• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ : ଭିନ୍ନ ଭିନ୍ନ ରାଜ୍ୟରେ ରହିଥିବା ସଂସଦୀୟ ପରମ୍ପରା, କଲ୍ୟାଣମୂଳକ କାର୍ଯ୍ୟ ସଂପର୍କିତ ଭାବର ଆଦାନପ୍ରଦାନ ହେବ – ବାଚସ୍ପତି

ଏସି ଓ ଏସ ଟି କଲ୍ୟାଣ କମିଟି ଦୁଇ ଦିନିଆ ଜାତୀୟ ସମ୍ମିଳନୀ ଅବସରରେ ପ୍ରେସକୁ ସମ୍ବୋଧିତ କରୁଛନ୍ତି ବାଚସ୍ପତି ସୁରମା ପାଢ଼ୀ

Proprietor Abhimanyu Maharana by Proprietor Abhimanyu Maharana
August 29, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ : ଭିନ୍ନ ଭିନ୍ନ ରାଜ୍ୟରେ ରହିଥିବା ସଂସଦୀୟ ପରମ୍ପରା, କଲ୍ୟାଣମୂଳକ କାର୍ଯ୍ୟ ସଂପର୍କିତ ଭାବର ଆଦାନପ୍ରଦାନ ହେବ – ବାଚସ୍ପତି
Share on FacebookShare on TwitterWhatsapp

ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ ଲୋକସଭା ବାଚସ୍ପତି ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ ଲୋକସଭା ବାଚସ୍ପତି

ସମ୍ମିଳନୀରେ ଭିନ୍ନ ଭିନ୍ନ ରାଜ୍ୟରେ ରହିଥିବା ସଂସଦୀୟ ପରମ୍ପରା, କଲ୍ୟାଣମୂଳକ କାର୍ଯ୍ୟ ସଂପର୍କିତ ଭାବର ଆଦାନପ୍ରଦାନ ହେବ – ବାଚସ୍ପତି

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଭୁବନେଶ୍ୱରଠାରେ ୨୦୨୫ ଅଗଷ୍ଟ ୨୯ ଓ ୩୦ ତାରିଖରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କର ଦୁଇଦିନିଆ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ଓଡ଼ିଶା ଲୋକସେବା ଭବନର କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଅଗଷ୍ଟ ୨୯ ତାରିଖ ଦିନ ଆନୁଷ୍ଠାନିକ ଭାବେ ଏହି ସମ୍ମିଳନୀକୁ ଲୋକସଭା ବାଚସ୍ପତି ଶ୍ରୀ ଓମ୍‌ ବିର୍ଲା ଉଦଘାଟନ କରିବେ ବୋଲି ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଆଜି ବିଧାନସଭାଠାରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ଗଣମାଧ୍ୟମକୁ ସୂଚନା ଦେଇ ବାଚସ୍ପତି କହିଛନ୍ତି ଯେ ଦୀର୍ଘ ବର୍ଷର ବ୍ୟବଧାନ ପରେ ଓଡ଼ିଶାରେ ଏହି ଧରଣର ଜାତୀୟ ସମ୍ମିଳନୀ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେଉଛି । ଏଥିରୁ ସ୍ପଷ୍ଟ ଜଣାପଡେ ଯେ ପାର୍ଲାମେଣ୍ଟ ଓଡ଼ିଶା ଭଳି ଏକ ଅନୁସୂଚିତ ଜାତି ଓ ଜନଜାତିବହୁଳ ରାଜ୍ୟକୁ ଗୁରୁତ୍ୱ ଦେଇଛନ୍ତି । ଏଥି ପାଇଁ ଲୋକସଭା ବାଚସ୍ପତି, ରାଜ୍ୟସଭା ଉପାଧ୍ୟକ୍ଷ ଏବଂ ତାଙ୍କର ସମସ୍ତ ସହଯୋଗୀଙ୍କୁ ବାଚସ୍ପତି କୃତଜ୍ଞତା ଜଣାଇ କହିଥିଲେ ଯେ ଏହି ସମ୍ମିଳନୀ ଅବସରରେ ଆଲୋଚନା ସହ ଅନ୍ୟ ସମସ୍ତ ରାଜ୍ୟକୁ ଓଡ଼ିଶାର ଅନୁସୂଚିତ ଜାତି ଓ ଜନଜାତି ସଂପ୍ରଦାୟଙ୍କ ଚାଲିଚଳଣି,

