ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଠାରେ ଗତ ୨୦ ଦିନରୁ ଊର୍ଦ୍ଧ୍ୱ ହେବ ବିଏସ୍ଏନ୍ଏଲର ମୋବାଇଲ ନେଟ୍ଓ୍ବର୍କ ସେବା ଅଚଳ ହୋଇପଡ଼ିଛି। ଫଳରେ ଉପଭୋକ୍ତାମାନେ ହଇରାଣ ଭୋଗୁଛନ୍ତି। ମୋବାଇଲ ସେବା ଅଚଳ ଯୋଗୁ ଗ୍ରାହକ ସେବାକେନ୍ଦ୍ର ସମେତ କ୍ଷୁଦ୍ର ବ୍ୟାଙ୍କ, ଅନ୍ଲାଇନ କାର୍ଯ୍ୟ ସମେତ ଲୋକଙ୍କ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି । ଗତ ୨୦୦୮ରୁ ସ୍ଥାପନ ହୋଇଥିବା ଏହି ସେବା ଏବେ ପୂର୍ବପେକ୍ଷା ଅଧିକ ସମୟ ଅଚଳ ହୋଇପଡୁଛି। ଦୀର୍ଘ ୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ବିଏସ୍ଏନ୍ଏଲ୍ର ଜେନେନେଟର ଅଚଳ ହୋଇପଡ଼ିଥିବା ବେଳେ ତାକୁ ମରାମତି କରାଯାଉନାହିଁ କି ନୂତନ ଜେନେନେଟର ସ୍ଥାପନ କରାଯାଉନାହିଁ ।















