ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବନାଞ୍ଚଳ ଅଧିନସ୍ତ ମୁଣ୍ଡିଗଡ଼ ପଞ୍ଚାୟତର ତିନୋଟି ଗ୍ରାମରେ କେତେକ ଜଙ୍ଗଲୀ ହାତୀପଲ ଙ୍କ ଉପଦ୍ରଵ ବଢି ଚାଲିଛି l ସୂଚନା ଅନୁସାରେ କଳାହାଣ୍ଡି ଏବଂ ବୌଦ୍ଧ ସୀମାନ୍ତରୁ ଏହି ହାତୀପଲ ଆସି ଖମନପଡା,ମଣ୍ଡଳ ପଦର ଓ ଶ୍ରାମ୍ବୁଲି, ଜାରୁଟି ଗ୍ରାମର ଅନେକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି ।

ହାତୀପଲଙ୍କ ଉପଦ୍ରଵରେ ମୁଣ୍ଡିଗଡ଼ ଏବଂ ଲଙ୍କାଗଡ଼ ପଞ୍ଚୟତବାସୀ ଭୟଭୀତ ହୋଇ ରହୁଥିବା ବେଳେ ଗ୍ରାମ ବାସୀଙ୍କ କହିବା ଅନୁସାରେ ଗତ ବିଳମ୍ବିତ ରାତିରେ ମୁଣ୍ଡିଗଡ଼ ପଞ୍ଚାୟତର ଖମନ ପଡ଼ା ଓ ସ୍ରାମ୍ବୁଲି ଗ୍ରାମରେ ହାତୀପଲ ପଶି ନବୀନ ପାତ୍ର ଏବଂ ଅନେକ ଚାଷୀ ଙ୍କ ଚାଷ ଖାଇବା ସହ ନଷ୍ଟ କରି ଚାଲି ଯାଇଛନ୍ତି l















