• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଅଷ୍ଟମ ପୋଷଣ ମାସ-୨୦୨୫ ମହା ସମାରୋହରେ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 16, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଅଷ୍ଟମ ପୋଷଣ ମାସ-୨୦୨୫ ମହା ସମାରୋହରେ ପାଳିତ
Share on FacebookShare on TwitterWhatsapp

(ପୋଷଣ ଅଭିଯାନରେ ରାଜ୍ୟରେ ୫୪.୮୧ ଲକ୍ଷ ଅଧିକ ବିଷୟଭିତ୍ତିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ)

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ସନ୍ତୁଳିତ ଆହାର ଓ ଉନ୍ନତ ଜୀବନଶୈଳୀ ସୁସ୍ଥ ଶରୀରର ଦୁଇଟି ଗୁରୁତ୍ୱପୂର୍ଣ୍ଣ କାରକ। ଆମର ଉତ୍ତମ ଅଭ୍ୟାସ ଆମ ଉତ୍ତରପିଢିକୁ ପ୍ରେରଣା ଯୋଗାଏ । ମହିଳା ଓ ଶିଶୁମାନଙ୍କୁ ସଠିକ ପୋଷଣ ବିକଶିତ ଭବିଷ୍ୟତର ମୂଳଦୁଆ ବୋଲି ଆଜି “ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଅଷ୍ଟମ ପୋଷଣ ମାସ” ପାଳନ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଥିଲେ । ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନ ସମ୍ମେଳନ କକ୍ଷରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଅଷ୍ଟମ ପୋଷଣ ମାସ -୨୦୨୫ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଚଳିତ ବର୍ଷ ପୋଷଣ ମାସରେ ସମୂହ ସଚେତନତାକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବା ନିମନ୍ତେ କ୍ଷେତ୍ର ଅଧିକାରୀମାନେ ପ୍ରୋତ୍ସାହିତ ହୋଇଥିଲେ ଓ ଏହି ଏକମାସ ଧରି ସଚେତନତା ଅଭିଯାନରେ ପ୍ରମୁଖ ବିଷୟବସ୍ତୁ ଯେପରିକି ମେଦବହୁଳତା ରୋକିବା ପାଇଁ ଖାଦ୍ୟରେ ଚିନି ଓ ତେଲ ଜାତୀୟ ଉପାଦାନ କମ୍ କରିବା, ଆଦ୍ୟ ଶୈଶବ ଅବସ୍ଥାରେ ଶିଶୁର ଯତ୍ନ ଓ ଶିକ୍ଷା/ପୋଷଣ ବି ପଢ଼ାଇ ବି, ନବଜାତ ଓ ଶିଶୁଙ୍କ ଖାଦ୍ୟାଭ୍ୟାସ, ପୁରୁଷଙ୍କ ସହଭାଗିତା, ସମନ୍ୱୟମୂଳକ ପଦକ୍ଷେପ ଓ ଡିଜିଟାଲିକରଣ,

ସ୍ୱଦେଶୀ ପାଇଁ ସ୍ୱର – ତୃଣମୂଳ ସ୍ତରର ସଶକ୍ତିକରଣ ଓ ଆତ୍ମନିର୍ଭରତା ପ୍ରମୁଖ ବିଷୟବସ୍ତୁ ଉପରେ ରାଜ୍ୟର ସମସ୍ତ ଅଙ୍ଗନୱାଡ଼ିରୁ ଆରମ୍ଭ କରି ଆଇସିଡ଼ିଏସ ସେକ୍ଟର,ପ୍ରକଳ୍ପ, ଜିଲ୍ଲା ଓ ରାଜ୍ୟ ସ୍ତରରେ ସମୂହ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ସାରା ରାଜ୍ୟରେ ୫୪,୮୧,୯୫୨ ଗୋଟି ବିଷୟଭିତ୍ତିକ ସଚେତନତା କାର୍ଯ୍ୟକ୍ରମ ହୋଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଦିଗଦର୍ଶନରେ ଶିଶୁଙ୍କ ଶିକ୍ଷା ସମ୍ବନ୍ଧୀୟ ସମସ୍ତ ତଥ୍ୟକୁ ସୁରକ୍ଷିତ ରଖିବା ଉଦ୍ଦେଶ୍ୟରେ ସମନ୍ୱୟମୂଳକ ପଦକ୍ଷେପ ଓ ଡିଜିଟାଲିକରଣରେ ଶିଶୁଙ୍କ ଆପାର ଆଇଡି(APAAR ID) କରାଯାଉଛି ।

