ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ଗୃହ ରେ ଆଜି ଆନ୍ତର୍ଜାତିକ ଜରା ଦିବସ ପାଳନ ହୋଇ ଯାଇଛି । ଅକ୍ଟୋବର ୦୧ ତାରିଖ ହେଉଛି ଆନ୍ତର୍ଜାତିକ ଜରା ଦିବସ । ସରକାରଙ୍କ ତରଫରୁ ସପ୍ତାହବ୍ୟାପୀ ଏହି ଦିବସ ପାଳନ ହେବାକୁ ଥିବା ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ମୁଖ୍ଯ ଚିକିତ୍ସା ଅଧିକାରୀଙ୍କ ନିର୍ଦ୍ଦେଶରେ ଜିଲ୍ଲା ସ୍ବାସ୍ଥ୍ଯ ସମିତି ତରଫରୁ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପୁଷ୍ପା ନିଳିମା ଲାକ୍ରା,

ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅଶୋକ କୁମାର ସାହୁ, ନୟାଗଡ଼ ଓଲ୍ଡଟାଉନ୍ ସ୍ବାସ୍ଥ୍ଯକେନ୍ଦ୍ରର ଫାର୍ମାସିଷ୍ଟ ବେଦବ୍ୟାସ ପ୍ରଧାନ ସସମର୍ପଣରେ ପହଞ୍ଚି ସମସ୍ତ ଅନ୍ତେବାସୀ ମାନଙ୍କୁ ଫୁଲ ଚନ୍ଦନ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହିତ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ ।















