ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲାର ଜ୍ୟୋସ୍ନା ୱେଟଲିଫ୍ଟ୍ ରେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ଗୌରବ ଜନକ ସଫଳତା ପାଇଛନ୍ତି. ତେଣୁ ତାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର ପାଇଁ ମନୋନୀତ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ମିଳିଛି. ଗଜପତି ଜିଲ୍ଲାର ଆଦିବାସୀ ଝିଅ ଜ୍ୟୋସ୍ନା ଶବରଙ୍କ ବୟସ ୧୭ ବର୍ଷ. ତଥାପି ସେ ଭାରୋ ଉତ୍ତୋଳନ ତଥା ୱେଟଲିଫ୍ଟ ରେ ଜାତୀୟ ଓ ଅର୍ନ୍ତଜାତୀୟ ସ୍ତରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱର ସହ ଗୌରବ ହାସଲ କରିଥିବା ଯୋଗୁଁ ତାଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ଶିଶୁ ପୁରସ୍କାର ପାଇଁ ମନୋନୀତ କରାଯାଇଛି ।

ଜ୍ୟୋସ୍ନା ହେଉଛନ୍ତି ଗଜପତି ଜିଲ୍ଲାର ପେକଟ ଗ୍ରାମର କୀର୍ତନ ଶବରଙ୍କ କନ୍ୟା ସନ୍ତାନ ଅଟନ୍ତି ଆସନ୍ତା ୨୬ ତାରିଖରେ ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମହାମହିମ ରାଷ୍ଟ୍ରପତିଙ୍କ ଦ୍ବାରା ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ । ଚଳିତ ବର୍ଷ ସାରା ଦେଶରୁ କେବଳ ୨୧ ଜଣ ଶିଶୁ ଏହି ପୁରସ୍କାର ପାଇଁ ମନୋନୀତ ହୋଇଥିବା ବେଳେ ଓଡ଼ିଶାରୁ ଜ୍ୟୋସ୍ନା ଏକମାତ୍ର ଓ ଗଜପତି ଜିଲ୍ଲାରୁ ପ୍ରଥମ ଶିଶୁ ଭାବେ ଏହି ସମ୍ମାନ ଲାଭ କରିବାକୁ ଯାଉଛନ୍ତି ।















