• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରେ ଓଡିଶାର ପ୍ରଥମ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌

Proprietor Abhimanyu Maharana by Proprietor Abhimanyu Maharana
July 25, 2025
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
Odisha TEX 2025 Positions Odisha as Eastern India’s Textile Powerhouse : CM Odisha.
Share on FacebookShare on TwitterWhatsapp

ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ ବୁଣାକାରଙ୍କ ମଜୁରୀ ରିହାତି ଏକ ହଜାର ଟଙ୍କା ବୃଦ୍ଧି

୩୩ଟି ଏମ୍‌ଓୟୁ ସ୍ୱାକ୍ଷରିତ, ମୋଟ୍ ୭,୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି, ୫୩,୩୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଦୁଇଟି ଟେକ୍ସଟାଇଲ ପାର୍କ ଲୋକାର୍ପିତ

ସମସ୍ତ ସରକାରୀ କର୍ମଚାରୀ ସପ୍ତାହକୁ ଅନ୍ୟୁନ ଗୋଟିଏ ଦିନ ହସ୍ତତନ୍ତ ପ୍ରସ୍ତୁତ ପୋଷାକ ପିନ୍ଧିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ପ୍ରତିବର୍ଷ ଟେକ୍ସଟାଇଲ କନ୍‌କ୍ଲେଭ୍‌ର ଆୟୋଜନ କରାଯିବ

ଆସନ୍ତା ଦଶନ୍ଧି ମଧ୍ୟରେ ରାଜ୍ୟରେ ଟେକ୍ସଟାଇଲ କ୍ଷେତ୍ରରେ ୫ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ହେବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି । ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ରେ ଏହା ଘୋଷଣା କହିଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ଜଗତସିଂହପୁର ଏବଂ ଭଦ୍ରକ ଠାରେ ଦୁଇଟି ଟେକ୍ସଟାଇଲ ଓ ଫୁଟ୍‌ୱିୟର ପାର୍କର ଲୋକାର୍ପଣ କରିଥିଲେ ।

ଆଜି ଭୁବନେଶ୍ୱର ଠାରେ ଅନୁଷ୍ଠିତ ଓ-ଟେକ୍ସ ୨୦୨୫ ହେଉଛି ରାଜ୍ୟର ପ୍ରଥମ ଟେକ୍ସଟାଇଲ ଓ ଆପାରେଲ କନ୍‌କ୍ଲେଭ୍। ଆଜିର କନ୍‌କ୍ଲେଭ୍‌ରେ ୧୬୦ରୁ ଅଧିକ ବୃହତ ଓ ନୂତନ ଉଦ୍ୟୋଗୀ ଯୋଗଦେଇଥିଲେ। ବିଶ୍ୱର ନାମୀଦାମୀ ବ୍ରାଣ୍ଡ Page Industries, First Step Baby Wear, KPR Mills, Sportking, Adarsh Knitwear, Anubhav Apparels, Bon & Co., and B.L. ପ୍ରମୁଖ ଏହି କନ୍‌କ୍ଲେଭ୍‌ରେ ଅଂଶଗ୍ରହଣ କରିଥିଲେ ଓ ଦେଶର ବୟନ ଓ ପୋଷାକ ଶିଳ୍ପକ୍ଷେତ୍ରର ପ୍ରାୟ ସମସ୍ତ ଶିଳ୍ପପତି ଉପସ୍ଥିତ ଥିଲେ । ଏହା ପୂର୍ବଭାରତର ସର୍ବବୃହତ ଟେକ୍ସଟାଇଲ କନ୍‌କ୍ଲେଭ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀ ମାନଙ୍କୁ ସପ୍ତାହକୁ ଯେକୌଣସି ଗୋଟିଏ ଦିନ ହସ୍ତତନ୍ତ ପ୍ରସ୍ତୁତ ପୋଷାକ ପରିଧାନ କରିବା ପାଇଁ ଆହ୍ୱାନ ଦେଇଥିଲେ । ଏହି କନ୍‌କ୍ଲେଭ୍‌ରେ ମୋଟ୍ ୩୩ଟି ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଥିବା ବେଳେ, ୭୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି ଆସିଛି । ଏହା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟରେ ୫୩,୩୦୦ ଟି ନିଯୁକ୍ତି ସୁଯୋଗ ସୃଷ୍ଟିହେବ । ଏହା ସହିତ ପ୍ରତିବର୍ଷ ଏହି କନକ୍ଲେଭ ଆୟୋଜନ କରିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଓଡିଶାର ବସ୍ତ୍ର ଶିଳ୍ପ ବହୁତ ପ୍ରାଚୀନ । ଆମ ସଂସ୍କୃତି ଏବଂ ପରମ୍ପରା ସହିତ ଆମ ପୋଷାକ ଓ ପରିଧାନ ଜଡିତ ହୋଇ ରହିଛି ।

