ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ଶ୍ରୀ ପୂଜାରୀ ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବା, ସେବା ପ୍ରଦାନରେ ଉନ୍ନତି ଆଣିବା ଏବଂ ସମଗ୍ର ଓଡ଼ିଶାରେ ସମାବେଶୀ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ । ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରୟାସକୁ ପ୍ରଶଂସା କରିଥିଲେ ଏବଂ ନାଗରିକମାନଙ୍କ ସୁରକ୍ଷା ଏବଂ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ଆଗୁଆ ଯୋଜନା ଓ ବିଭିନ୍ନ ଏଜେନ୍ସି ମଧ୍ୟରେ ସମନ୍ୱୟ ଉପରେ ଗୁରୁତ୍ୱାରୋପ କରିଥିଲେ ।

© 2023 Odisha Taza News.