ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରୁ ଏକ ବିରାଟ ଶୋଭାଯାତ୍ରା ଜିଲ୍ଲା କଂଗ୍ରେସ ସଭାପତି ତଥା ମୋହନା ବିଧାୟକ ଦାଶରଥି ଗମାଙ୍ଗଙ୍କ ନେତୃତ୍ବରେ ଆଜି ବାହାରି ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା l

ଜିଲ୍ଲାପାଳଙ୍କ କାର୍ଯାଳୟ ସମ୍ମୁଖରେ ମନରେଗା ନାମକୁ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ର ସରକାର ଯେଉଁ ଷଡଯନ୍ତ୍ର କରୁଛନ୍ତି ତର ଦୃଢ ବିରୋଧ କରାଯାଇ ବିକ୍ଷୋଭ ପ୍ରଦଶନ କରାଯାଇଥିଲା l ପରେ ଭାରତର ରାଷ୍ଟ୍ରପତିଙ୍କ ନିକଟକୁ ଗଜପତି ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା l















