No Result
View All Result
ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ସମ୍ବଲପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଓ ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ସମ୍ବଲପୁର ଗ୍ରାମ ପଞ୍ଚାୟତ ସମେତ ପରିମଳ,

ସୁନ୍ଧରଡ଼ଙ୍ଗ ଓ ଅନୁଙ୍ଗୁର ପଞ୍ଚାୟତର ସମୁଦାୟ ମୋଟ-୩୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୦୮ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୨୨ ଗୋଟି ଅଭିଯୋଗ ଆସିଥିଲା , ସେଥି ମଧ୍ୟରୁ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ପାଞ୍ଚ ହଜାର ଟଙ୍କା ଆର୍ଥିକସହାୟତା ରାଶି ଯୋଗାଇ ଦିଆଯାଇଛି ଓ ଗୋଟିଏ ଆଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି,ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର, ତହସିଲଦାର ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସୋନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ ।

No Result
View All Result