ପଶ୍ଚିମ ଓଡିଶାର ପାରମ୍ପାରିକ ବସ୍ତ୍ର ପ୍ରସ୍ତୁତି ପ୍ରକ୍ରିୟା, ବ୍ରହ୍ମପୁରର ରେଶମ, ଗଜପତି, କେନ୍ଦୁଝରର ଟସର ଏବଂ ମାଣିଆବନ୍ଧ ସୂକ୍ଷ୍ମକଳାର ସାରା ଦେଶରେ ସ୍ୱତନ୍ତ୍ର ପରିଚୟ ରହିଛି। ଏହି ସମସ୍ତ ପୋଷାକର ପ୍ରଚାର ପ୍ରସାର ମାଧ୍ୟମରେ ଓଡିଶାକୁ ଟେକ୍ସଟାଇଲ ହବ୍ କରିବା ପାଇଁ ଆମ ସରକାର ଉଦ୍ୟମ କରୁଛନ୍ତି । ଆସନ୍ତା ଦଶନ୍ଧି ମଧ୍ୟରେ ରାଜ୍ୟରେ ଟେକ୍ସଟାଇଲ କ୍ଷେତ୍ରରେ ୫ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି କରିବା ସହିତ ୫ଟି ଟେକ୍ସଟାଇଲ ଓ ଆପାରେଲ୍ ପାର୍କ ବିକଶିତ କରିବା ଦିଗରେ ଆମ ସରକାର ଯୋଜନା କରୁଛନ୍ତି । ସେ ପୁଣି କହିଥିଲେ ଓଡିଶା ପୁଞ୍ଜିନିବେଶକାରୀ ମାନଙ୍କ ପାଇଁ ପ୍ରମୁଖ ଆକର୍ଷଣ ପାଲଟିଛି । ଚଳିତ ଆର୍ଥିକ ବର୍ଷରେ ଦେଶର ସମୁଦାୟ ଘରୋଇ ନିବେଶର ୪୦ ପ୍ରତିଶତ ଓଡିଶାକୁ ଆସିଛି ।

ଏହା ବିଶ୍ୱର ଉଦ୍ୟୋଗ ଜଗତର ଆମ ସରକାରଙ୍କ ଉପରେ ଥିବା ଆସ୍ଥାକୁ ଦର୍ଶାଉଛି। ଏହା ଭରସାକୁ ଅତୁଟ ରଖିବା ଦିଗରେ ଆମର ଉଦ୍ୟମ ଜାରି ରହିବ। ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଅନ୍ୟାନ୍ୟ ଶିଳ୍ପ ସହିତ ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରରେ ମଧ୍ୟ ଓଡ଼ିଶା ଦେଶର ସବୁଠାରୁ ଆକର୍ଷଣୀୟ ସ୍ଥାନ ଭାବେ ପରିଗଣିତ ହୋଇପାରିଛି। ବୟନ ଓ ପୋଷାକ ଶିଳ୍ପ କ୍ଷେତ୍ରର ସବୁଠାରୁ ବଡ ଆକର୍ଷଣ ହେଉଛି ଏ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ରହିଛି। ବିଶେଷକରି ମହିଳା ମାନଙ୍କୁ ଅଧିକ ନିଯୁକ୍ତିର ସୁଯୋଗ ରହିଛି । ଓଡ଼ିଶାର ଗ୍ରାମାଞ୍ଚଳ ଓ ଅର୍ଥନୈତିକ ପଛୁଆ ବର୍ଗର ଯୁବକ ଯୁବତୀମାନଙ୍କ ପାଇଁ ଏହା ବ୍ୟାପକ ସୁଯୋଗ ସୃଷ୍ଟି କରିବା ସହିତ ଓଡ଼ିଶାର ଆର୍ଥିକ ସମୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗଦେଇ କହିଛନ୍ତି ଯେ “ଓଡିଶା ଟେକ୍ସ 2025 ଓଡ଼ିଶାର ବୟନ ଶିଳ୍ପ ପାଇଁ ଏକ ନୂତନ ଯୁଗର ଶୁଭାରମ୍ଭ କରୁଛି। ଦକ୍ଷତା ଏବଂ ଶିଳ୍ପ ଦ୍ୱାରା, ଓଡ଼ିଶାର ସ୍ଥାୟୀ ଅଭିବୃଦ୍ଧି, ଆଞ୍ଚଳିକ ବିକାଶ ଏବଂ ଏକ ଉତ୍ସର୍ଗୀକୃତ ଟାସ୍କ ଫୋର୍ସ ମାଧ୍ୟମରେ ନିବେଶକମାନଙ୍କୁ ଆକୃଷ୍ଟ କରୁଛି । ଓଡ଼ିଶାରେ କଞ୍ଚାମାଲ ଉପଲବ୍ଧତା ଠାରୁ ବନ୍ଦର ସଂଯୋଗୀକରଣ ଏବଂ ଏକ ସହାୟକ ନୀତି ବୟନ ଏବଂ ପୋଷାକ ନିବେଶ ପାଇଁ ସବୁଠାରୁ ଆକର୍ଷଣୀୟ ଗନ୍ତବ୍ୟସ୍ଥଳ ପାଲଟିଛି ।

ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, “ଆମର ପ୍ରତିବଦ୍ଧତା ହେଉଛି ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଐତିହ୍ୟକୁ ସୁଦୃଢ଼ କରିବା ସହିତ ଆଧୁନିକ ବୟନ ନିବେଶକୁ ଦ୍ୱିଗୁଣିତ କରିବା । ଏକ ଦୃଢ଼ ବୟନ ଇକୋସିଷ୍ଟମର ବିକାଶକୁ ପ୍ରାଥମିକତା ଦେଇ, ପାରମ୍ପରିକ ବୁଣାକାରମାନଙ୍କୁ ସଶକ୍ତ ଏବଂ ବଜାର ବ୍ୟବସ୍ଥାକୁ ବୃଦ୍ଧି କରି, ସରକାର ସମାବେଶୀ ଅଭିବୃଦ୍ଧି ସୁନିଶ୍ଚିତ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଏବଂ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଏବଂ ଦେଶର କୋଣ ଅନୁକୋଣରୁ ଆସିଥିବା ଟେକ୍ସଟାଇଲ ଉଦ୍ୟୋଗୀ ଏବଂ ଶିଳ୍ପପତି ମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ଧନ୍ୟବାଦ ଦେଇଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version