବ କଲ୍ୟାଣ ଯୋଜନା, ଆତ୍ନନିର୍ଭର ଭାରତ ଯୋଜନାରେ ନିଜ ନାଁ ଲଗାଇ ପ୍ରଚାର କରିବା ଅତ୍ୟନ୍ତ ନିନ୍ଦନୀୟ । କେନ୍ଦ୍ର ସରକାର ଯୋଜନାରେ ରାଜ୍ୟସରକାର ଓ ବିଜେଡି ନେତାମାନେ ଦୂର୍ନୀତି ଓ ଭ୍ରଷ୍ଟାଚାର କରୁଛନ୍ତି । ଗରିବ ଲୋକଙ୍କୁ ସେମାନଙ୍କ ଅଧିକାରରୁ ବଂଚିତ ରଖୁଛନ୍ତି ରାଜ୍ୟସରକାର । ଆୟୁଷ୍ମାନ ଭାରତ ଯୋଜନା ଓଡିଶାରେ ଲାଗୁ କଲେ ରାଜ୍ୟର ୨ କୋଟି ୪୦ ଲକ୍ଷ ଗରିବ ଲୋକ ଉପକୃତ ହେବେ ବୋଲି ଶ୍ରୀ ନଡ୍ଡା କହିଛନ୍ତି । ନିଜ ଉପରେ ଏବଂ ନିଜ କର୍ତବ୍ୟ, ଯୋଗ୍ୟତା ଉପରେ ବିଶ୍ୱାସ ରଖି କାର୍ଯ୍ୟକର୍ତାମାନେ ନିଜକୁ ପରିପକ୍ୱ କରିବା ଆବଶ୍ୟକ । ଆଗାମୀ ସାଧାରଣ ନିର୍ବାଚନ ପାଇଁ ଋଣନୀତି ପ୍ରସ୍ତୁତ କରି କାର୍ଯ୍ୟ କରିବାକୁ ଶ୍ରୀ ନଡ୍ଡା ଉପସ୍ଥିତ ସମସ୍ତ କାର୍ଯ୍ୟକର୍ତାଙ୍କୁ ପରାମର୍ଶ ଦେଇଛନ୍ତି । ଏହି ବୈଠକରେ ଦିଲ୍ଲୀରୁ ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ସୈାଦାନ ସିଂହ, ରାଷ୍ଟ୍ରୀୟ ସାଧାରଣ ସଂପାଦକ ଓ ଓଡିଶା ପ୍ରଭାରୀ ଶ୍ରୀ ଅରୁଣ ସିଂ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ୍ ପାତ୍ର, ଭୂବନେଶ୍ୱରରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version