ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଜିଲ୍ଲାସ୍ତରୀୟ ସୁଶାସନ ସପ୍ତାହ “ପ୍ରଶାସନ ଗାଁ କି ଓର” କର୍ମଶାଳା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଛି । ଉକ୍ତ କର୍ମଶାଳାରେ ଜିଲ୍ଲାର ସ୍ୱାସ୍ଥ୍ୟ, ଶିକ୍ଷା,ଶିଶୁ ବିକାଶ ଏବଂ ସାଧାରଣଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ସମେତ ଜିଲ୍ଲାର ବିଭିନ୍ନ ଯୋଜନା ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା ।















