ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଗଜପତି ଜିଲ୍ଳା ରାୟଗଡ଼ ବ୍ଲକ ସଦର ମହକୁମା ସ୍ଥିତ ପିଏମ୍ ଶ୍ରୀ ହାଇସ୍କୁଲ ପରିସରରେ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୁର୍ଣ୍ଣବାସୀ ନାୟକ,ସମ୍ମାନିତ ଅତିଥି ରାୟଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସନ୍ତୋଷ କୁମାର ବାରିକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଣୀ ଉଚ୍ଚର୍ଗିତା ବଡରଇତ, ଏସଏସଏସଓ ଏଲ୍. ସନ୍ତୋଷ, ସିଡ଼ିପିଓ ବି.କମାଳାଙ୍ଗି , ଭାରପ୍ରାପ୍ତ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଚନ୍ଦନ ପାଣି ପ୍ରମୁଖ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।















