ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ବାରଖମା ସ୍ଥିତ ବିଏସଏଫ ର ୧୩୬ ବାଟାଲିୟନ ଆନୁକୂଲ୍ୟରେ ବାରଖମା ଖେଳ ପଡିଆ ଠାରେ “ଏକ ଭାରତ ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମ ଅବସରରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବିଏସଏଫ କମାଣ୍ଡର ନିର୍ମଳ ଚନ୍ଦ୍ର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳୀ ମାନଙ୍କ ସହ ପରିଚିତ ହୋଇଥିଲେ l















