No Result
View All Result
ଜନ ସେବା,ସମାଧlନ ଓ ସଚେତନତା ବ୍ଲକ ପ୍ରଶାସନର କାର୍ଯ୍ୟ
ବୋଲଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ ଓ ବୋଲଗଡ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ଏବଂ ଖୋର୍ଦ୍ଧା ଜିଲ୍ଲା ପଞ୍ଚାୟତ ଅଫିସର ତଥା ପଲ୍ଲୀ ପ୍ରଶାସନ ସେବା ନୋଡାଲ ଅଫିସର ସାମଳେନ୍ଦୁ ନାୟକଙ୍କ ଆବାହକତ୍ୱରେ ଗ୍ରାମପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଓ ଜନ ସେବା କାର୍ଯ୍ୟକ୍ରମ ସୋମବାର ଦିନ ପିଚୁକୁଳିସ୍ଥିତ କଲ୍ୟାଣ ମଣ୍ଡପପରିସରରେ ଅନୁଷ୍ଠିତ ହୋଇଯାଇଅଛି l

ଏହି କlର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ବୋଲଗଡ଼ -ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ , ମୁଖ୍ୟବକ୍ତା ଭାବେ ଖୋର୍ଦ୍ଧା ଜିଲ୍ଲାପଳା ଅମ୍ରିତ ଋତୁରାଜ ସଂମ୍ମାତୀତ ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡା, ମୁଖ୍ୟ ଉର୍ନ୍ନୟନ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀନିବାସ ରାଉତରାୟ, ବୋଲଗଡ ତହସିଲଦlର ବିଜୟ କୁମାର ସେଠୀ,ମଣ୍ଡଳ ଉର୍ନୟନ ଅଧିକାରିଣୀ ସୁମନ ସୁଧାକୁଣ୍ଡୁ ପ୍ରମୁଖ ଯୋଗଦେଇ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ଦୀପ ପ୍ରଜ୍ବଳନ କରି ଏହାକୁ ଶୁଭ ଉଦଘାଟନ କରିଥିଲେ l

ଏହି ଜିଲ୍ଲାପାଳଙ୍କ ଜନ ଶୁଣାଣୀ ଶିବିର ସେବା କାର୍ଯ୍ୟକ୍ରମରେ କୃଷି, ପଞ୍ଚାୟତିରାଜ, ମସ୍ୟ ଓ ପଶୁ ପାଳନ, ଉଦ୍ୟାନ ବିଭାଗ, ସ୍ୱାସ୍ଥ୍ୟ ବିଭାଗ,ବିଦ୍ୟୁତ ବିଭାଗ, ଶିଶୁ କଲ୍ୟାଣ ବିଭାଗ,ରାଜସ୍ୱ ବିଭାଗ, ଜଙ୍ଗଲ ବିଭାଗ ଶିକ୍ଷା ଇତ୍ୟାଦି ବିଭାଗ ଗୁଡିକର କାର୍ଯ୍ୟନିର୍ବାହୀ ଅଧିକାରୀମାନେ( ୧୬୯)ଜଣ ଲୋକମାନଙ୍କର ଲିଖିତ ଅଭିଯୋଗକୁ ପଞ୍ଜିକୃତ କରିଥିଲେ ! ୫୧ ଟି ଲିଖିତ ଅଭିଯୋଗକୁ ତୁରନ୍ତ ଆଶୁ ସମାଧାନ କରିଥିଲେ ! ଲୋକମାନେ କିପରି ଶୀଘ୍ର ପ୍ରଶାସନିକ ସେବା ପାଇପାରିବେ ସେଥିପାଇଁ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଋତୁରାଜ ନିର୍ଦେଶ ଦେଇଥିଲେ l

ବୋଲଗଡ ବ୍ଲକ ପ୍ରଶାସନ ତରଫରୁ ପ୍ରତି ପଞ୍ଚାୟତରେ ପଲ୍ଲୀ ପ୍ରଶାସନ ସେବା କାର୍ଯ୍ୟକ୍ରମ କରାଯାଉଅଛି ବୋଲି ନୋଡାଲ ଅଫିସର ସାମଳେନ୍ଦୁ ନାୟକ ସାମ୍ବାଦିକମାନଙ୍କୁ ସୂଚନା ପ୍ରଦାନ କରିଥିଲେ l ବ୍ଲକ ପଲ୍ଲୀ ପ୍ରଶାସନ ସେବା ମାଧ୍ୟମରେ ଲୋକମାନଙ୍କର ସମସ୍ତ ସମସ୍ୟା ସମାଧାନ ହୋଇପାରିବ ବୋଲି ବିଧାୟକ ପ୍ରଦୀପ କୁମାର ସାହୁ ଓ ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ ପ୍ରମୁଖ ଲୋକମାନଙ୍କୁ ପରାମର୍ଶ ଦେଇଥିଲେ l

ସମସ୍ତ ଜନ ସେବା,ସମାଧାନ ଓ ଜନ ସଚେତନତା କାର୍ଯ୍ୟକ୍ରମରେ ବୋଲଗଡ଼ ତହସିଲଦାର ବିଜୟ କୁମାର ସେଠୀ ଓ ମଣ୍ଡଳ ଉର୍ନ୍ନୟନ ଅଧିକାରିଣୀ ସୁମନ ସୁଧ କୁଣ୍ଡୁ ପ୍ରମୁଖ ଯୋଗଦେଇ ଲୋକମାନଙ୍କର ସମସ୍ୟା ସମାଧାନ କରିବାରେ ସହଯୋଗ କରିଥିଲେ ! ପିଚୁକୁଳି ଗ୍ରାମାଞ୍ଚାୟତ ସରପଞ୍ଚ ଜୟନ୍ତୀ ପ୍ରଧାନ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଯୋଗେନ୍ଦ୍ର କୁମାର ସାହୁ ପ୍ରମୁଖ ସହଯୋଗ କରି ପରିଚାଳନା କରିଥିଲେ ! ବ୍ଲକ ପଲ୍ଲୀ ପ୍ରଶାସନ ସେବା ସମ୍ପର୍କରେ ଅତିରିକ୍ତ ବିଡ଼ିଓ ରତିକାନ୍ତ ମିଶ୍ର ସୂଚନା ପ୍ରଦାନ କରିଥିଲେ l ପରିଶେଷରେ ବ୍ଲକ ମୁଖ୍ୟ କିରାଣୀ ଆଲୋକ କୁମାର ଜେନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

No Result
View All Result