• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚତୃଦ୍ଧାମୂର୍ତ୍ତି ଙ୍କ ନୀଳାଦ୍ରି ବିଜେ ଓ ରସଗୋଲା ଭୋଗ

Proprietor Abhimanyu Maharana by Proprietor Abhimanyu Maharana
July 9, 2025
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
ଚତୃଦ୍ଧାମୂର୍ତ୍ତି ଙ୍କ ନୀଳାଦ୍ରି ବିଜେ ଓ ରସଗୋଲା ଭୋଗ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) :- ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ସନ୍ଧ୍ୟାଧୂପ ନୀତି ପରେ ଗୋଟି ପହଣ୍ଡିରେ ନୀଳାଦ୍ରି ବିଜେ କରିଛନ୍ତି। ନୀଳାଦ୍ରି ବିଜେ ସମୟରେ ମହାପ୍ରଭୁଙ୍କୁ ରସଗୋଲା ଭୋଗ ଲାଗି ହେବା ପରମ୍ପରା ଅଛି। ପ୍ରଥମେ କୃଷ୍ଣବଳରାମ, ମଦନ ମୋହନଙ୍କୁ ଦକ୍ଷିଣ ଘରକୁ ବିଜେ କରାଯାଇଥିଲା | ପରେ ପରେ ଶ୍ରୀସୁଦର୍ଶନ, ପରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଶେଷରେ କାଳିଆ ଠାକୁରଙ୍କୁ ରତ୍ନ ସିଂହାସନକୁ ବିଜେ କରାଯାଇଥିଲା। ଚାରମାଳ ଆସିବା ପରେ ଭେଟ ମଣ୍ଡପରେ ମହାଲକ୍ଷ୍ମୀ ଓ ଜଗନ୍ନାଥଙ୍କ ଭେଟ ନୀତି କରାଯାଇଥିଲା |

ପରମ୍ପରା ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ଓ ଅଧରପଣାର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହେବେ। ଶାସ୍ତ୍ରରେ ଉଲ୍ଲେଖ ରହିଛି ଦ୍ଵାଦଶୀ ଦିନ ମହାପ୍ରଭୁ ନୀଳାଦ୍ରି ବିଜେ କରନ୍ତି, କିନ୍ତୁ ପ୍ରକୃତ ପକ୍ଷେ ଏକାଦଶୀ ଦିନ ସୁନାବେଶ, ଦ୍ଵାଦଶୀରେ ଅଧରପଣା ଓ ତ୍ରୟୋଦଶୀ ତିଥିରେ ନୀଳାଦ୍ରି ବିଜେ ହୋଇଛି।ଏହି ପରମ୍ପରା ଅନେକ ବର୍ଷ ଧରି ପାଳିତ ହୋଇଆସୁଛି। ନୀଳାଦ୍ରି ବିଜେ ପହଣ୍ଡି ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ଦଇତାପତି ନିଯୋଗ ସହ ଏ ସମ୍ବନ୍ଧରେ ଆଲୋଚନା କରାଯାଇ ପହଣ୍ଡି ହୋଇଥିଲା।

ନୀଳାଦ୍ରି ବିଜେ ଦିନ ରଥ ଉପରେ ଠାକୁରମାଙ୍କର ସନ୍ଧ୍ୟାଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧା ହୋଇଥିଲା। ଏହାପରେ ପ୍ରଥମେ ବିଜେ କାହାଳି ବାଜିବା ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥିଲା। ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ହସ୍ତରେ ଧରି ଦକ୍ଷିଣି ଘରକୁ ବିଜେ କରାଇଥିଲେ। ଏହାପରେ ଗୋଟି ପହଣ୍ଡି କ୍ରମରେ ସୁଦର୍ଶନ, ବଳଭଦ୍ର, ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ ହୋଇଥିଲେ। ପହଣ୍ଡି ବିଜେ ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଇଥିଲା ଓ ଅଖଣ୍ଡ ବଇଠା ବସିଥିଲା।