ଚିକିତ୍ସା ସମ୍ବନ୍ଧୀୟ ତଥ୍ୟ ସୁରକ୍ଷିତ ରଖିବା ପାଇଁ ଆଭା ଆଇଡି (ABHA ID) କରାଯାଇଛି । ବିଭାଗୀୟ ସଚିବ ପୋଷଣ କ୍ଷେତ୍ରରେ ସଫଳତା ପାଇଁ ତୃଣମୂଳସ୍ତରରେ କାର୍ଯ୍ୟରତ ଅଧିକାରୀବୃନ୍ଦ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀବୃନ୍ଦ,  ପୋଷଣ ଜିଲ୍ଲା ସଂଯୋଜକ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀବୃନ୍ଦ ଓ ସମସ୍ତ କାର୍ଯ୍ୟକର୍ତ୍ତାମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି । ନିଜ କାର୍ଯ୍ୟର ଅନୁଭୂତିକୁ ଛୋଟ ଭିଡିଓ ମାଧ୍ୟମରେ ସୋସିଆଲ ମିଡିଆରେ ଶେୟାର କରିବା ପାଇଁ ସେ ଅଙ୍ଗନବାଡି କର୍ମୀ ଓ ଅନ୍ୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମରେ ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନର୍ଜୀ ଦୈନିକ ଜୀବନଶୈଳୀରେ ପରିବର୍ତ୍ତନ ଆଣିବା ଉପରେ ଗୁରୁତ୍ଵ ଦେଇଥିଲେ ।

ଦୈନିକ ବ୍ୟାୟାମ, ଯୋଗ, ପୁଷ୍ଟିକର ଖାଦ୍ୟ ଦ୍ଵାରା ଆମେ ଏକ ସୁସ୍ଥ ପରିବେଶ ସୃଷ୍ଟି କରିପାରିବା ବୋଲି ସେ ମତବ୍ୟକ୍ତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ମଧୁମିତା ରଥ ଯୋଗ ଦେଇ ପୋଷଣ ସହ ଜଡ଼ିତ ବିଭାଗୀୟ ଯୋଜନା ବିଷୟରେ ଆଲୋଚନା କରିଥିଲେ । ପିଏମ ପୋଷଣ ମାଧ୍ୟମରେ ଶିଶୁ ବାଟିକାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମଧ୍ୟାହ୍ନ ଭୋଜନ ପ୍ରଦାନ କରାଯାଉଛି ବୋଲି ସେ ଉଲ୍ଲେଖ କରିଥିଲେ । ଜନଆନ୍ଦୋଳନ ଅଧୀନରେ ପୋଷଣ ପକ୍ଷ ୨୦୨୫ ରେ ଯେଉଁ ସମୂହ ସଚେତନତା କାର୍ଯ୍ୟକ୍ରମ କରଯାଇଥିଲା ,

ସେଇ କାର୍ଯ୍ୟକ୍ରମ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ଜନଆନ୍ଦୋଳନ ଡ୍ୟାସବୋର୍ଡ ରେ ଅପଲୋଡ କରଯାଇଥିଲା । ଏହି ଡ୍ୟାସବୋର୍ଡକୁ ଆଧାର କରି ଶ୍ରେଷ୍ଠ ତିନୋଟି ଜିଲ୍ଲା ପୁରୀ, ଭଦ୍ରକ, କେନ୍ଦ୍ରପଡାକୁ ଟ୍ରୋଫି ପ୍ରଦାନ କରଯାଇଥିଲା । ଏହି କାର୍ଯ୍ୟକ୍ରମରେ ସହଯୋଗୀ ବିଭାଗ ଜଙ୍ଗଲ- ପରିବେଶ ଓ ଜଳବାୟୁ ପରିବର୍ତ୍ତନର ସ୍ଵତନ୍ତ୍ର ସଚିବ- ଶ୍ରୀ ଜ୍ଯୋତି ଏମ. ପ୍ରଧାନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ- ଶ୍ରୀମତୀ ଗୀତାଞ୍ଜଳି ନାଏକ , ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସ୍ମୃତିଜିତ ପଟ୍ଟନାୟକ,

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ- ଶ୍ରୀ ଦାରିଦ୍ର୍ଯଭଞ୍ଜନ ମହାପାତ୍ର ,ଉଚ୍ଚ ଶିକ୍ଷା ବିଭାଗର ଡେପୁଟି ସଚିବ ଶ୍ରୀ ରଜତ କୁମାର ମାନସିଂ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ଡେପୁଟି ସଚିବ ଶ୍ରୀମତୀ ସଙ୍ଘମିତ୍ରା ବେହେରା ପ୍ରମୁଖ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ଜିଲାରୁ ଆସିଥିବା ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀବୃନ୍ଦ, ପୋଷଣ ଜିଲ୍ଲା ସଂଯୋଜକ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀବୃନ୍ଦ ଓ ବିଭାଗୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ଶେଷରେ ମହିଳା ଓ ଶିଶୁ ବିଭାଗର ଅତିରିକ୍ତ ସଚିବ ଶ୍ରୀ ଏନ.ସି ଜ୍ୟୋତିରଞ୍ଜନ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version