• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

Proprietor Abhimanyu Maharana by Proprietor Abhimanyu Maharana
July 7, 2025
in ଓଡ଼ିଶା, ଦେଶ, ମନୋରଞ୍ଜନ, ମହାନଗର, ହୋମ୍
0
ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ
Share on FacebookShare on TwitterWhatsapp

ନୂଆଦିଲ୍ଲୀ (ଓଡ଼ିଶା ତାଜା ନ୍ୟୁଜ୍) :-  ନୂଆଦିଲ୍ଲୀର ହାଉଜଖାସସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ପ୍ରମୁଖ ଜଗନ୍ନାଥ ମନ୍ଦିରଠାରେ ୪୭ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଉତ୍ସ୍ୱାସ ଓ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ମହୋତ୍ସବ ଉପଲକ୍ଷେ ବଢ଼ି ଭୋରରୁ ମୁଖ୍ୟ ମନ୍ଦିରର ବେସମେଣ୍ଟସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରୁଥିବା ଚାରି ଦୀଅଁ ମାନଙ୍କ ସାମ୍ନାରେ ପୂଜାର୍ଚ୍ଚନା ଓ ନୀତିକାନ୍ତି ଧାର୍ମିକ ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା । ଏହା ପରେ ଦିନ ୪ଟା ବେଳେ ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଏବଂ ଶଙ୍ଖ ଧ୍ଵନି ତଥା ବାଦ୍ୟ, କୀର୍ତ୍ତନର ତାଳେ ତାଳେ ଚାରି ଠାକୁରଙ୍କୁ ପୂଜକ ଓ ଭକ୍ତ ମାନେ ଧାଡ଼ି ପହଣ୍ଡି କରି ମନ୍ଦିର ସାମ୍ନା ସ୍ଥିତ ବଡ଼ଦାଣ୍ଡରେ ଦଣ୍ଡାୟମାନ ଥିବା ସୁନ୍ଦର, ସୁଶୋଭିତ ରଥ ଉପରକୁ ଆଣି ଥିଲେ । ଅପରାହ୍ନରୁ ଏଠାରେ ହେଉଥିବା ମୁଷଳ ଧାରାରେ ବର୍ଷା ସତେ ଯେପରି ଆକାଶରୁ ମହାପ୍ରଭୁଙ୍କର ଆଶିଷ ବର୍ଷଣ ସଦୃଶ ପ୍ରତୀୟମାନ ହେଉଥିଲା Iଅପରାହ୍ନ ସାଢେ ୪ଟା ସମୟରେ ବିଶିଷ୍ଟ ଅତିଥି ଦିଲ୍ଲୀ ସରକାରର ମନ୍ତ୍ରୀ କପିଳ ମିଶ୍ର ଏବଂ ସୁପ୍ରିମ କୋର୍ଟର ପୂର୍ବତନ ଜଜ ଜଷ୍ଟିସ ଅରିଜିତ ପଶାୟତ ପାରମ୍ପାରିକ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ। ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘର ସମ୍ପାଦକ ତଥା ବିଶିଷ୍ଟ ସମାଜସେବୀ ରବୀନ୍ଦ୍ର ନାଥ ପ୍ରଧାନ ସେମାନଙ୍କୁ ଏହି କାର୍ଯ୍ୟରେ ସହଯୋଗ କରିଥିଲେ। I ଏଠାରେ ସନ୍ଧ୍ୟା ୫ଟା ବେଳେ ରଥଟଣାର ଶୁଭାରମ୍ଭ ହୋଇଥିଲା। ହାଉଜଖାସ ଭିଲେଜ ସ୍ଥିତ ଶ୍ରୀ ଜଗନ୍ନାଥ ମାର୍ଗରେ ଅରବିନ୍ଦ ପ୍ଲେସ ମାର୍କେଟ ପର୍ଯ୍ୟନ୍ତ ରଥଟିକୁ ଟଣାଯାଇ ପୁଣି ମନ୍ଦିର ବେଢ଼ା ନିକଟକୁ ଫେରାଇ ଅଣାଯାଇଥିଲା। ଦିଲ୍ଲୀର ରାଜ ରାସ୍ତାରେ ରାଜକୀୟ ରଥ ଉପରେ ମହାପ୍ରଭୁଙ୍କର ବାହୁଡ଼ାଯାତ୍ରା ଏବଂ ଜନଗହଳି ମଧ୍ୟରେ ଭକ୍ତ ଓ ଭଗବାନଙ୍କର ଅପୂର୍ବ ଚକ୍ଷୁ ମିଳନର ଦୃଶ୍ୟ ବେଶ୍ ହୃଦୟସ୍ପର୍ଶୀ ଥିଲା । ମନ୍ଦିର ଅଗଣାକୁ ଫେରିବା ପରେ ରଥ ଉପରେ ବିଦ୍ୟମାନ ଜଗତର ନାଥ ଶ୍ରୀ ଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ପ୍ରଭୁ ସୁଦର୍ଶନ, ଭକ୍ତ ମାନଙ୍କୁ ଦିବ୍ୟ ଦର୍ଶନ ପ୍ରଦାନ କରିଥିଲେ।