ଠାକୁରମାନେ ପହଣ୍ଡିରେ ଆସିବାବେଳେ ମନ୍ଦିର ପରିସରସ୍ଥ ଶୁଆଶାରୀ ଦେଉଳଠାରେ ପ୍ରସାଦ ଲାଗି, ଘସା, ବିଡ଼ିଆ ମଣୋହି ଓ ବନ୍ଦାପନା ନୀତି ବଢ଼ିଥିଲା। ଜଗମୋହନଠାରେ ମଧ୍ୟ ଏହି ନୀତି ପାଳିତ ହୋଇଥିଲା। ଗୁଣ୍ଡିଚା ମନ୍ଦିରଠାରେ ରଥ ଉପରୁ ଠାକୁରମାନେ ଗୁଣ୍ଡିଚା ଘର ରତ୍ନସିଂହାସନକୁ ପହଣ୍ଡି ବିଜେ କରିବା ସମୟରେ ରଥ ଉପରେ ଯେଉଁ ପ୍ରକାର ନୀତି ଅନୁସୃତ ହୋଇଥାଏ, ଠିକ୍ ସେହିପରି ସିଂହଦ୍ଵାରଠାରେ ନିଳାଦ୍ରୀ ବିଜେ ପହଣ୍ଡିରେ ସମନୀତି ପାଳିତ ହୋଇଥିଲା।ଶ୍ରୀ ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରିବା ପରେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିଥିଲେ।

ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟ ହୋଇଥିଲେ। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ବଢ଼ାଇଥିଲେ। ଏହି ସମୟରେ ପରମ୍ପରା ଅନୁଯାୟୀ ମହାପ୍ରଭୁ ସିଂହଦ୍ଵାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ଵାର ବନ୍ଦ ରହିଥିଲା ଓ କିଛି କ୍ଷଣ ପରେ ଦ୍ଵାର ଖୋଲିଥିଲା। ପୁଣିଥରେ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ଵାର ନିକଟରେ ବିଜେ କରିବା ସମୟରେ ଉକ୍ତ ଦ୍ଵାର ଭିତର ପଟୁ ବନ୍ଦ କରାଯାଇଥିଲା। ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ଵାରର ଭିତର ପଟେ ଜନୈକ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ଵାରର ଅପରପାର୍ଶ୍ଵରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କ ମଧ୍ୟରେ ଲୋକ ପରମ୍ପରାଗତ ବଚନିକା ପରେ ଜୟ ବିଜୟ ଦ୍ଵାର ଫିଟିଥିଲା।

ଏହାପରେ ଗଇଁଠାଳ (ଋକ୍ମିଣୀ ବିବାହ କାଳର) ଫିଟାଯାଇଥିଲା ଓ ବନ୍ଦାପନା କରାଯାଇଥିଲା। ମହାପାତ୍ରଙ୍କ ଦ୍ଵାରା ରସଗୋଲା ଭୋଗ ଭିତରକୁ ସମାହିତ ହୋଇଥିଲା। ଏହାପରେ ଘସା, ବିଡ଼ିଆ ମଣୋହି ସରିଲେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥିଲେ।ବର୍ଷକୁ ଗୋଟିଏ ଦିନ ଶ୍ରୀମନ୍ଦିର ଭିତରେ ନୀଳାଦ୍ରିବିଜେ ସମୟରେ ଜଗନ୍ନାଥ ମହାପ୍ରଭୁଙ୍କୁ ରସଗୋଲା ଭୋଗ ଲାଗି କରାଯାଇଥିଲା। ଭିତରଚ୍ଛ ମହାପାତ୍ରଙ୍କ ନିଜସ୍ଵ ଗୃହରେ ଅତ୍ୟନ୍ତ ଶୁଦ୍ଧ ପୂତ ଭାବରେ ଏହି ରସଗୋଲା ତିଆରି କରିଥିଲେ। ପରମ୍ପରା ଅନୁସାରେ ବିଭିନ୍ନ ମଠ ଏବଂ ସେବକ ନିଯୋଗ ପକ୍ଷରୁ ପ୍ରଭୁଙ୍କୁ ପଂକ୍ତିଭୋଗ ଭାବେ ରସଗୋଲା ଭୋଗ କରାଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version