ପୁରୀର ଦୁଃଖ ବୁଝିଲେ ନବୀନ

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ପୁରୀ 31.12.2019 :-  ପୁରୀ ବିକାଶ ଯୋଜନାରେ ରାଜ୍ୟ ସରକାର ଆଉ ଦୁଇପାଦ ଆଗେଇଛନ୍ତି । ଶ୍ରୀ ଜଗନ୍ନାଥ ହେରିଟେଜ କରିଡର ଚିଠା ଆର୍କିଟେକ୍ଚୁରାଲ୍ ପ୍ଲାନ୍ ସମ୍ପର୍କରେ ଜନସାଧାରଣଙ୍କଠାରୁ ମତାମତ ମଗାଯାଇଛି ।

ଇ-ମେଲ୍ ଜରିଆରେ ୨୦୨୦ ଜାନୁଆରୀ ୧୫ ସୁଦ୍ଧା ଜନସାଧାରଣ ସେମାନଙ୍କ ମତାମତ ଶ୍ରୀମନ୍ଦିର ପ୍ରଶାସନକୁ ପଠାଇପାରିବେ । ଇ-ମେଲ ଠିକଣା ହେଉଛି . ଜନସାଧାରଣଙ୍କ ପ୍ରସ୍ତାବକୁ ତର୍ଜମା କରାଯାଇ ଚୂଡ଼ାନ୍ତ ଯୋଜନା ଫେବୃଆରୀ ମାସରେ ପ୍ରକାଶିତ ହେବ ।

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ଜଗନ୍ନାଥ ହେରିଟେଜ କରିଡର ଚିଠା ଆର୍କିଟେକ୍ଚୁରାଲ୍ ପ୍ଲାନ୍ ଓଡ଼ିଶାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି ।
ଶ୍ରୀଜଗନ୍ନାଥ ଐତିହ୍ୟ କରିଡ଼ର ପାଇଁ ଜମି ଦେଇଥିବା ମଠ ଓ ବ୍ୟକ୍ତି ବିଶେଷଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ ସେମାନଙ୍କ ନାଁ ଐତିହ୍ୟ କରିଡ଼ରରେ ଏକ ଫଳକରେ ସବୁଦିନ ପାଇଁ ସ୍ଥାନିତ ହେବ ବୋଲି ଘୋଷଣା କରିଛନ୍ତି । 
ଆଜି ଲୋକାର୍ପିତ ହୋଇଥିବା ଚିଠା ଆର୍କିଟେକ୍ଚୁରାଲ୍ ପ୍ଲାନ୍ କେବଳ କରିଡ଼ରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ସୁବିଧା ସୁଯୋଗର ବିକାଶ ମଧ୍ୟରେ ସୀମିତ ବୋଲି କୁହାଯାଇଛି । 
ମହାପ୍ରଭୁଙ୍କ ଧାମକୁ ବର୍ଷ ସାରା ଦେଶ ବିଦେଶରୁ ଲକ୍ଷ ଲକ୍ଷ ଯାତ୍ରୀ ଆସୁଥିବାରୁ ସେମାନଙ୍କ ସୁବିଧା ସୁଯୋଗ ଓ ସୁଖଦ ଅନୁଭବ ପାଇଁ ପାରିପାଶ୍ୱିର୍କ ବିକାଶ ଯୋଜନାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି ।

ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ଅତ୍ୟାଧୁନିକ ଶୃଙ୍ଖଳିତ ଧାଡ଼ି ବ୍ୟବସ୍ଥା ସହ ମଝିରେ ମଝିରେ ବିଶ୍ରାମ ନେବାର ସୁବିଧା ମଧ୍ୟ କରାଯିବ । 

ଶ୍ରୀମନ୍ଦିର ଚତୁପାଶ୍ୱର୍ରେ ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ଼ କରାଯିବ । ଶ୍ରୀଜଗନ୍ନାଥଙ୍କର ବିଭିନ୍ନ ବେଶ, ଦଶାବତାର ଏବଂ ଜଗନ୍ନାଥ ସଂସ୍କୃତିର ଅନନ୍ୟ ବୈଭବ ସମ୍ପର୍କରେ ଯାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ବ୍ୟବସ୍ଥା କରାଯିବ ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ ।