ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ଆଞ୍ଚଳିକ ପରିବହନ ପ୍ରାଧିକରଣ ନୟାଗଡ଼ଙ୍କ ଆନୁକୁଲ୍ୟରେ ଜିଲ୍ଲା ସଡ଼କ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଅଧ୍ୟକ୍ଷତା କରି ଦୁର୍ଘଟଣାର କାରଣ ଗୁଡିକ ଉପରେ ଗୁରୁତ୍ୱାରୋପ କରି ତାହାର ନିରାକରଣ ନିମନ୍ତେ ପଦକ୍ଷେପ ନେବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିରୋ ଫାଟାଲିଟି ଫୋର୍ଟ ନାଇଟ ଯାହା ନଭେମ୍ବର ୧-୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଦିନଗୁଡିକ କିପରି ସୂଚାରୁରୂପେ ପାଳନ କରାଯିବ ସେ ବିଷୟରେ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପୁଙ୍ଖାନୁପୁଙ୍ଖ ନିର୍ଦ୍ଦେଶ ଦେଇଥିଲେ ।















