ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ମାଲକାନଗିରି ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଚଳିତ ଅକ୍ଟୋବର ୨୭ ଠାରୁ ନଭେମ୍ବର ୨ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହେବ । ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରାଜ କିଶୋର ଦାସ ଓ ଡିଏସପି ଦୁର୍ନୀତି ନିବାରଣ ମାଲକାନଗିରି ଶାଖା ସଦାନନ୍ଦ ପାଣି ମଞ୍ଚାସୀନ ଥିଲେ।