ପୋଷାକ ପରିଧାନ, କାର୍ଯ୍ୟକୁଶଳତା, କାରିଗରୀ ବିଦ୍ୟା, ହସ୍ତଶିଳ୍ପ ସଂପର୍କରେ ଅବଗତ କରାଇବା ପାଇଁ ଏକ ଦୁଇଦିନିଆ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଉଛି । ଓଡ଼ିଶାର ଐତିହ୍ୟ, ସଂସ୍କୃତି, ନୃତ୍ୟ-ସଂଗୀତ, ଚାରୁକଳା, କାରୁକଳା ସହିତ ଆଗନ୍ତୁକମାନଙ୍କୁ ପରିଚିତ କରାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଅତିଥିମାନଙ୍କୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ, କୋଣାର୍କ, ଜନଜାତି ସଂଗ୍ରହାଳୟ ଆଦି ବୁଲାଇ ଦେଖାଇବାର ମଧ୍ୟ ବ୍ୟବସ୍ଥା କରାଯାଇଛି । ଏହି ସମ୍ମିଳନୀରେ ଭିନ୍ନ ଭିନ୍ନ ରାଜ୍ୟରେ ରହିଥିବା ସଂସଦୀୟ ପରମ୍ପରା, କଲ୍ୟାଣମୂଳକ କାର୍ଯ୍ୟ ସଂପର୍କିତ ଭାବର ଆଦାନପ୍ରଦାନ ହେବ ବୋଲି ବାଚସ୍ପତି ଶ୍ରୀମତୀ ପାଢ଼ୀ ପ୍ରକାଶ କରିଥିଲେ ।

ଓଡ଼ିଶାର ଅନୁସୂଚିତ ଜାତି ଓ ଜନାଜତି ସଂପ୍ରଦାୟ, ବୁଦ୍ଧିଜୀବୀ, ଯୁବବର୍ଗ, ଛାତ୍ରସମାଜ, ନିର୍ବାଚିତ ପ୍ରତିନିଧି, ସମାଜସେବୀଙ୍କ ମନରେ ଏହି ସମ୍ମିଳନୀ ଜାଗରଣ ସୃଷ୍ଟି କରିବାରେ ନିଶ୍ଚିତ ଭାବେ ସହାୟକ ହେବ ବୋଲି ବାଚସ୍ପତି ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ନାରାୟଣ ସିଂ ଏବଂ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟିର ଅଧ୍ୟକ୍ଷ ଡକଫର ଫଗନ ସିଂହ କୁଲସ୍ତେ ମଧ୍ୟ ଏହି ସମାବେଶକୁ ସମ୍ବୋଧିତ କରିବେ ।

ସଂସଦ ଏବଂ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଏବଂ ସଦସ୍ୟ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଏବଂ ଓଡ଼ିଶା ବିଧାନସଭାର ସଦସ୍ୟ ଓ ସାଂସଦମାନେ ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ । ଉଦଘାଟନୀ ଅଧିବେଶନରେ ଓଡ଼ିଶା ବିଧାନସଭାର ବାଚସ୍ପତି ସ୍ୱାଗତ ଭାଷଣ ପ୍ରଦାନ କରିବାକୁ ଥିବାବେଳେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ ଧନ୍ୟବାଦ ପ୍ରସ୍ତାବ ଆଗତ କରିବେ । ଏହି ସମ୍ମିଳନୀରେ ସଂସଦ ଏବଂ ରାଜ୍ୟ / କେନ୍ଦ୍ର ଶାସିତ ପ୍ରଦେଶ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଏବଂ ସଦସ୍ୟମାନେ ଯୋଗଦେବେ ।

