ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ଶ୍ରୀମନ୍ଦିରକୁ ଆତଙ୍କବାଦୀ ଆକ୍ରମଣ ର ଧମକ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଢ଼ୀ ମାଆ ମନ୍ଦିର କାନ୍ଥରେ ଧମକପୂର୍ଣ୍ଣ ଲେଖା ହୋଇଥିବା ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ ମଧ୍ୟ ଲେଖା ଅଛି| ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା । ଶ୍ରୀମନ୍ଦିରକୁ ଆତଙ୍କବାଦୀ ଆକ୍ରମଣ ଧମକ ଚେତାବନୀ । ପରିକ୍ରମା ମାର୍ଗରେ ଥିବା ବୁଢ଼ୀ ମା’ ମନ୍ଦିର କାନ୍ଥରେ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ନେଇ ଲେଖାଯାଇଛି । ଏଥି ସହିତ ଫୋନ୍ ନମ୍ୱର ମଧ୍ୟ ଦିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଧମକ ଦିଆଯାଇଛି । ଯାହାକୁ ନେଇ ପୁରୀରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିବା ଆଲୋଚିତ ହୋଇଛି |
















