ଭୁବନେଶ୍ଵର (ଓଡ଼ିଶା ତାଜା ନ୍ୟୁଜ୍) :- ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ନେସନାଲ କନଫରେନ୍ସ -୨୦୨୫ ପ୍ରତିଭା ସମ୍ମାନ ଓ ସାରସ୍ବତ ସମ୍ମାନ ସୁପର ଥାର୍ଟୀ ସମାରୋହ ଉତ୍ସବ ଭୁବନେଶ୍ଵର ଗୀତା ଗୋବିନ୍ଦ ସଦନ (ଜୟଦେବ ଭବନ) ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ନୟାଗଡ଼ ଜିଲ୍ଲାର ଆଦର୍ଶ ଶିକ୍ଷକ,

ଲେଖକ ତଥା କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କୁ ମାନପତ୍ର ଓ ଉତ୍ତରୀୟ ଦେଇ ଡକ୍ଟର ଏପିଜେ ଅବଦୁଲ କଲାମ ପ୍ରଫେସନାଲ ଆଚିଭର ସମ୍ମାନରେ ସମ୍ମାନିତ ଓ ସମ୍ବର୍ଦ୍ଧନା କରଗଲା ତତ୍ ସହ ଆଦର୍ଶ ଶିକ୍ଷକ ଓ ଯୁବ ଲେଖକ କବି ଭାବରେ ଚକ୍ ଦେ ଇଣ୍ଡିଆର ସୁପର ଥାର୍ଟୀ କାର୍ଯ୍ୟକ୍ରମରେନିଜର କବିତା ଓ ବକ୍ତବ୍ୟ ରଖିଥିଲେ ଏହା କେବଳ ଭାରତର ୩୦ ଜଣ ପ୍ରତିଭାଙ୍କୁ ସମ୍ମାନିତ କରିଥିଲା ।
ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ମୁଖ୍ୟ ଅତିଥି ରୂପେ ପଦ୍ମଶ୍ରୀ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ ଓ ଭୁବନେଶ୍ଵର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗଦାନ କରିଥିଲେ ଓ ଅନ୍ୟାନ୍ୟ ଅତିଥି ଉପସ୍ଥିତ ଥିଲେ ଓ ହାପି ମୋମେଣ୍ଟସ୍ ଅଫ ଇଣ୍ଡିଆ ଅରଗାନାଇଜେସନ ତରଫରୁ ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ପଣ୍ଡା ମଞ୍ଚ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ ।














