ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ୨୯ ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇଛି । ଜିଲ୍ଲାର ଶତାଧିକ କର୍ମୀ, ବହୁ ନେତା ଓ ଜନପ୍ରତିନିଧି ଏକତ୍ରିତ ହୋଇ କଲେଜ ଛକ ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ଜିଲ୍ଲା ସଭାପତି ପ୍ରଦୀପ ନାୟକ ଓ ବିଧାୟକ ଇଂ ରୁପେଶ ପାଣିଗ୍ରାହୀଙ୍କ ନେତୃତ୍ବରେ ନେତା ଓ କର୍ମୀଙ୍କର ଏକ ବିଶାଳ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ ବିଜେଡି ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଆୟୋଜିତ ସଭାସ୍ଥଳରେ ପହଞ୍ଚିଥିଲା ।

କାର୍ଯ୍ୟକ୍ରମରେ ଦଳର ନେତା ଓ କର୍ମୀମାନଙ୍କୁ ନବୀନ ବାବୁଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ଲୋକଙ୍କ ସେବାରେ ନିଜକୁ ନିୟୋଜିତ କରିବା ପାଇଁ ପରାମର୍ଶ ଦେବା ସହ ବିଜେଡି ଗଠନର ପୃଷ୍ଠଭୂମି ବିଷୟରେ ବର୍ଣ୍ଣନା କରିବା ସହ ଆଗାମୀ ଦିନରେ ପୁଣି ଥରେ ବିଜୁଜନତା ଦଳ ସରକାରକୁ ଫେରିବା ସହିତ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବା ନିଶ୍ଚିତ ବୋଲି ପାରଳା ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ମତବ୍ୟକ୍ତ କରିଥିଲେ l















