ନାଚୁଣୀ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ନାଚୁଣୀ ମହାବିଦ୍ୟାଳୟ ର ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ପ୍ରାଚୀନ ଓଡ଼ିଆ ସାହିତ୍ୟ ରେ ଶ୍ରୀ ଜଗନ୍ନାଥ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ ମୁଖ୍ୟ ଅଧ୍ୟାପକ ପ୍ରଦୀପ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ରକୁ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡଃ ସୁନୀଲ୍ କୁମାର ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।
















