ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି । ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍ସ ପ୍ରଧାନ ଏବଂ ନରେନ୍ଦ୍ର ଦିଗାଲ । ସେମାନଙ୍କୁ ଅଗ୍ନିଶମ ବିଭାଗ କର୍ମଚାରି ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଦୁହିଁଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ସେମାନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଅନ୍ୟତ୍ର ଚିକିତ୍ସା ପାଇଁ ଯିବାକୁ ପରାମର୍ଶ ଦେଇଥିଲେ ।















