ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ନୟାଗଡ ସିଭିଲ ସୋସାଇଟି ଆନୁକୂଲ୍ୟରେ ସାତ ଦିନ ଧରି ସ୍ଥାନୀୟ ନୀଳମାଧଵ କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଆନ୍ତର୍ଜାତ ବରିଷ୍ଠ ନାଗରିକ ଦିବସ ଶାନ୍ତି ଶୃଙ୍ଖଳାର ସହ ଉଦଯାପିତ ହୋଇ ଯାଇଛି | ଏହି ଅବସରରେ ସିଭିଲ ସୋସାଇଟିର ଚେୟାରମ୍ୟାନ ଗୋଦାବରୀ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଗାମୀ ଦିନରେ ସିଭିଲ ସୋସାଇଟି ପକ୍ଷରୁ ଯୁବ, ଛାତ୍ର, ବରିଷ୍ଠ ନାଗରିକ ମାନଙ୍କ ସ୍ୱାର୍ଥର ସୁରକ୍ଷା ନିମନ୍ତେ ନିଆ ଯିବାକୁ ଥିବା କାର୍ଯ୍ୟକ୍ରମର ଅବତାରଣା କରିଥିଲେ |

ଏହି ଅବସରରେ ସିଭିଲ ସୋସାଇଟି ପକ୍ଷରୁ ଏଠାକାର ପୌରପରିଷଦର ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କୁ ନୟାଗଡ ସହରାଞ୍ଚଳରେ ସ୍ୱଛତା ପାଇଁ ନେଇଥିବା ପଦକ୍ଷେପ ନିମନ୍ତେ ଫୁଲକୁଣ୍ଡ ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ମୁଖ୍ୟ ଅତିଥି ପୌରପାଳ ନିରୁପମା ଖଟେଇ ସଫଳତାର ସହ ସାତ ଦିନ ଧରି ଏହି ଆନ୍ତର୍ଜାତୀ ବରିଷ୍ଠ ନାଗରିକ ଦିବସ ସମାପ୍ତ ହୋଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ |















