ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲାର ରା ଉଦୟଗିରି ବ୍ଲକ୍ ଅନ୍ତର୍ଗତ ପି ଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ କେ ଏମ ଭାଲିଆସାହିରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରହ୍ଲାଦ ଶିଅଳ ଏବଂ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନ କ୍ରମେ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ଡ ମାୟାଧର ସାହୁଙ୍କ ସଭାପତିତ୍ବରେ କାର୍ଯକ୍ରମ ପରିଚାଳିତ ହୋଇଥିଲା ବେଳେ, ମୋହନା ବିଧାୟକ ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,

ରା ଉଦୟଗିରି ପଞ୍ଚାୟତ ସମିତିର ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀଯୁକ୍ତ ଏ ରବି କୁମାର, ରା ଉଦୟଗିରି ଗୋଷ୍ଠି ଶିକ୍ଷାଧିକରୀ ଶ୍ରୀଯୁକ୍ତ ବୀରେନ୍ଦ୍ର ମଣ୍ଡଳ, ଅତିରିକ୍ତ ଗୋଷ୍ଠି ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଶ୍ରୀନିବାସ ବେହର୍ଦଳାଇ , ଟିକାମାଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଅଭୟ କୁମାର ଦାସ, ମୁକ୍ତିକାନ୍ତ ମଲ୍ଲିକ୍ ଏବଂ ଭାଗିରଥି ପରିଡା ଆଦି ମାନ୍ୟ ଗନ୍ୟ ବ୍ୟକ୍ତି ମାନେ ଉପସ୍ଥିତ ରହି କାର୍ଯକ୍ରମକୁ ସଫଳ କରାଇଥିଲେ ।















