ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ଜିଲ୍ଲା ଏକ ପ୍ରମୁଖ କୃଷି ଭିତ୍ତିକ ଜିଲ୍ଲା । ଜିଲ୍ଲା ର ୭୫% ଲୋକ କୃଷି ଉପରେ ସମ୍ପୂର୍ଣ ନିର୍ଭରଶୀଳ। କିନ୍ତୁ ଦୁର୍ଭାଗ୍ୟ ର ବିଷୟ ଗତ ବି.ଜେ.ଡି ସରକାର ର ୨୫ ବର୍ଷ ଶାସନ ଓ ବର୍ତମାନ ର ବି.ଜେ.ପି ସରକାର ର ଏକ ବର୍ଷ ରୁ ଅଧିକ ଶାସନ ରେ ଚାଷୀ ସବୁଠାରୁ କ୍ଷତିଗ୍ରସ୍ତ ଓ ଚାଷ ସମ୍ପୂର୍ଣ ବିପର୍ଯ୍ୟସ୍ତ । ଏହି ଉଭୟ ସରକାର ର ଅପାରଗତା ଯୋଗୁ କଂଗ୍ରେସ ସରକାର ସମୟରେ ନୟାଗଡ଼ ଜିଲ୍ଲା ରେ ପ୍ରତିଷ୍ଠା କରାଯାଇଥିବା ଚିନି କଳ ଟି ଆଜି ସମ୍ପୂର୍ଣ ବିଲୁପ୍ତ । ସେହିପରି ଚାଷ ପାଇଁ ଜଳସେଚନ ର ସୁଯୋଗ ଥିଲେ ମଧ୍ୟ ଚାଷୀ ଚାଷ ପାଇଁ ପାଣି ପାଉନାହିଁ। ବୃତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରିତା କେବଳ ଘୋଷଣା ରେ ରହିଛି । ପୂର୍ବରୁ ଥିବା ଉଠା ଜଳସେଚନ ପଏଣ୍ଟ ଗୁଡିକ ଅଚଳ ହୋଇ ପଡି ରହିଛି ।















