ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଛି।ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଓ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ ମଞ୍ଚାସୀନ ଥିଲେ । ଜାତୀୟ ପ୍ରେସ ଦିବସ ଦିନଟି ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ ଅଟେ ।















