ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀ ର ନୂତନ ଜିଲ୍ଲାପାଳ ଭାବେ ଆଜି କାର୍ଯ୍ୟ ରେ ଯୋଗ ଦାନ କରିଛନ୍ତି ଦିବ୍ୟ ଜ୍ୟୋତି ପରିଡା ।କାର୍ଯ୍ୟ ରେ ଯୋଗ ଦାନ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରି ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ଜିଲ୍ଲାପାଳ ଙ୍କୁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶରତ ଚନ୍ଦ୍ର ମହାପାତ୍ର,

ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଉପ ଜିଲ୍ଲାପାଳ ରାଜ କିଶୋର ଜେନା ପ୍ରମୁଖ ସ୍ବାଗତ କରିଥିଲେ। ପରେ ଅନ୍ୟ ବିଭାଗୀୟ ଅଧିକାରୀ ମାନେ ଜିଲ୍ଲାପାଳ ଙ୍କୁ ସାକ୍ଷାତ କରି ଶୁଭେଚ୍ଛା ଜଣାଇଥିଲେ ।