ବିଳମ୍ବିତ ରାତିରେ ପୁଣି ସାହିରୋଷଣୀ କରାଯାଇ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ରଥ ଉପରୁ ନିଆଯାଇ ନାଟ୍ୟ ମଣ୍ଡପଠାରେ ଆସୀନ କରାଯାଇଥିଲା । ମହାପ୍ରଭୁ ନାଟ୍ୟମଣ୍ଡପ ଠାରେ ଆସନ୍ତା ୮ ତାରିଖ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଅବସ୍ଥାନ କରିବେ ବୋଲି ମନ୍ଦିର ପରିଚାଳନା କମିଟି ସୂତ୍ରରୁ ପ୍ରକାଶ । ବାହୁଡ଼ା ଯାତ୍ରା ଅବସରରେ ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏମଧ୍ୟରେ ପ୍ରଖ୍ୟାତ ନୃତ୍ୟ ସଂରଚକ ଶାଶ୍ୱତ ଯୋଶୀ ଏବଂ ସାଥି ଙ୍କର ମନଲୋଭା ନୃତ୍ୟ,ସମ୍ବଲପୁରର ଟ୍ରାଇବାଲ ଏଣ୍ଡ ଫୋକ ଆର୍ଟ ସେଣ୍ଟରର କଳାକାର ମାନଙ୍କ ଦ୍ୱାରା ଦମଦାର ସମ୍ବଲପୁରୀ ଲୋକ ନୃତ୍ୟ ଓ ପ୍ରସିଦ୍ଧ କଣ୍ଠଶିଳ୍ପୀ ଇରା ମହାନ୍ତି, ସୌରଭ ଭରଦ୍ୱାଜ ଏବଂ ଦିପ୍ତିମୟୀ ଦାସ ଙ୍କ ଦ୍ୱାରା ସୁମଧୁର ଭଜନ ପରିବେଷଣ ଆଦି ଅନ୍ତର୍ଭୁକ୍ତ ଥିଲା । ସମସ୍ତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସୁଦକ୍ଷ ଉପସ୍ଥାପିକା ସ୍ଵର୍ଣପ୍ରଭା ପତି ସୂଚାରୁ ରୂପେ ସଞ୍ଚାଳନା କରିଥିଲେ।ବାହୁଡ଼ା ଯାତ୍ରାକୁ ଦକ୍ଷତାର ସହିତ ଆୟୋଜନ ଏବଂ ସଫଳତା ସହିତ ସମାପନ କରାଯିବାରେ ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବାସଙ୍ଘର ସୁଦକ୍ଷ ସଙ୍ଗଠକ ବୃନ୍ଦ ଯଥା ସଭାପତି ବିଘ୍ନେଶ୍ୱର ରାଉତ, ସମ୍ପାଦକ ରବୀନ୍ଦ୍ରନାଥ ପ୍ରଧାନ, ଡ଼ଃ ଅଶୋକ ଚୌଧୁରୀ,ଅଭୟ ପ୍ରଧାନ, ଅଶୋକ ପ୍ରଧାନ(କ), କ୍ଷୀରୋଦ ପାତ୍ର,ଗଜେନ୍ଦ୍ର ସାମନ୍ତ, ଅଭିରାମ ସୁତାର, ଅଶୋକ ପ୍ରଧାନ (ଖ), ଜିତେନ୍ଦ୍ର ମହାପାତ୍ର, ଅଜୟ ପ୍ରଧାନ, ପଙ୍କଜ ମହାନ୍ତି, ନିଶୀଦ୍ଧ କୁମାର ଦାଶ, ରଙ୍କନିଧି ସାହୁ, ବିଜୟ ସାହୁ, ଦିଲ୍ଲୀପ କୁମାର ସ୍ୱାଇଁ, ସନାତନ ମିଶ୍ର, ବିଜୟ କୁମାର ସାହୁ, ଅମୁଲ୍ୟ ଓଝା, ସୁକାନ୍ତ ସାହୁ, ଏବଂ ମନ୍ଦିର ମୁଖ୍ୟ ପରିଚାଳକ ରଶ୍ମି ରଞ୍ଜନ ବେହେରା ତଥା ସହପରିଚାଳକ ଶଶୀକାନ୍ତ ସାହୁ, ସଂଜୀବ ଜେନା ଓ ମନ୍ଦିରର ପୂଜକବୃନ୍ଦ ଯଥା ସନାତନ ପାଢ଼ୀ, ଦେବବ୍ରତ ମିଶ୍ର, ଜଗବନ୍ଧୁ ଦାଶ, ପ୍ରେମାନନ୍ଦ ଶତପଥି, ସନ୍ତୋଷ ପଣ୍ଡା ଓ ପ୍ରଶାନ୍ତ ଦାଶ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version