• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୁନାବେଶରେ ଝଟକିଲେ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନା ରେ ସୁନାବେଶ : ୧୫ ଲକ୍ଷ ଶ୍ରଦ୍ଧାଳୁଙ୍କ ଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
July 7, 2025
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
ସୁନାବେଶରେ ଝଟକିଲେ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନା ରେ ସୁନାବେଶ : ୧୫ ଲକ୍ଷ ଶ୍ରଦ୍ଧାଳୁଙ୍କ ଦର୍ଶନ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ବିଶ୍ବନିୟନ୍ତା ଲୀଳାମୟଙ୍କ ଲୀଳାକ୍ଷେତ୍ର ଶ୍ରୀକ୍ଷେତ୍ର । ଲୀଳାମୟଙ୍କ ମାନବୀୟ ଲୀଳାଖେଳା ଚାଲିଛି । ଭାବର ଠାକୁର କାଳିଆ । କାଳିଆ ଭକ୍ତି ଭାବରେ ବନ୍ଧା । କାଳିଆ ଆଖି ସହ ଭକ୍ତର ଚର୍ମ ଆଖି ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ପାଲଟିଛି ଭକ୍ତମୟ ଜନସମୁଦ୍ର ।ପ୍ରାଚୁର୍ଯ୍ୟ,ଐଶ୍ଵର୍ଯ୍ୟ ଓ ମାଧୁର୍ଯ୍ୟର ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡଦାଣ୍ଡରେ ବଡଦେଉଳ ଭିତରେ ବଡଠାକୁର ବିଶ୍ଵବିଦିତ ଜଗତକର୍ତ୍ତା ଜଗତରନାଥ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଅନ୍ଯତମ ଆକର୍ଷଣ ହେଉଛି ମହାପ୍ରଭୁଙ୍କ ସୁନାବେଶ । ଶୃଙ୍ଗାର ପ୍ରିୟ ଠାକୁରଙ୍କ ଚବିଶ ବେଶ ମଧ୍ଯରେ ଶ୍ରୀମନ୍ଦିରରେ ବାଇଶିଟି ବେଶ ହୋଇଥାଏ ।

ମହାପ୍ରଭୁଙ୍କ ବେଶ ମଧ୍ଯରେ ସୁନାବେଶ ଅତ୍ୟନ୍ତ ଦୁର୍ଲଭ । ଶ୍ରୀମନ୍ଦିରରେ ବିଜୟାଦଶମୀ, କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ମାଘ ପୂର୍ଣ୍ଣମାରେ ମଧ୍ଯ ସୁନାବେଶ ଅନୁଷ୍ଠିତ ହୋଇଥାଏ । ଆଷାଢ ଶୁକ୍ଲ ଏକାଦଶୀଦିନ ଶ୍ରୀମନ୍ଦିର ସିଂହଦ୍ଵାର ରଥାରୁଢ ଶ୍ରୀଜୀଉଙ୍କ ସୁନାବେଶ ଅତ୍ୟନ୍ତ ମହନୀୟ । ଚିତାକର୍ଷକ ତଥା ନୈସର୍ଗିକ ବେଶକୁ ଅପଲକ ନୟନରେ ଅବଲୋକନ କରିବା ପାଇଁ ଲକ୍ଷ ଲକ୍ଷ ଭକ୍ତ, ଶ୍ରଦ୍ଧାଳୁ,ଦର୍ଶନାର୍ଥୀ, ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ରୁଣ୍ଡ ହୋଇଛନ୍ତି ବଡଦାଣ୍ଡରେ । ମାର୍କେଟ ଛକ ଠାରୁ ବ୍ଯାରିକେଡ ଭିତର ଭକ୍ତ ମାନେ ଶୃଙ୍ଖଳିତ ଭାବେ ଯାଇ ରଥାରୁଢ ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନ କରି ଫେରୁଛନ୍ତି । ପାଣି ସିଞ୍ଚନ ସହ ଉଜ୍ଜ୍ବଳ ଆଲୋକରେ ଆଲୋକିତ ହୋଇଛି ସିଂହଦ୍ଵାର ଓ ବଡଦାଣ୍ଡ ।

