No Result
View All Result
ନୟାଗଡ/ନୂଆଗାଁ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୫ ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ଶିକ୍ଷା ଅଧିକାରୀ ଭକ୍ତି ବିନୋଦ ସଲ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଏବଂ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା, ଜସ୍ମିଁନ୍ ଦାସ,ନୂଆଗାଁ ପଞ୍ଚାୟତ ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ,
ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋସ୍ନାରାଣୀ ସେଠୀ,ହାଇସ୍କୁଲ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭୀମସେନ ଦାସ,ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ଦାଶ ପ୍ରମୁଖ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିବା ସହିତ ଶିଶୁ ର ସୃଜନଶିଳତାର ବିକାଶରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ର ଭୂମିକା ଅତ୍ୟନ୍ତ ଗୁରୁତ୍ବପୁର୍ଣ ବୋଲି ମତବ୍ୟକ୍ତ କରିଥଲେ। ଉଦ୍ଘାଟନୀ କାର୍ଯ୍ୟକ୍ରମକୁ ସି ଆର ସି ସି ଶ୍ରୀଧର ବେହେରା ଓ ବିଜ୍ଞାନ ଶିକ୍ଷକ ବିନାୟକ ପରିଡ଼ା ପରିଚାଳନା କରିଥିଲେ।ବିହିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଗୀତ,ନୃତ୍ୟ, ବକୃତା ,ଚିତ୍ରାଙ୍କନ ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ଏହି ପ୍ରତିଯୋଗିତାରେ ତିନିଶହ ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥଲେ। ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି ମହୋତ୍ସବର ଉଦ୍ଘାଟନୀ ଉତ୍ସବ ରେ ମଦନ ମୋହନ ପ୍ରଧାନ, ପୁରୁଷତମ ପରିଡା, ହୃଷିକେଶ ପ୍ରଧାନ,ପ୍ରଧାନୀ ବୃନ୍ଦାବନ ମହାପାତ୍ର, ପ୍ରଣତି ପୃଷ୍ଟି,ଉତ୍ସବରେ ଯୋଗଦେଇ ମହୋତ୍ସବକୁ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିବା ସହିତ ‘ଶିଶୁର ସୃଜନଶୀଳତାର ବିକାଶରେ ଶିଶୁ ମହୋତ୍ସବ ସୁରଭିର ଭୂମିକାଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି ମତପ୍ରକାଶ କରିଥିଲେ l
ପରେ ପରେ ଏହି କ୍ଲଷ୍ଟର ଅନ୍ତର୍ଗତ ୧୩ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରୁ ଆସିଥିବା ଶତାଧିକ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବରିଷ୍ଠ ଓ କନିଷ୍ଠ ଦୁଇଟି ବିଭାଗରେ କଣ୍ଠ ସଙ୍ଗୀତ, ଚିତ୍ରାଙ୍କନ, ରଚନା, ସୁନ୍ଦର ହସ୍ତାକ୍ଷର, ଇଲୋକେସନ, କୁଇଜ ଓ ଦଳଗତ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବ୍ଲକ ଶିକ୍ଷା ଅଧିକାରୀ ଭକ୍ତି ବିନୋଦ ସଲ ଙ୍କ ସଭାପତିତ୍ବରେ ଅପରାହ୍ନରେ ଉଦଯାପନୀ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଉପାଧ୍ୟକ୍ଷା ପର୍ଶୁରାମ ସ୍ୱାଇଁ ,ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ ,ଅବସର ପ୍ରାପ୍ତ ଶିକ୍ଷକ ମଦନ ମୋହନ ପ୍ରଧାନ ପ୍ରମୁଖ ଯୋଗଦେଇ କୃତି ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ।ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଶିକ୍ଷକ କୈଳାଶ ନାଏକ ।

No Result
View All Result