କେନ୍ଦ୍ରାପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- ଡେରାବିଶ ବ୍ଲକ ଅନ୍ତର୍ଭୁକ୍ତ କୁରୁଜଙ୍ଗା ଆଦର୍ଶ ବିଦ୍ୟାଳୟ ପରିସରରେ ଆଜି ଡେରାବିଶ ମଣ୍ଡଳ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ୨୦୨୫-୨୬ ଆଜି ଡେରାବିଶ ବ୍ଲକ ଅନ୍ତର୍ଗତ କୁରୁଜଙ୍ଗା ସ୍ଥିତ ଆଦର୍ଶ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଡେରାବିଶ ମଣ୍ଡଳ ଶିକ୍ଷାକାରୀ ନାରୟଣ ପ୍ରସାଦ ମନ୍ତ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥିଭାବେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର ଆୟାର ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ, କରିଥିଲେ ।

ମୁଖ୍ୟ ଅତିଥି ଜିଲ୍ଲାପାଳ ଶ୍ରୀ ଆୟାର ତାଙ୍କ ବକ୍ତବ୍ୟରେ ଏହି ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଦ୍ବାରା ଛାତ୍ରଛାତ୍ରୀମାନଙ୍କ ଅର୍ନ୍ତନିହିତ ଶକ୍ତିର ବିକାଶ ଘଟୁଛି ବୋଲି କହିଥିଲେ | ପରେ ଅତିଥିଭାବେ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରୁ ଛାତ୍ରଛାତ୍ରୀମାନେ ପ୍ରଦର୍ଶିତ କରିଥିବା ୧୮୯ଟି ବିଜ୍ଞାନ ଗୁଡ଼ିକ ବୁଲି ଦେଖୁଥିଲେ ।















