ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ “ସାମୁହିକ ମାତୃ ସମ୍ମିଳନୀ” ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶିଶୁ ବିଦ୍ୟାମନ୍ଦିର ପରିଚାଳନା କମିଟି ର ସଭାପତି ସୁଧାଂଶୁ ମୋହନ ପତି ଓ ସମ୍ପାଦକ ତୀର୍ଥବାସୀ ଘଡେଇ ଉପସ୍ଥିତି ରହି ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଶିଶୁ ବିଦ୍ୟାମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ଶିଶିର କୁମାର ମହାପାତ୍ର ଉପସ୍ଥିତ ଅତିଥି ମାନଙ୍କ ର ପରିଚୟ ପ୍ରଦାନ ପୂର୍ବକ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ ।