ଚଳିତ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ସଶକ୍ତିକରଣରେ ସଂସଦୀୟ ଏବଂ ବିଧାନସଭା କମିଟିର ଭୂମିକା’ । ୨୦୨୫ ଅଗଷ୍ଟ ୩୦ ତାରିଖ ଦିନ ଉଦ୍‌ଯାପନୀ ଉତ୍ସବ ଅବସରରେ ଓଡ଼ିଶାର ରାଜ୍ୟପାଳ ଡକଫର ହରି ବାବୁ କମ୍ଭମ୍‌ପାଟିି, ଲୋକସଭା ବାଚସ୍ପତି ଶ୍ରୀ ଓମ୍‌ ବିର୍ଲା, ରାଜ୍ୟସଭାର ଉପାଧ୍ୟକ୍ଷ ଶ୍ରୀ ହରିବଂଶ ନାରାୟଣ ସିଂ, ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟିର ଅଧ୍ୟକ୍ଷ ଡକଫର ଫଗନ ସିଂହ କୁଲସ୍ତେ,

ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍‌ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଉଦ୍‌ବୋଧନ ଦେବେ । ଓଡ଼ିଶା ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ଶ୍ରୀ ଭାସ୍କର ମଢ଼େଇ ଧନ୍ୟବାଦ ପ୍ରସ୍ତାବ ଆଗତ କରିବେ । ଏହି ସମ୍ମିଳନୀରେ ସାମ୍ବିଧାନିକ ସୁରକ୍ଷାକୁ ସୁଦୃଢ଼ କରିବା,

ସାମାଜିକ-ଆର୍ଥିକ ବିକାଶକୁ ବୃଦ୍ଧି କରିବା ଏବଂ ଅନୁସୂଚିତ ଜାତି ଏବଂ ଜନଜାତିକୁ ସଶକ୍ତ କରିବା ପାଇଁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗ୍ରହଣ କରିଥିବା କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯିବ । ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ଲକ୍ଷ୍ୟ ସାକାର କରିବାର ଦୃଷ୍ଟିକୋଣ ସହିତ କଲ୍ୟାଣକାରୀ ନୀତିଗୁଡ଼ିକର କାର୍ଯ୍ୟାନ୍ୱୟନରେ ଉତ୍ତରଦାୟିତ୍ୱ ସୁନିଶ୍ଚିତ କରିବାରେ ସଂସଦୀୟ ଏବଂ ରାଜ୍ୟ ବିଧାନସଭା କମିଟିଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକାଗୁଡ଼ିକ ଉପରେ ଗୁରୁତ୍ୱ ଦିଆଯିବ ।

ସୂଚନାଯୋଗ୍ୟ ଯେ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ପ୍ରଥମ ସମ୍ମିଳନୀ ୧୯୭୬ ମସିହାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା । ପରେ, ୧୯୭୯, ୧୯୮୩, ୧୯୮୭ ଏବଂ ୨୦୦୧ ରେ କ୍ରମାଗତ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ପାଇଁ କଲ୍ୟାଣ ଏବଂ ସାମ୍ବିଧାନିକ ସୁରକ୍ଷାର ବିବିଧ ଦିଗ ଉପରେ ଏହି ସମ୍ମିଳନୀମାନଙ୍କରେ ଆଲୋଚନା ହୋଇ ନିଷ୍କର୍ଷ ନିର୍ଦ୍ଧାରଣ କରାଯାଇଥିଲା । ପ୍ରଥମ ଥର ପାଇଁ ଦିଲ୍ଲୀ ବାହାରେ ଏପରି ସମ୍ମିଳନୀ ଆୟୋଜନ କରାଯାଉଛି । ଏହି ସାମ୍ବାଦିକ ସମ୍ମିଳନୀରେ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version