No Result
View All Result
ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଓଡ଼ିଆ ନାଟ୍ୟଜଗତର ମୂର୍ଦ୍ଧନ୍ୟ କାଣ୍ଡାରି, ଯୋଗଜନ୍ମା ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୬ ତମ ଜନ୍ମଦିବସ ଅବସରରେ ନୟାଗଡ଼ ପଠାଣି ସାମନ୍ତ ଅଡିଟୋରିୟମ ପରିସରରେ ଥିବା ନାଟ୍ୟରଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି l

ସାହିତ୍ୟିକ ବିଶ୍ଵନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଟ୍ୟନିର୍ଦେଶକ ଭଗବତୀ ଚରଣ ପଟ୍ଟନାୟକ, ନାଟ୍ୟଭୂଷଣ ଡ. ବିଜୟ କୁମାର ଚୌଧୁରୀ, ସିଭିଲ ସୋସାଇଟିର ପ୍ରମୁଖ ଗୋଦାବରୀଶ ସାହୁ, ପୂଜ୍ୟପୂଜା ସମିତିର ପ୍ରମୁଖ ଧୀରେନକୁମାର ପଟ୍ଟନାୟକ, ଗଣମାଧ୍ୟମ ପ୍ରମୁଖ ରାମକୃଷ୍ଣ ରଥ, ଶ୍ରୀକାନ୍ତ ଖଟେଇ, ଶିକ୍ଷାବିତ ବିଜୟ କୁମାର ରଥ,
ସୌଦାମିନୀ ସ୍ଵାଇଁ, ଡ. ନୀଳିମା ନନ୍ଦ, ନିରଞ୍ଜନ ମିଶ୍ର, ସମାଜସେବୀ ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୁଖ ପୁଷ୍ପାଞ୍ଜଳି ପୂର୍ବକ ଯୁଗଜୟୀ ନାଟ୍ୟରଥୀଙ୍କ ନାଟକ ଭାଇଭାଉଜ, କିସ ପୁଣି ଦେଖା ନ ଯାଏ, ନରୋତ୍ତମ ଦାସ କହେ, ଘର ସଂସାର,ମୂଲିଆ ପ୍ରଭୃତି ସାରସ୍ବତ କିର୍ତ୍ତୀମାନର ସ୍ମୃତି ରୋମନ୍ଥନ କରିଥିଲେ l

No Result
View All Result