No Result
View All Result
କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏକ ୮ ବର୍ଷୀୟା ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଜିତୁ ପ୍ରଧାନ(୨୦) କୁ ୨୦ବର୍ଷ ସଶ୍ରମ କାରା ଦଣ୍ଡାଦେଶ ଦେଇଛନ୍ତି । ଏହାସହ ୧୨ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି । ଜୋରିମାନା ଅନାଦେୟ ଅଧିକ ୧ ବର୍ଷ ୩ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି ।
ସୂଚନା ଅନୁସାରେ, ୨୦୨୨ ଜୁଲାଇ ୧୧ ତାରିଖ ରେ ନାବାଳିକା ଜଣକ ଘରେ ଏକା ଥିବା ସମୟରେ ଅଭିଯୁକ୍ତ ଘର ଭିତରକୁ ଆସି ତାଙ୍କୁ ଦୁଷ୍କର୍ମ କରିଥିଲା। ପୀଡ଼ିତାଙ୍କ ମା’ କାମରୁ ଘରକୁ ଫେରିବା ପରେ ଝିଅ କାନ୍ଦୁଥିବା ଦେଖିଥିଲେ। ସ୍ଵାମୀ ଫେରିବା ପରେ ଝିଅକୁ ଧରି ସେମାନେ ବ୍ରାହ୍ମଣୀଗାଁ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏ ନେଇ ଥାନରେ ଏକ ମାମଲା (୬୦/୨୨) ରୁଜୁ ହୋଇଥିଲା ।
ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାରେ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦକୁ ୫ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ତରଫରୁ ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟର ସ୍ଵତନ୍ତ୍ର ସରକାରୀ ଓକିଲ ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

No Result
View All Result