ଆଷାଢ ଶୁକ୍ଲ ଏକାଦଶୀଦିନ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ସୁନାବେଶ ଅନୁଷ୍ଠିତ ହୋଇଥିଲା ପାଳିଆ ମେକାପ, ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ, ପୋଲିସ ଫୋର୍ସ, ମନ୍ଦିର ଗାରଦ ଓ କର୍ମଚାରୀଙ୍କ ସହାୟତାରେ ତିନିରଥ ଉପରକୁ ଭଣ୍ଡାର ଘରୁ ସୁନାବେଶ ପାଇଁ ସାମଗ୍ରୀ ଆଣିଥିଲେ । ପାଳିଆ ପୁଷ୍ପାଳକ, ଦଇତାପତି,ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ସେବକ ମାନେ ଉପସ୍ଥିତ ରହି ଶ୍ରୀବିଗ୍ରହମାନଙ୍କ ସୁନାବେଶ କରିଥିଲେ । ଅଳଙ୍କାର ମଧ୍ଯରେ ବଡଠାକୁର ଶ୍ରୀବଳଭଦ୍ରଙ୍କ ଶ୍ରୀପୟର, ଶ୍ରୀଭୂଜ,କିରୀଟ, ଓଡିଆଣି, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡକାନି, ଘାଗଡା ମାଳି, କଦମ୍ବମାଳି, ତିଳକ, ଚନ୍ଦ୍ରିକା, ଅଳକା,

ଝୋବା କଣ୍ଠି, ( ଆୟୁଧ) ହଳ ଓ ମୂଷଳ ବାହାଡା ମାଳି, ବାଘନଖ ମାଳି, ସେବତି ମାଳି, ତ୍ରିଖଣ୍ଡିକା କମରପଟି । ସେହିପରି ଦେବୀ ମା ସୁଭଦ୍ରାଙ୍କ କିରୀଟ, ଓଡିଆଣି କାନ,ଚନ୍ଦ୍ର ସୂର୍ଯ୍ଯ, ଘାଗଡା ମାଳି, କଦମ୍ବ ମାଳି, ୨ ଟି ତଗଡି, ସେବତି ମାଳି ଆଦି ପରିଧାନ କରି ଭକ୍ତଜନଙ୍କୁ ଦର୍ଶନ ଦେଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଳଙ୍କାର ମଧ୍ଯରେ କିରୀଟ, ଶ୍ରୀଭୂଜ,ଶ୍ରୀପୟର, ଓଡିଆଣି, ଚନ୍ଦ୍ର ସୂର୍ଯ୍ଯ, ଆଡକାନି, ଘାଗଡା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି,( ଆୟୁଧ) ସ୍ବର୍ଣ୍ଣ ଚକ୍ର ଓ ରୌପ୍ଯ ଶଙ୍ଖ, ହରିଡା, କଦମ୍ବ ମାଳି, ବାହାଡା ମାଳି, ତାବିଜ ମାଳି ,ସେବତି ମାଳି, ତ୍ରିଖଣ୍ଡିକା କମରପଟି । ସୁନାବେଶ ଥାଇ ଠାକୁରମାନଙ୍କର ରାତ୍ରରେ ସନ୍ଧ୍ୟା ଆଳତି , ସନ୍ଧ୍ୟା ଧୂପ ନୀତି ଅନୁଷ୍ଠିତ ହୋଇଥିଲା ।

ସିଂହଦ୍ବାର ଠାରେ ଶ୍ରୀବିଗ୍ରହମାନଙ୍କ ଏହି ଆକର୍ଷଣୀୟ ବେଶ ଦର୍ଶନ କରି କୃତାର୍ଥ ହୋଇଛନ୍ତି ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁ । ଆଜି ସକାଳୁ ସୁନାବେଶ ଶେଷ ହେବା ପର୍ଯ୍ୟନ୍ତ ପ୍ରାୟ. ୧୫ ଲକ୍ଷ ଶ୍ରଦ୍ଧାଳୁଙ୍କ ଦର୍ଶନ କରିଥିବା କୁହାଯାଇଛି | ରାଜ୍ଯ ଓ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶାନ୍ତ ଶୃଙ୍ଖଳା ସହ ଦର୍ଶନ, ଭକ୍ତଙ୍କ ସୁରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ଯବସ୍ଥା ଗ୍ରହଣ କରାଯାଇଥିଲା । ଅପରାହ୍ନ୫ଟା ରୁ ରାତ୍ର ୧୧ଟା ପର୍ଯ୍ୟନ୍ତ ଠାକୁରମାନଙ୍କର ସୁନାବେଶ ଭକ୍ତମାନଙ୍କୁ ଅପାର ଆନନ୍ଦ ଦେଇଥିବା ପରିଲକ୍ଷିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version