ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳରେ ପୁଣି ଲଜ୍ୟା । ପିଛା ଛାଡ଼ୁନି ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା । ଦୁଇ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଚିହ୍ନଟ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ମାମଲା ରୁଜୁ କରିଥିବା ଜଣାପଡ଼ିଛି । ତୁମୁଡିବନ୍ଧ ବ୍ଳକ ଅଞ୍ଚଳର ସରକାରୀ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଏପରି ଘଟିଛି । ମିଳିଥିବା ସୂଚନା ଅନୁସାରେ, ଗ୍ରୀଷ୍ମ ଅବକାଶ ପରେ ଛାତ୍ରୀମାନେ ଆବାସିକ ବିଦ୍ୟାଳୟକୁ ଫେରିଥିଲେ । ହେଲେ ଏକ ମାସ ହେବାରୁ ମାସିକ ଋତୁସ୍ରାବ ତଦାରଖ କରିବା ସମୟରେ ଦୁଇ ଜଣ ଛାତ୍ରୀଙ୍କ ପଜିଟିଭ ଥିବା ଜଣାପଡ଼ିଛି ।















